1 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ। BSB BSB: Then the LORD said to Moses, “Speak to Aaron’s sons, the priests, and tell them that a priest is not to defile himself for a dead person among his people,
2 ULB କେବଳ ଆପଣାର ନିକଟ ଜ୍ଞାତି, ଅର୍ଥାତ୍, ଆପଣା ମାତା, ଆପଣା ପିତା, ଆପଣା ପୁତ୍ର, ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ। BSB BSB: except for his immediate family—his mother, father, son, daughter, or brother,
3 ULB ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ। BSB BSB: or his unmarried sister who is near to him, since she has no husband.
4 ULB ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ୱାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ। BSB BSB: He is not to defile himself for those related to him by marriage, and so profane himself.
5 ULB ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ। BSB BSB: Priests must not make bald spots on their heads, shave off the edges of their beards, or make cuts in their bodies.
6 ULB ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ। BSB BSB: They must be holy to their God and not profane the name of their God. Because they present to the LORD the food offerings, the food of their God, they must be holy.
7 ULB ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର। BSB BSB: A priest must not marry a woman defiled by prostitution or divorced by her husband, for the priest is holy to his God.
8 ULB ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ। BSB BSB: You are to regard him as holy, since he presents the food of your God. He shall be holy to you, because I the LORD am holy—I who set you apart.
9 ULB ଆଉ, କୌଣସି ଯାଜକର କନ୍ୟା ଯଦି ବ୍ୟଭିଚାର କ୍ରିୟା ଦ୍ୱାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ। BSB BSB: If a priest’s daughter defiles herself by prostituting herself, she profanes her father; she must be burned in the fire.
10 ULB ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ। BSB BSB: The priest who is highest among his brothers, who has had the anointing oil poured on his head and has been ordained to wear the priestly garments, must not let his hair hang loose or tear his garments.
11 ULB କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ। BSB BSB: He must not go near any dead body; he must not defile himself, even for his father or mother.
12 ULB ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ। BSB BSB: He must not leave or desecrate the sanctuary of his God, for the consecration of the anointing oil of his God is on him. I am the LORD.
13 ULB ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ; BSB BSB: The woman he marries must be a virgin.
14 ULB ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ। BSB BSB: He is not to marry a widow, a divorced woman, or one defiled by prostitution. He is to marry a virgin from his own people,
15 ULB ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।” BSB BSB: so that he does not defile his offspring among his people, for I am the LORD who sanctifies him.”
16 ULB ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Then the LORD said to Moses,
17 ULB “ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟଦ୍ରବ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ। BSB BSB: “Say to Aaron, ‘For the generations to come, none of your descendants who has a physical defect may approach to offer the food of his God.
18 ULB ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, ଛୋଟା, ଯାହାର ନାକ ବିକୃତ, ଅଧିକ ଅଙ୍ଗ, BSB BSB: No man who has any defect may approach—no man who is blind, lame, disfigured, or deformed;
19 ULB ଭଗ୍ନପାଦ, ଭଗ୍ନହସ୍ତ, BSB BSB: no man who has a broken foot or hand,
20 ULB କୁଜା, ବାମନ, ଅବା ଯାହାର ଚକ୍ଷୁରେ ଖୁଣ ଅଛି, ଜାଦୁ ରୋଗୀ, କାଛୁ ରୋଗୀ, ଭଗ୍ନକୋଷ; BSB BSB: or who is a hunchback or dwarf, or who has an eye defect, a festering rash, scabs, or a crushed testicle.
21 ULB ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ। BSB BSB: No descendant of Aaron the priest who has a defect shall approach to present the food offerings to the LORD. Since he has a defect, he is not to come near to offer the food of his God.
22 ULB ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ଭକ୍ଷ୍ୟ ଭୋଜନ କରିବ। BSB BSB: He may eat the most holy food of his God as well as the holy food,
23 ULB ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ। BSB BSB: but because he has a defect, he must not go near the veil or approach the altar, so as not to desecrate My sanctuaries. For I am the LORD who sanctifies them.’”
24 ULB ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସମସ୍ତ ଇସ୍ରାଏଲ ସନ୍ତାନଗଣଙ୍କୁ ଏହି କଥା କହିଲେ।” BSB BSB: Moses told this to Aaron and his sons and to all the Israelites.
Select verses for actions: Enter goes to them and Escape comes back.