1 ULB ସେ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ, BSB BSB: Jesus also said to His disciples, “There was a rich man whose manager was accused of wasting his possessions.
2 ULB ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ। BSB BSB: So he called him in to ask, ‘What is this I hear about you? Turn in an account of your management, for you cannot be manager any longer.’
3 ULB ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କ'ଣ କରିବି? ମୋହର ପ୍ରଭୁ ତ ମୋଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି। BSB BSB: The manager said to himself, ‘What shall I do, now that my master is taking away my position? I am too weak to dig and too ashamed to beg.
4 ULB ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କ'ଣ କରିବି, ତାହା ବୁଝିଲିଣି। BSB BSB: I know what I will do so that after my removal from management, people will welcome me into their homes.’
5 ULB ପୁଣି, ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା, ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଛ? ସେ କହିଲା, ଶହେ ମହଣ ତେଲ। BSB BSB: And he called in each one of his master’s debtors. ‘How much do you owe my master?’ he asked the first.
6 ULB ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ। BSB BSB: ‘A hundred measures of olive oil,’ he answered. ‘Take your bill,’ said the manager, ‘sit down quickly, and write fifty.’
7 ULB ତାହା ପରେ ସେ ଆଉ ଜଣକୁ କହିଲା, ତୁମ୍ଭେ କେତେ ଧାର ନେଇଅଛ? ସେ କହିଲା, ଶହେ ଭରଣ ଗହମ। ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ। BSB BSB: Then he asked another, ‘And how much do you owe?’ ‘A hundred measures of wheat,’ he replied. ‘Take your bill and write eighty,’ he told him.
8 ULB ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ। BSB BSB: The master commended the dishonest manager because he had acted shrewdly. For the sons of this age are more shrewd in dealing with their own kind than are the sons of light.
9 ULB ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ। BSB BSB: I tell you, use worldly wealth to make friends for yourselves so that when it is gone, they will welcome you into eternal dwellings.
10 ULB ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ। BSB BSB: Whoever is faithful with very little will also be faithful with much, and whoever is dishonest with very little will also be dishonest with much.
11 ULB ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ? BSB BSB: So if you have not been faithful with worldly wealth, who will entrust you with true riches?
12 ULB ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ? BSB BSB: And if you have not been faithful with the belongings of another, who will give you belongings of your own?
13 ULB କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରି ପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାରିବ ନାହିଁ। BSB BSB: No servant can serve two masters. Either he will hate the one and love the other, or he will be devoted to the one and despise the other. You cannot serve both God and money.”
14 ULB ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। BSB BSB: The Pharisees, who were lovers of money, heard all of this and were scoffing at Jesus.
15 ULB ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ୱରଙ୍କ ଦୃଷ୍ଟିରେ ଘୃଣିତ। BSB BSB: So He said to them, “You are the ones who justify yourselves before men, but God knows your hearts. For what is prized among men is detestable before God.
16 ULB ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି। BSB BSB: The Law and the Prophets were proclaimed until John. Since that time, the gospel of the kingdom of God is being preached, and everyone is forcing his way into it.
17 ULB କିନ୍ତୁ ମୋଶାଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ। BSB BSB: But it is easier for heaven and earth to pass away than for a single stroke of a pen to drop out of the Law.
18 ULB ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ। BSB BSB: Anyone who divorces his wife and marries another woman commits adultery, and he who marries a divorced woman commits adultery.
19 ULB ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା; BSB BSB: Now there was a rich man dressed in purple and fine linen, who lived each day in joyous splendor.
20 ULB କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା, BSB BSB: And a beggar named Lazarus lay at his gate, covered with sores
21 ULB ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ। BSB BSB: and longing to be fed with the crumbs that fell from the rich man’s table. Even the dogs came and licked his sores.
22 ULB କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା। BSB BSB: One day the beggar died and was carried by the angels to Abraham’s side. And the rich man also died and was buried.
23 ULB ଆଉ, ସେ ନର୍କଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରାହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲେ। BSB BSB: In Hades, where he was in torment, he looked up and saw Abraham from afar, with Lazarus by his side.
24 ULB ସେଥିରେ ସେ ଡାକି କହିଲେ, ହେ ପିତା ଅବ୍ରାହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି। BSB BSB: So he cried out, ‘Father Abraham, have mercy on me and send Lazarus to dip the tip of his finger in water and cool my tongue. For I am in agony in this fire.’
25 ULB କିନ୍ତୁ ଅବ୍ରାହାମ କହିଲେ, ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ। BSB BSB: But Abraham answered, ‘Child, remember that during your lifetime you received your good things, while Lazarus received bad things. But now he is comforted here, while you are in agony.
26 ULB ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରିବେ ନାହିଁ, କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ। BSB BSB: And besides all this, a great chasm has been fixed between us and you, so that even those who wish cannot cross from here to you, nor can anyone cross from there to us.’
27 ULB ସେଥିରେ ସେ କହିଲେ, ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋହର ବାପାଙ୍କ ଘରକୁ ପଠାଉନ୍ତୁ, BSB BSB: ‘Then I beg you, father,’ he said, ‘send Lazarus to my father’s house,
28 ULB କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ। BSB BSB: for I have five brothers. Let him warn them, so that they will not also end up in this place of torment.’
29 ULB କିନ୍ତୁ ଅବ୍ରାହାମ କହିଲେ, ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ। BSB BSB: But Abraham replied, ‘They have Moses and the Prophets; let your brothers listen to them.’
30 ULB ସେଥିରେ ସେ କହିଲେ, ହେ ପିତା ଅବ୍ରାହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ ପରିବର୍ତ୍ତନ କରିବେ। BSB BSB: ‘No, father Abraham,’ he said, ‘but if someone is sent to them from the dead, they will repent.’