1 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Then the LORD said to Moses,
2 ULB “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ। BSB BSB: “Tell Aaron and his sons to treat with respect the sacred offerings that the Israelites have consecrated to Me, so that they do not profane My holy name. I am the LORD.
3 ULB ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ। BSB BSB: Tell them that for the generations to come, if any of their descendants in a state of uncleanness approaches the sacred offerings that the Israelites consecrate to the LORD, that person must be cut off from My presence. I am the LORD.
4 ULB ପୁଣି, ହାରୋଣ ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ; BSB BSB: If a descendant of Aaron has a skin disease or a discharge, he may not eat the sacred offerings until he is clean. Whoever touches anything defiled by a corpse or by a man who has an emission of semen,
5 ULB ଅଥବା ଯାହା ଦ୍ୱାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଇଁବ, BSB BSB: or whoever touches a crawling creature or a person that makes him unclean, whatever the uncleanness may be—
6 ULB ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। BSB BSB: the man who touches any of these will remain unclean until evening. He must not eat from the sacred offerings unless he has bathed himself with water.
7 ULB ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ। BSB BSB: When the sun has set, he will become clean, and then he may eat from the sacred offerings, for they are his food.
8 ULB ସେ ଆପଣାକୁ ଅଶୁଚି କରିବା ନିମନ୍ତେ ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ଜନ୍ତୁର ମାଂସ ଭୋଜନ କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ। BSB BSB: He must not eat anything found dead or torn by wild animals, which would make him unclean. I am the LORD.
9 ULB ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ। BSB BSB: The priests must keep My charge, lest they bear the guilt and die because they profane it. I am the LORD who sanctifies them.
10 ULB ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। BSB BSB: No one outside a priest’s family may eat the sacred offering, nor may the guest of a priest or his hired hand eat it.
11 ULB ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ। BSB BSB: But if a priest buys a slave with his own money, or if a slave is born in his household, that slave may eat his food.
12 ULB ଆଉ ଯାଜକର କନ୍ୟା ଯଦି କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ। BSB BSB: If the priest’s daughter is married to a man other than a priest, she is not to eat of the sacred contributions.
13 ULB ମାତ୍ର ଯାଜକର କନ୍ୟା ଯଦି ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନ ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥା ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ। BSB BSB: But if a priest’s daughter with no children becomes widowed or divorced and returns to her father’s house, she may share her father’s food as in her youth. But no outsider may share it.
14 ULB ଆଉ, ଯଦି କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ। BSB BSB: If anyone eats a sacred offering in error, he must add a fifth to its value and give the sacred offering to the priest.
15 ULB ଏହିରୂପେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହା ସବୁ ଅପବିତ୍ର କରିବେ ନାହିଁ। BSB BSB: The priests must not profane the sacred offerings that the Israelites present to the LORD
16 ULB ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ।” BSB BSB: by allowing the people to eat the sacred offerings and thus to bear the punishment for guilt. For I am the LORD who sanctifies them.”
17 ULB ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Then the LORD said to Moses,
18 ULB “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ଇସ୍ରାଏଲ ବଂଶ କିଅବା ଇସ୍ରାଏଲ ମଧ୍ୟରେ ବିଦେଶୀମାନଙ୍କ ମଧ୍ୟରୁ ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍ଵେଚ୍ଛାପୂର୍ବକ କୌଣସି ଉପହାର ଆଣନ୍ତି, BSB BSB: “Speak to Aaron and his sons and all the Israelites and tell them, ‘Any man of the house of Israel or any foreign resident who presents a gift for a burnt offering to the LORD, whether to fulfill a vow or as a freewill offering,
19 ULB ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁନ୍ତ ପୁଂ ପଶୁ ଉତ୍ସର୍ଗ କରିବେ। BSB BSB: must offer an unblemished male from the cattle, sheep, or goats in order for it to be accepted on your behalf.
20 ULB ମାତ୍ର ଯାହାର ଖୁଣ ଥାଏ, ତାକୁ ତୁମ୍ଭେମାନେ ଉତ୍ସର୍ଗ କରିବ ନାହିଁ; କାରଣ ତାହା ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବ ନାହିଁ। BSB BSB: You must not present anything with a defect, because it will not be accepted on your behalf.
21 ULB ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗ ପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ। BSB BSB: When a man presents a peace offering to the LORD from the herd or flock to fulfill a vow or as a freewill offering, it must be without blemish or defect to be acceptable.
22 ULB ଅନ୍ଧ, ଭଗ୍ନ, ଛୋଟା, ଆବୁଆ, ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ। BSB BSB: You are not to present to the LORD any animal that is blind, injured, or maimed, or anything with a running sore, a festering rash, or a scab; you must not put any of these on the altar as a food offering to the LORD.
23 ULB ତୁମ୍ଭେ ଅଧିକ ଅଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରି ପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ। BSB BSB: You may present as a freewill offering an ox or sheep that has a deformed or stunted limb, but it is not acceptable in fulfillment of a vow.
24 ULB ଆଉ, ଯାହାର କୋଷ ମଳା, ଛେଚା, ଭଙ୍ଗା, କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳି ଉତ୍ସର୍ଗ କରିବ ନାହିଁ। BSB BSB: You are not to present to the LORD an animal whose testicles are bruised, crushed, torn, or cut; you are not to sacrifice them in your land.
25 ULB କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ୱରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ।” BSB BSB: Neither you nor a foreigner shall present food to your God from any such animal. They will not be accepted on your behalf, because they are deformed and flawed.’”
26 ULB ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Then the LORD said to Moses,
27 ULB “ଗୋରୁ କି ମେଷ କି ଛାଗ ଜନ୍ମିଲା ଉତ୍ତାରେ ସାତ ଦିନ ପର୍ଯ୍ୟନ୍ତ ମାତା ସହିତ ରହିବ; ପୁଣି, ଅଷ୍ଟମ ଦିନଠାରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ଗ୍ରାହ୍ୟ ହେବ। BSB BSB: “When an ox, a sheep, or a goat is born, it must remain with its mother for seven days. From the eighth day on, it will be acceptable as a food offering presented to the LORD.
28 ULB ଆଉ, ଗୋରୁ କି ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କୁ ବଧ କରିବ ନାହିଁ। BSB BSB: But you must not slaughter an ox or a sheep on the same day as its young.
29 ULB ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେହି ସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ। BSB BSB: When you sacrifice a thank offering to the LORD, offer it so that it may be acceptable on your behalf.
30 ULB ସେହି ଦିନ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ। BSB BSB: It must be eaten that same day. Do not leave any of it until morning. I am the LORD.
31 ULB ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ। BSB BSB: You are to keep My commandments and practice them. I am the LORD.
32 ULB ଆଉ, ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ; ମାତ୍ର ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେବା। BSB BSB: You must not profane My holy name. I must be acknowledged as holy among the Israelites. I am the LORD who sanctifies you,
33 ULB ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ।” BSB BSB: who brought you out of the land of Egypt to be your God. I am the LORD.”
Select verses for actions: Enter goes to them and Escape comes back.