1 ULB ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ। BSB BSB: After this, the Lord appointed seventy-two others and sent them two by two ahead of Him to every town and place He was about to visit.
2 ULB ପୁଣି, ସେ ସେମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର। BSB BSB: And He told them, “The harvest is plentiful, but the workers are few. Ask the Lord of the harvest, therefore, to send out workers into His harvest.
3 ULB ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି। BSB BSB: Go! I am sending you out like lambs among wolves.
4 ULB ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ। BSB BSB: Carry no purse or bag or sandals. Do not greet anyone along the road.
5 ULB ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ। BSB BSB: Whatever house you enter, begin by saying, ‘Peace to this house.’
7 ULB ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ। BSB BSB: Stay at the same house, eating and drinking whatever you are offered. For the worker is worthy of his wages. Do not move around from house to house.
8 ULB ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର, BSB BSB: If you enter a town and they welcome you, eat whatever is set before you.
9 ULB ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ। BSB BSB: Heal the sick who are there and tell them, ‘The kingdom of God is near you.’
10 ULB କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ, BSB BSB: But if you enter a town and they do not welcome you, go into the streets and declare,
11 ULB ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ିଦେଉଅଛୁ; ତଥାପି ଈଶ୍ୱରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ। BSB BSB: ‘Even the dust of your town that clings to our feet, we wipe off as a testimony against you. Yet be sure of this: The kingdom of God is near.’
12 ULB ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ। BSB BSB: I tell you, it will be more bearable on that day for Sodom than for that town.
13 ULB ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ। BSB BSB: Woe to you, Chorazin! Woe to you, Bethsaida! For if the miracles that were performed in you had been performed in Tyre and Sidon, they would have repented long ago, sitting in sackcloth and ashes.
14 ULB ତଥାପି ବିଚାରରେ ତୁମ୍ଭମାନଙ୍କ ଦଣ୍ଡ ଅପେକ୍ଷା ସୋର ଓ ସୀଦୋନର ଦଣ୍ଡ ସହି ହେବ। BSB BSB: But it will be more bearable for Tyre and Sidon at the judgment than for you.
15 ULB ଆଉ, ରେ କଫର୍ନାହୂମ ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ। BSB BSB: And you, Capernaum, will you be lifted up to heaven? No, you will be brought down to Hades!
16 ULB ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ। BSB BSB: Whoever listens to you listens to Me; whoever rejects you rejects Me; and whoever rejects Me rejects the One who sent Me.”
17 ULB ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି। BSB BSB: The seventy-two returned with joy and said, “Lord, even the demons submit to us in Your name.”
18 ULB କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି। BSB BSB: So He told them, “I saw Satan fall like lightning from heaven.
19 ULB ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ। BSB BSB: Behold, I have given you authority to tread on snakes and scorpions, and over all the power of the enemy. Nothing will harm you.
20 ULB ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର। BSB BSB: Nevertheless, do not rejoice that the spirits submit to you, but rejoice that your names are written in heaven.”
21 ULB ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥି ନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା। BSB BSB: At that time Jesus rejoiced in the Holy Spirit and declared, “I praise You, Father, Lord of heaven and earth, because You have hidden these things from the wise and learned, and revealed them to little children. Yes, Father, for this was well-pleasing in Your sight.
22 ULB ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋ’ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ। BSB BSB: All things have been entrusted to Me by My Father. No one knows who the Son is except the Father, and no one knows who the Father is except the Son and those to whom the Son chooses to reveal Him.”
23 ULB ପୁଣି, ସେ ଶିଷ୍ୟମାନଙ୍କ ପ୍ରତି ବୁଲିପଡ଼ି କେବଳ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହି ସବୁ ଯେଉଁ ଚକ୍ଷୁ ଦେଖେ, ତାହା ଧନ୍ୟ। BSB BSB: Then Jesus turned to the disciples and said privately, “Blessed are the eyes that see what you see.
24 ULB କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହି ସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହି ସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ। BSB BSB: For I tell you that many prophets and kings desired to see what you see but did not see it, and to hear what you hear but did not hear it.”
25 ULB ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି? BSB BSB: One day an expert in the law stood up to test Him. “Teacher,” he asked, “what must I do to inherit eternal life?”
26 ULB ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ କ'ଣ ଲେଖା ଅଛି? ତୁମ୍ଭେ କିପରି ପାଠ କରୁଅଛ? BSB BSB: “What is written in the Law?” Jesus replied. “How do you read it?”
27 ULB ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର। BSB BSB: He answered, “‘Love the Lord your God with all your heart and with all your soul and with all your strength and with all your mind’ and ‘Love your neighbor as yourself.’”
28 ULB ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ ଠିକ୍ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ। BSB BSB: “You have answered correctly,” Jesus said. “Do this and you will live.”
29 ULB କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ? BSB BSB: But wanting to justify himself, he asked Jesus, “And who is my neighbor?”
30 ULB ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, ଜଣେ ଲୋକ ଯିରୂଶାଲମରୁ ଯିରୀହୋକୁ ଯାଉ ଯାଉ ଡକାୟତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ। BSB BSB: Jesus took up this question and said, “A man was going down from Jerusalem to Jericho when he fell into the hands of robbers. They stripped him, beat him, and went away, leaving him half dead.
31 ULB ଘଟଣା ପରେପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ। BSB BSB: Now by chance a priest was going down the same road, but when he saw him, he passed by on the other side.
32 ULB ସେହି ପ୍ରକାରେ ଜଣେ ଲେବୀୟ ମଧ୍ୟ ସେ ସ୍ଥାନକୁ ଆସି ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ। BSB BSB: So too, when a Levite came to that spot and saw him, he passed by on the other side.
33 ULB କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ, BSB BSB: But a Samaritan on a journey came upon him, and when he saw him, he had compassion.
34 ULB ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତେଲ ଓ ଦ୍ରାକ୍ଷାରସ ଢ଼ାଳି ସେହି ସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ। BSB BSB: He went to him and bandaged his wounds, pouring on oil and wine. Then he put him on his own animal, brought him to an inn, and took care of him.
35 ULB ତହିଁ ଆରଦିନ ସେ ଦୁଇଟି ଟଙ୍କା ବାହାର କରି ପାନ୍ଥଶାଳାର ମାଲିକଙ୍କୁ ଦେଇ କହିଲେ, ଏହାର ସେବା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ଫେରିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି। BSB BSB: The next day he took out two denarii and gave them to the innkeeper. ‘Take care of him,’ he said, ‘and on my return I will repay you for any additional expense.’
36 ULB ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାୟତମାନଙ୍କ ହାବୁଡ଼ରେ ପଡିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ? BSB BSB: Which of these three do you think was a neighbor to the man who fell into the hands of robbers?”
37 ULB ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ। ଯୀଶୁ ତାହାଙ୍କୁ କହିଲେ, ଯାଅ, ତୁମ୍ଭେ ମଧ୍ୟ ସେହି ପ୍ରକାର କର। BSB BSB: “The one who showed him mercy,” replied the expert in the law. Then Jesus told him, “Go and do likewise.”
39 ULB ତାହାଙ୍କର ଜଣେ ଭଉଣୀ ଥିଲେ ତାଙ୍କ ନାମ ମରିୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ। BSB BSB: She had a sister named Mary, who sat at the Lord’s feet listening to His message.
40 ULB କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋ’ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କ'ଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ। BSB BSB: But Martha was distracted by all the preparations to be made. She came to Jesus and said, “Lord, do You not care that my sister has left me to serve alone? Tell her to help me!”
41 ULB କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ, BSB BSB: “Martha, Martha,” the Lord replied, “you are worried and upset about many things.
42 ULB କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରିୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ। BSB BSB: But only one thing is necessary. Mary has chosen the good portion, and it will not be taken away from her.”