2 ULB ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ୱରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ। BSB BSB: “In a certain town there was a judge who neither feared God nor respected men.
3 ULB ସେହି ନଗରରେ ଜଣେ ବିଧବା ଥିଲା, ତାହା ପ୍ରତି ଅନ୍ୟାୟ କରିଥିବା ଲୋକ ବିରୁଦ୍ଧରେ ବିଚାର ନିଷ୍ପତ୍ତି କରିବା ପାଇଁ ସେ ଥରକୁଥର ବିଚାରକର୍ତ୍ତାଙ୍କ ନିକଟକୁ ଯାଇ କହୁଥିଲା। BSB BSB: And there was a widow in that town who kept appealing to him, ‘Give me justice against my adversary.’
4 ULB ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ଯଦିବା ମୁଁ ଈଶ୍ୱରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ, BSB BSB: For a while he refused, but later he said to himself, ‘Though I neither fear God nor respect men,
5 ULB ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ। BSB BSB: yet because this widow keeps pestering me, I will give her justice. Otherwise, she will wear me out with her perpetual requests.’”
6 ULB ସେଥିରେ ପ୍ରଭୁ କହିଲେ, ଏହି ଅଧାର୍ମିକ ବିଚାରକର୍ତ୍ତା କ'ଣ କହୁଅଛନ୍ତି, ତାହା ଶୁଣ। BSB BSB: And the Lord said, “Listen to the words of the unjust judge.
7 ULB ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି? BSB BSB: Will not God bring about justice for His elect who cry out to Him day and night? Will He delay in helping them?
8 ULB ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର (ଯୀଶୁ) ଆସି ପୃଥିବୀରେ କ'ଣ ବିଶ୍ୱାସ ଦେଖିବେ? BSB BSB: I tell you, He will promptly carry out justice on their behalf. Nevertheless, when the Son of Man comes, will He find faith on earth?”
10 ULB ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କର ଆଦାୟକାରୀ। BSB BSB: “Two men went up to the temple to pray. One was a Pharisee and the other a tax collector.
11 ULB ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ହେ ଈଶ୍ୱର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କର ଆଦାୟକାରୀ ପରି ସୁଦ୍ଧା ନୁହେଁ; BSB BSB: The Pharisee stood by himself and prayed, ‘God, I thank You that I am not like other men—swindlers, evildoers, adulterers—or even like this tax collector.
12 ULB ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ। BSB BSB: I fast twice a week and pay tithes of all that I acquire.’
13 ULB କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ। BSB BSB: But the tax collector stood at a distance, unwilling even to lift up his eyes to heaven. Instead, he beat his breast and said, ‘God, have mercy on me, a sinner!’
14 ULB ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ। BSB BSB: I tell you, this man, rather than the Pharisee, went home justified. For everyone who exalts himself will be humbled, but the one who humbles himself will be exalted.”
15 ULB ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ। BSB BSB: Now people were even bringing their babies to Jesus for Him to place His hands on them. And when the disciples saw this, they rebuked those who brought them.
16 ULB କିନ୍ତୁ ସେ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର। BSB BSB: But Jesus called the children to Him and said, “Let the little children come to Me, and do not hinder them! For the kingdom of God belongs to such as these.
17 ULB ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ। BSB BSB: Truly I tell you, anyone who does not receive the kingdom of God like a little child will never enter it.”
18 ULB ଜଣେ ଯିହୂଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି? BSB BSB: Then a certain ruler asked Him, “Good Teacher, what must I do to inherit eternal life?”
19 ULB ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ। BSB BSB: “Why do you call Me good?” Jesus replied. “No one is good except God alone.
20 ULB ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର। BSB BSB: You know the commandments: ‘Do not commit adultery, do not murder, do not steal, do not bear false witness, honor your father and mother.’”
21 ULB ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି। BSB BSB: “All these I have kept from my youth,” he said.
22 ULB ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର। BSB BSB: On hearing this, Jesus told him, “You still lack one thing: Sell everything you own and give to the poor, and you will have treasure in heaven. Then come, follow Me.”
23 ULB କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ। BSB BSB: But when the ruler heard this, he became very sad, because he was extremely wealthy.
24 ULB ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରନ୍ତି! BSB BSB: Seeing the man’s sadness, Jesus said, “How hard it is for the rich to enter the kingdom of God!
25 ULB କାରଣ ଈଶ୍ୱରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚୀର କଣା ଦେଇ ଓଟର ପ୍ରବେଶ କରିବା ସହଜ। BSB BSB: Indeed, it is easier for a camel to pass through the eye of a needle than for a rich man to enter the kingdom of God.”
26 ULB ଯେଉଁମାନେ ଏହା ଶୁଣିଲେ, ସେମାନେ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ? BSB BSB: Those who heard this asked, “Who then can be saved?”
27 ULB କିନ୍ତୁ ସେ କହିଲେ, ଯାହା ମଣିଷର ଅସମ୍ଭବ, ତାହା ଈଶ୍ୱରଙ୍କର ସମ୍ଭବ। BSB BSB: But Jesus said, “What is impossible with man is possible with God.”
28 ULB ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ। BSB BSB: “Look,” said Peter, “we have left all we had to follow You.”
30 ULB ସେମାନେ ଏହିକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ। BSB BSB: will fail to receive many times more in this age—and in the age to come, eternal life.”
31 ULB ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ; BSB BSB: Then Jesus took the Twelve aside and said to them, “Look, we are going up to Jerusalem, and everything the prophets have written about the Son of Man will be fulfilled.
32 ULB କାରଣ ଯୀଶୁ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ, BSB BSB: He will be delivered over to the Gentiles and will be mocked and insulted and spit upon.
33 ULB ତାହାଙ୍କୁ କୋରଡ଼ା ମାରି ବଧ କରିବେ, ଆଉ ତୃତୀୟ ଦିନରେ ସେ ପୁନର୍ବାର ଉଠିବେ। BSB BSB: They will flog Him and kill Him, and on the third day He will rise again.”
34 ULB କିନ୍ତୁ ଶିଷ୍ୟମାନେ ଏହି ସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ। BSB BSB: But the disciples did not understand any of these things. The meaning was hidden from them, and they did not comprehend what He was saying.
35 ULB ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା। BSB BSB: As Jesus drew near to Jericho, a blind man was sitting beside the road, begging.
36 ULB ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କ'ଣ ବୋଲି ପଚାରିବାକୁ ଲାଗିଲା। BSB BSB: When he heard the crowd going by, he asked what was happening.
37 ULB ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି। BSB BSB: “Jesus of Nazareth is passing by,” they told him.
38 ULB ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ। BSB BSB: So he called out, “Jesus, Son of David, have mercy on me!”
39 ULB ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ ମୋତେ ଦୟା କରନ୍ତୁ। BSB BSB: Those who led the way admonished him to be silent, but he cried out all the louder, “Son of David, have mercy on me!”
40 ULB ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ, BSB BSB: Jesus stopped and directed that the man be brought to Him. When he had come near, Jesus asked him,
41 ULB ମୁଁ ତୁମ୍ଭ ପାଇଁ କ'ଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ? ଅନ୍ଧ କହିଲା, ହେ ପ୍ରଭୁ, ମୁଁ ଯେପରି ଦେଖି ପାରିବି। BSB BSB: “What do you want Me to do for you?” “Lord,” he said, “let me see again.”
42 ULB ଯୀଶୁ ତାହାକୁ କହିଲେ, ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି। BSB BSB: “Receive your sight!” Jesus replied. “Your faith has healed you.”
43 ULB ସେହିକ୍ଷଣି ସେ ଦେଖି ପାରିଲେ ଏବଂ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ଏବଂ ଲୋକ ସମସ୍ତେ ତାହା ଦେଖି ଈଶ୍ୱରଙ୍କ ପ୍ରଶଂସା କଲେ। BSB BSB: Immediately he received his sight and followed Jesus, glorifying God. And all the people, when they saw it, gave praise to God.