1 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Then the LORD said to Moses,
2 ULB “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ। BSB BSB: “Tell the Israelites, ‘Any Israelite or foreigner living in Israel who gives any of his children to Molech must be put to death. The people of the land are to stone him.
3 ULB ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି। BSB BSB: And I will set My face against that man and cut him off from his people, because by giving his offspring to Molech, he has defiled My sanctuary and profaned My holy name.
4 ULB ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି, BSB BSB: And if the people of the land ever hide their eyes and fail to put to death the man who gives one of his children to Molech,
5 ULB ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା। BSB BSB: then I will set My face against that man and his family and cut off from among their people both him and all who follow him in prostituting themselves with Molech.
6 ULB ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା। BSB BSB: Whoever turns to mediums or spiritists to prostitute himself with them, I will also set My face against that person and cut him off from his people.
7 ULB ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। BSB BSB: Consecrate yourselves, therefore, and be holy, because I am the LORD your God.
8 ULB ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ। BSB BSB: And you shall keep My statutes and practice them. I am the LORD who sanctifies you.
9 ULB ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ। BSB BSB: If anyone curses his father or mother, he must be put to death. He has cursed his father or mother; his blood shall be upon him.
10 ULB ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ। BSB BSB: If a man commits adultery with another man’s wife—with the wife of his neighbor—both the adulterer and the adulteress must surely be put to death.
11 ULB ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ। BSB BSB: If a man lies with his father’s wife, he has uncovered his father’s nakedness. Both must surely be put to death; their blood is upon them.
12 ULB ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ। BSB BSB: If a man lies with his daughter-in-law, both must surely be put to death. They have acted perversely; their blood is upon them.
13 ULB ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ। BSB BSB: If a man lies with a man as with a woman, they have both committed an abomination. They must surely be put to death; their blood is upon them.
14 ULB ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ। BSB BSB: If a man marries both a woman and her mother, it is depraved. Both he and they must be burned in the fire, so that there will be no depravity among you.
15 ULB ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ। BSB BSB: If a man lies carnally with an animal, he must be put to death. And you are also to kill the animal.
16 ULB ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ। BSB BSB: If a woman approaches any animal to mate with it, you must kill both the woman and the animal. They must surely be put to death; their blood is upon them.
17 ULB ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ। BSB BSB: If a man marries his sister, whether the daughter of his father or of his mother, and they have sexual relations, it is a disgrace. They must be cut off in the sight of their people. He has uncovered the nakedness of his sister; he shall bear his iniquity.
18 ULB ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ। BSB BSB: If a man lies with a menstruating woman and has sexual relations with her, he has exposed the source of her flow, and she has uncovered the source of her blood. Both of them must be cut off from among their people.
19 ULB ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ। BSB BSB: You must not have sexual relations with the sister of your mother or your father, for it is exposing one’s own kin; both shall bear their iniquity.
20 ULB ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ। BSB BSB: If a man lies with his uncle’s wife, he has uncovered the nakedness of his uncle. They will bear their sin; they shall die childless.
21 ULB ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ। BSB BSB: If a man marries his brother’s wife, it is an act of impurity. He has uncovered the nakedness of his brother; they shall be childless.
22 ULB ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ। BSB BSB: You are therefore to keep all My statutes and ordinances, so that the land where I am bringing you to live will not vomit you out.
23 ULB ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହିସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ। BSB BSB: You must not follow the statutes of the nations I am driving out before you. Because they did all these things, I abhorred them.
24 ULB ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। BSB BSB: But I have told you that you will inherit their land, since I will give it to you as an inheritance—a land flowing with milk and honey. I am the LORD your God, who has set you apart from the peoples.
26 ULB ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛୁ। BSB BSB: You are to be holy to Me because I, the LORD, am holy, and I have set you apart from the nations to be My own.
27 ULB ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।” BSB BSB: A man or a woman who is a medium or spiritist must surely be put to death. They shall be stoned; their blood is upon them.’”
Select verses for actions: Enter goes to them and Escape comes back.