1 ULB ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ। BSB BSB: “If one’s offering is a peace offering and he offers an animal from the herd, whether male or female, he must present it without blemish before the LORD.
2 ULB ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ। BSB BSB: He is to lay his hand on the head of the offering and slaughter it at the entrance to the Tent of Meeting. Then Aaron’s sons the priests shall splatter the blood on all sides of the altar.
3 ULB ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ, BSB BSB: From the peace offering he is to bring a food offering to the LORD: the fat that covers the entrails, all the fat that is on them,
4 ULB ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ। BSB BSB: both kidneys with the fat on them near the loins, and the lobe of the liver, which he is to remove with the kidneys.
5 ULB ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। BSB BSB: Then Aaron’s sons are to burn it on the altar atop the burnt offering that is on the burning wood, as a food offering, a pleasing aroma to the LORD.
6 ULB ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ। BSB BSB: If, however, one’s peace offering to the LORD is from the flock, he must present a male or female without blemish.
7 ULB ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ; BSB BSB: If he is presenting a lamb for his offering, he must present it before the LORD.
8 ULB ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ। BSB BSB: He is to lay his hand on the head of his offering and slaughter it in front of the Tent of Meeting. Then Aaron’s sons shall splatter its blood on all sides of the altar.
9 ULB ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ, BSB BSB: And from the peace offering he shall bring a food offering to the LORD consisting of its fat: the entire fat tail cut off close to the backbone, the fat that covers the entrails, all the fat that is on them,
10 ULB ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ। BSB BSB: both kidneys with the fat on them near the loins, and the lobe of the liver, which he is to remove with the kidneys.
11 ULB ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ। BSB BSB: Then the priest is to burn them on the altar as food, a food offering to the LORD.
12 ULB ଆଉ, କେହି ଯଦି ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ, BSB BSB: If one’s offering is a goat, he is to present it before the LORD.
13 ULB ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ। BSB BSB: He must lay his hand on its head and slaughter it in front of the Tent of Meeting. Then Aaron’s sons shall splatter its blood on all sides of the altar.
14 ULB ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ, BSB BSB: And from his offering he shall present a food offering to the LORD: the fat that covers the entrails, all the fat that is on them,
15 ULB ଦୁଇ ଗୁର୍ଦା, ତାହାର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ। BSB BSB: both kidneys with the fat on them near the loins, and the lobe of the liver, which he is to remove with the kidneys.
16 ULB ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର। BSB BSB: Then the priest is to burn the food on the altar as a food offering, a pleasing aroma. All the fat is the LORD’s.
17 ULB ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।” BSB BSB: This is a permanent statute for the generations to come, wherever you live: You must not eat any fat or any blood.”
Select verses for actions: Enter goes to them and Escape comes back.