1 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Then the LORD said to Moses,
2 ULB “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ଯେଉଁ ସକଳ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘୋଷଣା କରିବ, ଆମ୍ଭର ସେହି ସକଳ ପର୍ବ ଏହି। BSB BSB: “Speak to the Israelites and say to them, ‘These are My appointed feasts, the feasts of the LORD that you are to proclaim as sacred assemblies.
3 ULB ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହାବିଶ୍ରାମ, ଅର୍ଥାତ୍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ। BSB BSB: For six days work may be done, but the seventh day is a Sabbath of complete rest, a day of sacred assembly. You must not do any work; wherever you live, it is a Sabbath to the LORD.
4 ULB ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି। BSB BSB: These are the LORD’s appointed feasts, the sacred assemblies you are to proclaim at their appointed times.
5 ULB ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ। BSB BSB: The Passover to the LORD begins at twilight on the fourteenth day of the first month.
6 ULB ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ। BSB BSB: On the fifteenth day of the same month begins the Feast of Unleavened Bread to the LORD. For seven days you must eat unleavened bread.
7 ULB ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ। BSB BSB: On the first day you are to hold a sacred assembly; you are not to do any regular work.
8 ULB ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।” BSB BSB: For seven days you are to present a food offering to the LORD. On the seventh day there shall be a sacred assembly; you must not do any regular work.’”
9 ULB ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: And the LORD said to Moses,
10 ULB “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ। BSB BSB: “Speak to the Israelites and say, ‘When you enter the land that I am giving you and you reap its harvest, you are to bring to the priest a sheaf of the firstfruits of your harvest.
11 ULB ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ। BSB BSB: And he shall wave the sheaf before the LORD so that it may be accepted on your behalf; the priest is to wave it on the day after the Sabbath.
12 ULB ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଉତ୍ସର୍ଗ କରିବ। BSB BSB: On the day you wave the sheaf, you shall offer a year-old lamb without blemish as a burnt offering to the LORD,
13 ULB ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ ନୈବେଦ୍ୟ ହେବ। BSB BSB: along with its grain offering of two-tenths of an ephah of fine flour mixed with oil—a food offering to the LORD, a pleasing aroma—and its drink offering of a quarter hin of wine.
14 ULB ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜାଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। BSB BSB: You must not eat any bread or roasted or new grain until the very day you have brought this offering to your God. This is to be a permanent statute for the generations to come, wherever you live.
15 ULB ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ। BSB BSB: From the day after the Sabbath, the day you brought the sheaf of the wave offering, you are to count off seven full weeks.
16 ULB ଏହିରୂପେ ସପ୍ତମ ବିଶ୍ରାମବାରର ପର ଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ। BSB BSB: You shall count off fifty days until the day after the seventh Sabbath, and then present an offering of new grain to the LORD.
17 ULB ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ। BSB BSB: Bring two loaves of bread from your dwellings as a wave offering, each made from two-tenths of an ephah of fine flour, baked with leaven, as the firstfruits to the LORD.
18 ULB ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। BSB BSB: Along with the bread you are to present seven unblemished male lambs a year old, one young bull, and two rams. They will be a burnt offering to the LORD, together with their grain offerings and drink offerings—a food offering, a pleasing aroma to the LORD.
19 ULB ତହିଁ ଉତ୍ତାରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଦୁଇ ମେଷବତ୍ସ ବଳିଦାନ କରିବ। BSB BSB: You shall also prepare one male goat as a sin offering and two male lambs a year old as a peace offering.
20 ULB ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। BSB BSB: The priest is to wave the lambs as a wave offering before the LORD, together with the bread of the firstfruits. The bread and the two lambs shall be holy to the LORD for the priest.
21 ULB ଆଉ, ତୁମ୍ଭେମାନେ ସେହି ଦିନ (ସଭାର) ଘୋଷଣା କରିବ; ତହିଁରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି। BSB BSB: On that same day you are to proclaim a sacred assembly, and you must not do any regular work. This is to be a permanent statute wherever you live for the generations to come.
22 ULB ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” BSB BSB: When you reap the harvest of your land, do not reap all the way to the edges of your field or gather the gleanings of your harvest. Leave them for the poor and the foreign resident. I am the LORD your God.’”
23 ULB ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: The LORD also said to Moses,
24 ULB “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ଅର୍ଥାତ୍, ତୂରୀଧ୍ୱନୀ ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ। BSB BSB: “Speak to the Israelites and say, ‘On the first day of the seventh month you are to have a day of rest, a sacred assembly announced by trumpet blasts.
25 ULB ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।” BSB BSB: You must not do any regular work, but you are to present a food offering to the LORD.’”
26 ULB ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Again the LORD said to Moses,
27 ULB “ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ। BSB BSB: “The tenth day of this seventh month is the Day of Atonement. You shall hold a sacred assembly and humble yourselves, and present a food offering to the LORD.
28 ULB ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ତାହା ପ୍ରାୟଶ୍ଚିତ୍ତର ଦିନ ହେବ। BSB BSB: On this day you are not to do any work, for it is the Day of Atonement, when atonement is made for you before the LORD your God.
29 ULB ସେହି ଦିନରେ ଯେକେହି ଆପଣା ପ୍ରାଣକୁ କ୍ଲେଶ ଦେବ ନାହିଁ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। BSB BSB: If anyone does not humble himself on this day, he must be cut off from his people.
30 ULB ପୁଣି ସେହି ଦିନ ଯେକୌଣସି ପ୍ରାଣୀ କୌଣସି ପ୍ରକାର କାର୍ଯ୍ୟ କରେ, ସେହି ପ୍ରାଣୀକୁ ତାହାର ଲୋକମାନଙ୍କ ମଧ୍ୟରୁ ଆମ୍ଭେ ଉଚ୍ଛିନ୍ନ କରିବା। BSB BSB: I will destroy from among his people anyone who does any work on this day.
31 ULB ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି। BSB BSB: You are not to do any work at all. This is a permanent statute for the generations to come, wherever you live.
32 ULB ସେହି ଦିନ ତୁମ୍ଭମାନଙ୍କର ମହାବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟା କାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।” BSB BSB: It will be a Sabbath of complete rest for you, and you shall humble yourselves. From the evening of the ninth day of the month until the following evening you are to keep your Sabbath.”
33 ULB ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: And the LORD said to Moses,
34 ULB “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ। BSB BSB: “Speak to the Israelites and say, ‘On the fifteenth day of the seventh month the Feast of Tabernacles to the LORD begins, and it continues for seven days.
35 ULB ପ୍ରଥମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ। BSB BSB: On the first day there shall be a sacred assembly. You must not do any regular work.
36 ULB ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ। BSB BSB: For seven days you are to present a food offering to the LORD. On the eighth day you are to hold a sacred assembly and present a food offering to the LORD. It is a solemn assembly; you must not do any regular work.
37 ULB ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର, ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ବଳି ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ। BSB BSB: These are the LORD’s appointed feasts, which you are to proclaim as sacred assemblies for presenting food offerings to the LORD—burnt offerings and grain offerings, sacrifices and drink offerings, each on its designated day.
38 ULB ନିୟମିତ ଭାବରେ ସାପ୍ତାହିକ ବିଶ୍ରାମବାର ପାଳନ କରିବା ବ୍ୟତୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦେଉଥିବା ତୁମ୍ଭମାନଙ୍କର ସକଳ ଦାନ, ସକଳ ମାନତ ଓ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ସକଳ ବ୍ୟତୀତ ନିରୂପିତ ପର୍ବମାନଙ୍କରେ ଉତ୍ସର୍ଗ କରିବ। BSB BSB: These offerings are in addition to the offerings for the LORD’s Sabbaths, and in addition to your gifts, to all your vow offerings, and to all the freewill offerings you give to the LORD.
39 ULB ଆହୁରି, ଭୂମିରୁ ଉତ୍ପନ୍ନ ଫଳ ସଂଗ୍ରହ କଲା ଉତ୍ତାରେ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅବଶ୍ୟ ପର୍ବ ପାଳନ କରିବ; ପ୍ରଥମ ଦିନ ମହା ବିଶ୍ରାମ ହେବ ଓ ଅଷ୍ଟମ ଦିନ ମହା ବିଶ୍ରାମ ହେବ। BSB BSB: On the fifteenth day of the seventh month, after you have gathered the produce of the land, you are to celebrate a feast to the LORD for seven days. There shall be complete rest on the first day and also on the eighth day.
40 ULB ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇଶୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ। BSB BSB: On the first day you are to gather the fruit of majestic trees, the branches of palm trees, and the boughs of leafy trees and of willows of the brook. And you are to rejoice before the LORD your God for seven days.
41 ULB ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ। BSB BSB: You are to celebrate this as a feast to the LORD for seven days each year. This is a permanent statute for the generations to come; you are to celebrate it in the seventh month.
42 ULB ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ। BSB BSB: You are to dwell in booths for seven days. All the native-born of Israel must dwell in booths,
43 ULB ତହିଁରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କୁ ପତ୍ରକୁଟୀରରେ ବାସ କରାଇଥିଲୁ, ଏହା ତୁମ୍ଭମାନଙ୍କର ଭବିଷ୍ୟତ ପୁରୁଷମାନେ ଜାଣି ପାରିବେ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” BSB BSB: so that your descendants may know that I made the Israelites dwell in booths when I brought them out of the land of Egypt. I am the LORD your God.’”
44 ULB ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣକୁ ସଦାପ୍ରଭୁଙ୍କର ସମସ୍ତ ସ୍ଥାପିତ ପର୍ବର କଥା କହିଲେ। BSB BSB: So Moses announced to the Israelites the appointed feasts of the LORD.
Select verses for actions: Enter goes to them and Escape comes back.