2 ULB ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ? BSB BSB: To this He replied, “Do you think that these Galileans were worse sinners than all the other Galileans, because they suffered this way?
3 ULB ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ। BSB BSB: No, I tell you. But unless you repent, you too will all perish.
4 ULB କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ? BSB BSB: Or those eighteen who were killed when the tower of Siloam collapsed on them: Do you think that they were more sinful than all the others living in Jerusalem?
5 ULB ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ। BSB BSB: No, I tell you. But unless you repent, you too will all perish.”
7 ULB ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରି ଗଛରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି? BSB BSB: So he said to the keeper of the vineyard, ‘Look, for the past three years I have come to search for fruit on this fig tree and haven’t found any. Therefore cut it down! Why should it use up the soil?’
8 ULB ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି, BSB BSB: ‘Sir,’ the man replied, ‘leave it alone again this year, until I dig around it and fertilize it.
9 ULB ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ। BSB BSB: If it bears fruit next year, fine. But if not, you can cut it down.’”
10 ULB ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ। BSB BSB: One Sabbath Jesus was teaching in one of the synagogues,
11 ULB ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରି ପାରୁ ନ ଥିଲା। BSB BSB: and a woman there had been disabled by a spirit for eighteen years. She was hunched over and could not stand up straight.
12 ULB ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ। BSB BSB: When Jesus saw her, He called her over and said, “Woman, you are set free from your disability.”
13 ULB ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା। BSB BSB: Then He placed His hands on her, and immediately she straightened up and began to glorify God.
14 ULB କିନ୍ତୁ ଯୀଶୁ ବିଶ୍ରାମବାରରେ ସୁସ୍ଥ କରିବାରୁ ସମାଜଗୃହର ମୁଖିଆ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହି ସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାରରେ ଆସ ନାହିଁ। BSB BSB: But the synagogue leader was indignant that Jesus had healed on the Sabbath. “There are six days for work,” he told the crowd. “So come and be healed on those days and not on the Sabbath.”
15 ULB କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କ'ଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ? BSB BSB: “You hypocrites!” the Lord replied. “Does not each of you on the Sabbath untie his ox or donkey from the stall and lead it to water?
16 ULB ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇ ଅବ୍ରାହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କ'ଣ ବିଶ୍ରାମବାରରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା? BSB BSB: Then should not this daughter of Abraham, whom Satan has kept bound for eighteen long years, be released from her bondage on the Sabbath day?”
17 ULB ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ। BSB BSB: When Jesus said this, all His adversaries were humiliated. And the whole crowd rejoiced at all the glorious things He was doing.
18 ULB ସେଥିରେ ସେ କହିଲେ, ଈଶ୍ୱରଙ୍କ ରାଜ୍ୟ କାହା ପରି? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି? BSB BSB: Then Jesus asked, “What is the kingdom of God like? To what can I compare it?
19 ULB ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ। BSB BSB: It is like a mustard seed that a man tossed into his garden. It grew and became a tree, and the birds of the air nested in its branches.”
20 ULB ସେ ଆହୁରି କହିଲେ, ମୁଁ କାହା ସହିତ ଈଶ୍ୱରଙ୍କ ରାଜ୍ୟର ତୁଳନା କରିବି? BSB BSB: Again He asked, “To what can I compare the kingdom of God?
21 ULB ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା। BSB BSB: It is like leaven that a woman took and mixed into three measures of flour, until all of it was leavened.”
22 ULB ଏହାପରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ। BSB BSB: Then Jesus traveled throughout the towns and villages, teaching as He made His way toward Jerusalem.
23 ULB ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କ' ଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ, BSB BSB: “Lord,” someone asked Him, “will only a few people be saved?” Jesus answered,
24 ULB ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ। BSB BSB: “Make every effort to enter through the narrow door. For many, I tell you, will try to enter and will not be able.
25 ULB ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ, ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ। BSB BSB: After the master of the house gets up and shuts the door, you will stand outside knocking and saying, ‘Lord, open the door for us.’ But he will reply, ‘I do not know where you are from.’
26 ULB ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ; BSB BSB: Then you will say, ‘We ate and drank with you, and you taught in our streets.’
27 ULB ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋ’ ପାଖରୁ ଦୂର ହୁଅ। BSB BSB: And he will answer, ‘I tell you, I do not know where you are from. Depart from me, all you evildoers.’
28 ULB ଯେତେବେଳେ ତୁମ୍ଭେମାନେ ଅବ୍ରାହାମ, ଇସ୍ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ୱରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ। BSB BSB: There will be weeping and gnashing of teeth when you see Abraham, Isaac, Jacob, and all the prophets in the kingdom of God, but you yourselves are thrown out.
29 ULB ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ୱରଙ୍କ ରାଜ୍ୟରେ ଭୋଜନରେ ବସିବେ। BSB BSB: People will come from east and west and north and south, and will recline at the table in the kingdom of God.
30 ULB ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ। BSB BSB: And indeed, some who are last will be first, and some who are first will be last.”
31 ULB ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି। BSB BSB: At that very hour, some Pharisees came to Jesus and told Him, “Leave this place and get away, because Herod wants to kill You.”
32 ULB ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି। BSB BSB: But Jesus replied, “Go tell that fox, ‘Look, I will keep driving out demons and healing people today and tomorrow, and on the third day I will reach My goal.’
33 ULB ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମର ବାହାରେ ଭାବବାଦୀର ନିହତ ହେବା ଉଚିତ ନୁହେଁ। BSB BSB: Nevertheless, I must keep going today and tomorrow and the next day, for it is not admissible for a prophet to perish outside of Jerusalem.
34 ULB ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ। BSB BSB: O Jerusalem, Jerusalem, who kills the prophets and stones those sent to her, how often I have longed to gather your children together as a hen gathers her chicks under her wings, but you were unwilling!
35 ULB ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ। BSB BSB: Look, your house is left to you desolate. And I tell you that you will not see Me again until you say, ‘Blessed is He who comes in the name of the Lord.’”