1 ULB ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ। BSB BSB: In the meantime, a crowd of many thousands had gathered, so that they were trampling one another. Jesus began to speak first to His disciples: “Beware of the leaven of the Pharisees, which is hypocrisy.
2 ULB କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ,। BSB BSB: There is nothing concealed that will not be disclosed, and nothing hidden that will not be made known.
3 ULB ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ, ସେହି ସବୁ ଆଲୋକରେ ଶୁଣାଯିବ, ପୁଣି, ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ। BSB BSB: What you have spoken in the dark will be heard in the daylight, and what you have whispered in the inner rooms will be proclaimed from the housetops.
4 ULB କିନ୍ତୁ ମୋର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। BSB BSB: I tell you, My friends, do not be afraid of those who kill the body and after that can do no more.
5 ULB କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର। BSB BSB: But I will show you whom you should fear: Fear the One who, after you have been killed, has authority to throw you into hell. Yes, I tell you, fear Him!
6 ULB ପାଞ୍ଚୋଟି ଘରଚଟିଆ କ'ଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ୱର ଭୁଲିଯାଆନ୍ତି ନାହିଁ। BSB BSB: Are not five sparrows sold for two pennies? Yet not one of them is forgotten by God.
7 ULB କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ। BSB BSB: And even the very hairs of your head are all numbered. So do not be afraid; you are worth more than many sparrows.
8 ULB ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ; BSB BSB: I tell you, everyone who confesses Me before men, the Son of Man will also confess him before the angels of God.
9 ULB କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ। BSB BSB: But whoever denies Me before men will be denied before the angels of God.
10 ULB ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ। BSB BSB: And everyone who speaks a word against the Son of Man will be forgiven, but whoever blasphemes against the Holy Spirit will not be forgiven.
11 ULB ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କ'ଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ; BSB BSB: When you are brought before synagogues, rulers, and authorities, do not worry about how to defend yourselves or what to say.
12 ULB କାରଣ କ'ଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ। BSB BSB: For at that time the Holy Spirit will teach you what you should say.”
13 ULB ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋ'ର ଭାଇକୁ ମୋ' ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ। BSB BSB: Someone in the crowd said to Him, “Teacher, tell my brother to divide the inheritance with me.”
14 ULB କିନ୍ତୁ ସେ ତାହାଙ୍କୁ କହିଲେ, ହେ ଭାଇ. କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା? BSB BSB: But Jesus replied, “Man, who appointed Me judge or executor between you?”
15 ULB ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ। BSB BSB: And He said to them, “Watch out! Guard yourselves against every form of greed, for one’s life does not consist in the abundance of his possessions.”
16 ULB ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା। BSB BSB: Then He told them a parable: “The ground of a certain rich man produced an abundance.
17 ULB ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କ'ଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ। BSB BSB: So he thought to himself, ‘What shall I do, since I have nowhere to store my crops?’
18 ULB ପୁଣି, ସେ କହିଲା, ଏହା କରିବି; ମୋର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି, BSB BSB: Then he said, ‘This is what I will do: I will tear down my barns and will build bigger ones, and there I will store up all my grain and my goods.
19 ULB ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍; BSB BSB: Then I will say to myself, “You have plenty of good things laid up for many years. Take it easy. Eat, drink, and be merry!”’
20 ULB କିନ୍ତୁ ଈଶ୍ୱର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହି ସବୁ କାହାର ହେବ? BSB BSB: But God said to him, ‘You fool! This very night your life will be required of you. Then who will own what you have accumulated?’
21 ULB ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ୱରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ। BSB BSB: This is how it will be for anyone who stores up treasure for himself but is not rich toward God.”
22 ULB ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। BSB BSB: Then Jesus said to His disciples, “Therefore I tell you, do not worry about your life, what you will eat, or about your body, what you will wear.
23 ULB କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ। BSB BSB: For life is more than food, and the body more than clothes.
24 ULB କାଉମାନଙ୍କ ବିଷୟ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି, ସେମାନଙ୍କର ଭଣ୍ଡାରଘର ନାହିଁ, ଆଉ ଈଶ୍ୱର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ! BSB BSB: Consider the ravens: They do not sow or reap, they have no storehouse or barn; yet God feeds them. How much more valuable you are than the birds!
25 ULB ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ହାତେ ବଢ଼ାଇ ପାରେ? BSB BSB: Who of you by worrying can add a single hour to his life?
26 ULB ଅତଏବ, ଯଦି ତୁମ୍ଭେମାନେ କ୍ଷୁଦ୍ର ବିଷୟ ସୁଦ୍ଧା କରିବାକୁ ସକ୍ଷମ ନୁହଁ, ତେବେ ଅନ୍ୟ ସମସ୍ତ ବିଷୟରେ କାହିଁକି ଚିନ୍ତା କରୁଅଛ? BSB BSB: So if you cannot do such a small thing, why do you worry about the rest?
27 ULB ଫୁଲଗୁଡ଼ିକ ବିଷୟ ଭାବି ଦେଖ, ସେଗୁଡ଼ିକ କିପରି ସୁତା କାଟନ୍ତି ନାହିଁ କି ବୁଣନ୍ତି ନାହିଁ; ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଏୗଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିଏ ପରି ବିଭୂଷିତ ନ ଥିଲେ। BSB BSB: Consider how the lilies grow: They do not labor or spin. Yet I tell you, not even Solomon in all his glory was adorned like one of these.
28 ULB କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ! BSB BSB: If that is how God clothes the grass of the field, which is here today and tomorrow is thrown into the furnace, how much more will He clothe you, O you of little faith!
29 ULB ପୁଣି, କ'ଣ ଖାଇବ ଓ କ'ଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ, BSB BSB: And do not be concerned about what you will eat or drink. Do not worry about it.
30 ULB କାରଣ ଜଗତର ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ପିତା ଜାଣନ୍ତି। BSB BSB: For the Gentiles of the world strive after all these things, and your Father knows that you need them.
31 ULB ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ। BSB BSB: But seek His kingdom, and these things will be added unto you.
32 ULB ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କର ପିତାଙ୍କର ମହା ଆନନ୍ଦ। BSB BSB: Do not be afraid, little flock, for your Father is pleased to give you the kingdom.
33 ULB ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା ପୋକ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର, BSB BSB: Sell your possessions and give to the poor. Provide yourselves with purses that will not wear out, an inexhaustible treasure in heaven, where no thief approaches and no moth destroys.
34 ULB କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ। BSB BSB: For where your treasure is, there your heart will be also.
35 ULB ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ; BSB BSB: Be dressed for service and keep your lamps burning.
36 ULB ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରିଆସି ଦ୍ୱାରରେ ମାରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ। BSB BSB: Then you will be like servants waiting for their master to return from the wedding banquet, so that when he comes and knocks, they can open the door for him at once.
37 ULB ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ। BSB BSB: Blessed are those servants whom the master finds on watch when he returns. Truly I tell you, he will dress himself to serve and will have them recline at the table, and he himself will come and wait on them.
38 ULB ଆଉ ସେ ଯଦି ଦ୍ୱିତୀୟ କି ତୃତୀୟ ପ୍ରହରରେ ସୁଦ୍ଧା ଆସି ସେମାନଙ୍କୁ ସେପରି ଦେଖନ୍ତି, ତାହାହେଲେ ସେହି ଦାସମାନେ ଧନ୍ୟ। BSB BSB: Even if he comes in the second or third watch of the night and finds them alert, those servants will be blessed.
39 ULB କିନ୍ତୁ ଏହା ଜାଣିଥାଅ, କେଉଁ ସମୟରେ ଚୋର ଆସିବ, ଏହା ଗୃହକର୍ତ୍ତା ଯେବେ ଜାଣନ୍ତେ, ତାହାହେଲେ ସେ ଆପଣା ଘରେ ସିନ୍ଧି କାଟିବାକୁ ଦିଅନ୍ତେ ନାହିଁ। BSB BSB: But understand this: If the homeowner had known at what hour the thief was coming, he would not have let his house be broken into.
40 ULB ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ। BSB BSB: You also must be ready, because the Son of Man will come at an hour you do not expect.”
41 ULB ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି? BSB BSB: “Lord,” said Peter, “are You addressing this parable to us, or to everyone else as well?”
42 ULB ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ? BSB BSB: And the Lord answered, “Who then is the faithful and wise manager, whom the master puts in charge of his servants to give them their portion at the proper time?
43 ULB ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ। BSB BSB: Blessed is that servant whose master finds him doing so when he returns.
44 ULB ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ। BSB BSB: Truly I tell you, he will put him in charge of all his possessions.
45 ULB କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ, BSB BSB: But suppose that servant says in his heart, ‘My master will be a long time in coming,’ and he begins to beat the menservants and maidservants, and to eat and drink and get drunk.
46 ULB ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ। BSB BSB: The master of that servant will come on a day he does not expect and at an hour he does not anticipate. Then he will cut him to pieces and assign him a place with the unbelievers.
48 ULB ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ। ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ। BSB BSB: But the one who unknowingly does things worthy of punishment will be beaten with few blows. From everyone who has been given much, much will be required; and from him who has been entrusted with much, even more will be demanded.
50 ULB ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି। BSB BSB: But I have a baptism to undergo, and how distressed I am until it is accomplished!
52 ULB କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ। BSB BSB: From now on, five in one household will be divided, three against two and two against three.
53 ULB ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ। BSB BSB: They will be divided, father against son and son against father, mother against daughter and daughter against mother, mother-in-law against daughter-in-law and daughter-in-law against mother-in-law.”
54 ULB ପୁଣି, ସେ ଲୋକମାନଙ୍କୁ ମଧ୍ୟ କହିଲେ, ପଶ୍ଚିମ ଦିଗରେ ମେଘ ଉଠୁଥିବା ଦେଖିଲେ ସେହିକ୍ଷଣି ତୁମ୍ଭେମାନେ କୁହ, ବର୍ଷା ଆସୁଅଛି, ଆଉ ସେହିପରି ଘଟେ; BSB BSB: Then Jesus said to the crowds, “As soon as you see a cloud rising in the west, you say, ‘A shower is coming,’ and that is what happens.
55 ULB ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ। BSB BSB: And when the south wind blows, you say, ‘It will be hot,’ and it is.
56 ULB ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ? BSB BSB: You hypocrites! You know how to interpret the appearance of the earth and sky. Why don’t you know how to interpret the present time?
57 ULB ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ? BSB BSB: And why don’t you judge for yourselves what is right?
58 ULB କାରଣ ତୁମ୍ଭର ବିବାଦୀ ସହିତ ଶାସନକର୍ତ୍ତାଙ୍କ ଛାମୁକୁ ଯାଉଥିବା ସମୟରେ ପଥ ମଧ୍ୟରେ ତାହାଠାରୁ ମୁକ୍ତ ହେବା ପାଇଁ ଚେଷ୍ଟା କର, କାଳେ ସେ ତୁମ୍ଭକୁ ବିଚାରକର୍ତ୍ତାଙ୍କ ନିକଟକୁ ଟାଣି ନେଇଯିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ଉଚ୍ଚପଦସ୍ଥ କର୍ମଚାରୀଙ୍କ ହସ୍ତରେ ସମର୍ପଣ କରିବେ, ଆଉ ଉଚ୍ଚପଦସ୍ଥ କର୍ମଚାରୀ ତୁମ୍ଭକୁ କାରାଗାରରେ ପକାଇବ। BSB BSB: Make every effort to reconcile with your adversary while you are on your way to the magistrate. Otherwise, he may drag you off to the judge, and the judge may hand you over to the officer, and the officer may throw you into prison.
59 ULB ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ନ ସୁଝିବା ପର୍ଯ୍ୟନ୍ତ ସେହି ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ। BSB BSB: I tell you, you will not get out until you have paid the very last penny.”