1 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: And the LORD said to Moses,
2 ULB “କେହି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ, ଅର୍ଥାତ୍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ; BSB BSB: “If someone sins and acts unfaithfully against the LORD by deceiving his neighbor in regard to a deposit or security entrusted to him or stolen, or if he extorts his neighbor
3 ULB କିଅବା ହଜାଦ୍ରବ୍ୟ ପାଇ ତଦ୍ବିଷୟରେ ଅସତ୍ୟ ବ୍ୟବହାର କରେ ଓ ମିଥ୍ୟା କହି ଶପଥ କରେ; ଏହି ପ୍ରକାର ଯେକୌଣସି କର୍ମରେ ମନୁଷ୍ୟ ପାପ କରେ; BSB BSB: or finds lost property and lies about it and swears falsely, or if he commits any such sin that a man might commit—
4 ULB ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି, BSB BSB: once he has sinned and becomes guilty, he must return what he has stolen or taken by extortion, or the deposit entrusted to him, or the lost property he found,
5 ULB ଅବା ଯେକୌଣସି ବିଷୟରେ ମିଥ୍ୟା ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ସେହି ଦ୍ରବ୍ୟର ମାଲିକକୁ ତାହା ଦେବ। BSB BSB: or anything else about which he has sworn falsely. He must make restitution in full, add a fifth of the value, and pay it to the owner on the day he acknowledges his guilt.
6 ULB ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ। BSB BSB: Then he must bring to the priest his guilt offering to the LORD: an unblemished ram of proper value from the flock.
7 ULB ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ୱାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ।” BSB BSB: In this way the priest will make atonement for him before the LORD, and he will be forgiven for anything he may have done to incur guilt.”
8 ULB ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Then the LORD said to Moses,
9 ULB “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ। BSB BSB: “Command Aaron and his sons that this is the law of the burnt offering: The burnt offering is to remain on the hearth of the altar all night, until morning, and the fire must be kept burning on the altar.
10 ULB ପୁଣି ଯାଜକ ଆପଣା ଶୁକ୍ଳବସ୍ତ୍ର ଓ ଶରୀରରେ ଶୁକ୍ଳ ଜଙ୍ଘିଆ ପିନ୍ଧିବ; ଆଉ ସେ ବେଦି ଉପରେ ଅଗ୍ନି ଦଗ୍ଧ ହୋମବଳିର ଭସ୍ମ ଉଠାଇ ବେଦି ପାର୍ଶ୍ୱରେ ରଖିବ। BSB BSB: And the priest shall put on his linen robe and linen undergarments, and he shall remove from the altar the ashes of the burnt offering that the fire has consumed and place them beside it.
11 ULB ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇ ଯିବ। BSB BSB: Then he must take off his garments, put on other clothes, and carry the ashes outside the camp to a ceremonially clean place.
12 ULB ମାତ୍ର ବେଦିର ଉପରିସ୍ଥ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା ଲିଭିବ ନାହିଁ; ଯାଜକ ପ୍ରତ୍ୟେକ ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ। BSB BSB: The fire on the altar shall be kept burning; it must not be extinguished. Every morning the priest is to add wood to the fire, arrange the burnt offering on it, and burn the fat portions of the peace offerings on it.
13 ULB ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା କଦାପି ଲିଭିବ ନାହିଁ। BSB BSB: The fire shall be kept burning on the altar continually; it must not be extinguished.
14 ULB ଆଉ ଭକ୍ଷ୍ୟ ନୈବେଦ୍ୟର ବ୍ୟବସ୍ଥା ଏହି; ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ। BSB BSB: Now this is the law of the grain offering: Aaron’s sons shall present it before the LORD in front of the altar.
15 ULB ତହୁଁ ଯାଜକ ଆପଣା ମୁଷ୍ଟି ପୂର୍ଣ୍ଣ କରି ସେହି ଭକ୍ଷ୍ୟ ନୈବେଦ୍ୟରୁ କିଛି ସରୁ ମଇଦା ଓ କିଛି ତୈଳ ଓ ନୈବେଦ୍ୟ ଉପରିସ୍ଥ ସମସ୍ତ କୁନ୍ଦୁରୁ ନେଇ ତହିଁର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ବେଦିରେ ଦଗ୍ଧ କରିବ। BSB BSB: The priest is to remove a handful of fine flour and olive oil, together with all the frankincense from the grain offering, and burn the memorial portion on the altar as a pleasing aroma to the LORD.
16 ULB ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ। BSB BSB: Aaron and his sons are to eat the remainder. It must be eaten without leaven in a holy place; they are to eat it in the courtyard of the Tent of Meeting.
17 ULB ତାଡ଼ି ସହିତ ତାହା ରନ୍ଧନ ହେବ ନାହିଁ। ଆମ୍ଭେ ଆପଣା ଅଗ୍ନିକୃତ ଉପହାରରୁ ସେମାନଙ୍କ ଅଂଶ ନିମନ୍ତେ ତାହା ଦେଲୁ; ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ତାହା ମହାପବିତ୍ର। BSB BSB: It must not be baked with leaven; I have assigned it as their portion of My food offerings. It is most holy, like the sin offering and the guilt offering.
18 ULB ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା ହେଉଛି ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।” BSB BSB: Any male among the sons of Aaron may eat it. This is a permanent portion from the food offerings to the LORD for the generations to come. Anything that touches them will become holy.”
19 ULB ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Then the LORD said to Moses,
20 ULB “ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟା କାଳରେ ଉତ୍ସର୍ଗ କରିବେ। BSB BSB: “This is the offering that Aaron and his sons must present to the LORD on the day he is anointed: a tenth of an ephah of fine flour as a regular grain offering, half of it in the morning and half in the evening.
21 ULB ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ଓଦା ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ପୁଣି ସେହି ରନ୍ଧନ କରାଯାଇଥିବା ଭକ୍ଷ୍ୟ ନୈବେଦ୍ୟର ଖଣ୍ଡ ଖଣ୍ଡ ଖାଦ୍ୟ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। BSB BSB: It shall be prepared with oil on a griddle; you are to bring it well-kneaded and present it as a grain offering broken in pieces, a pleasing aroma to the LORD.
22 ULB ଏଥିଉତ୍ତାରେ ହାରୋଣର ପୁତ୍ରଗଣ ମଧ୍ୟରୁ ଯେ ତାହାର ପଦରେ ଅଭିଷିକ୍ତ ଯାଜକ ହେବ, ସେ ତାହା ଉତ୍ସର୍ଗ କରିବ; ଏହା ଅନନ୍ତକାଳୀନ ବିଧିରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ଦଗ୍ଧ ହେବ। BSB BSB: The priest, who is one of Aaron’s sons and will be anointed to take his place, is to prepare it. As a permanent portion for the LORD, it must be burned completely.
23 ULB ଅର୍ଥାତ୍, ଯାଜକର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ସମ୍ପୂର୍ଣ୍ଣ ରୂପେ ଦଗ୍ଧ ହେବ; ତାହା ଭୋଜନ କରାଯିବ ନାହିଁ।” BSB BSB: Every grain offering for a priest shall be burned completely; it is not to be eaten.”
24 ULB ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: And the LORD said to Moses,
25 ULB “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର। BSB BSB: “Tell Aaron and his sons that this is the law of the sin offering: In the place where the burnt offering is slaughtered, the sin offering shall be slaughtered before the LORD; it is most holy.
26 ULB ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ। BSB BSB: The priest who offers it shall eat it; it must be eaten in a holy place, in the courtyard of the Tent of Meeting.
27 ULB ଯେକେହି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯଦି କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତ ସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ। BSB BSB: Anything that touches its flesh will become holy, and if any of the blood is spattered on a garment, you must wash it in a holy place.
28 ULB ମାତ୍ର ଯେଉଁ ମୃତ୍ତିକାର ପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗାଯିବ; ଯଦି ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜାଯିବ ଓ ଜଳରେ ପରିଷ୍କୃତ ହେବ। BSB BSB: The clay pot in which the sin offering is boiled must be broken; if it is boiled in a bronze pot, the pot must be scoured and rinsed with water.
29 ULB ଯାଜକଗଣ ମଧ୍ୟରେ ସମସ୍ତ ପୁରୁଷ ତାହା ଭୋଜନ କରିବେ; ତାହା ମହାପବିତ୍ର। BSB BSB: Any male among the priests may eat it; it is most holy.
30 ULB ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।” BSB BSB: But no sin offering may be eaten if its blood has been brought into the Tent of Meeting to make atonement in the Holy Place; it must be burned.
Select verses for actions: Enter goes to them and Escape comes back.