1 ULB ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ଦାନ ପକାଉଥିବା ଦେଖିଲେ। BSB BSB: Then Jesus looked up and saw the rich putting their gifts into the treasury,
2 ULB ଆଉ ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇଟି ଛୋଟ ମୁଦ୍ରା ପକାଉଥିବା ଦେଖି କହିଲେ, BSB BSB: and He saw a poor widow put in two small copper coins.
3 ULB ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି, BSB BSB: “Truly I tell you,” He said, “this poor widow has put in more than all the others.
4 ULB କାରଣ ଧନୀମାନେ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ବଳକା ଧନରୁ କିଛି କିଛି ପକାଇଲେ, କିନ୍ତୁ ଦରିଦ୍ର ବିଧବା ନିଜର ଅଭାବ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ଯାହା କିଛି ଥିଲା, ସେହି ସବୁ ପକାଇଲା। BSB BSB: For they all contributed out of their surplus, but she out of her poverty has put in all she had to live on.”
5 ULB ଆଉ କେହି କେହି ମନ୍ଦିରଟି ସୁନ୍ଦର ସୁନ୍ଦର ପଥର ଓ ଦାନ ପଦାର୍ଥ ସମୂହରେ ସୁସଜ୍ଜିତ ହୋଇଅଛି ବୋଲି କହିବାରୁ ଯୀଶୁ କହିଲେ, BSB BSB: As some of the disciples were remarking how the temple was adorned with beautiful stones and consecrated gifts, Jesus said,
7 ULB ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହି ସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କ'ଣ? BSB BSB: “Teacher,” they asked, “when will these things happen? And what will be the sign that they are about to take place?”
8 ULB ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ। BSB BSB: Jesus answered, “See to it that you are not deceived. For many will come in My name, claiming, ‘I am He,’ and, ‘The time is near.’ Do not follow them.
9 ULB ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଲବ ବିଷୟ ଶୁଣିବ, ସେତେବେଳେ ଭୟ କର ନାହିଁ; କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ। BSB BSB: When you hear of wars and rebellions, do not be alarmed. These things must happen first, but the end is not imminent.”
10 ULB ତାପରେ ସେ ସେମାନଙ୍କୁ କହିଲେ, ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ, BSB BSB: Then He told them, “Nation will rise against nation, and kingdom against kingdom.
11 ULB ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ। BSB BSB: There will be great earthquakes, famines, and pestilences in various places, along with fearful sights and great signs from heaven.
12 ULB କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ; BSB BSB: But before all this, they will seize you and persecute you. On account of My name they will deliver you to the synagogues and prisons, and they will bring you before kings and governors.
13 ULB ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ। BSB BSB: This will be your opportunity to serve as witnesses.
14 ULB ଅତଏବ କ'ଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର; BSB BSB: So make up your mind not to worry beforehand how to defend yourselves.
15 ULB କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ। BSB BSB: For I will give you speech and wisdom that none of your adversaries will be able to resist or contradict.
16 ULB କିନ୍ତୁ ତୁମ୍ଭେମାନେ ବାପା ମା', ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ, BSB BSB: You will be betrayed even by parents and brothers and relatives and friends, and some of you will be put to death.
17 ULB ପୁଣି, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ। BSB BSB: And you will be hated by everyone because of My name.
18 ULB କିନ୍ତୁ ତୁମ୍ଭମାନଙ୍କ ମସ୍ତକର କେଶ ହିଁ ନଷ୍ଟ ହେବ ନାହିଁ; BSB BSB: Yet not even a hair of your head will perish.
19 ULB ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ। BSB BSB: By your patient endurance you will gain your souls.
21 ULB ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ; BSB BSB: Then let those who are in Judea flee to the mountains, let those in the city get out, and let those in the country stay out of the city.
22 ULB କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ। BSB BSB: For these are the days of vengeance, to fulfill all that is written.
23 ULB ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ, BSB BSB: How miserable those days will be for pregnant and nursing mothers! For there will be great distress upon the land and wrath against this people.
25 ULB ପୁଣି, ସୁର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ, BSB BSB: There will be signs in the sun and moon and stars, and on the earth dismay among the nations, bewildered by the roaring of the sea and the surging of the waves.
26 ULB ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ। BSB BSB: Men will faint from fear and anxiety over what is coming upon the earth, for the powers of the heavens will be shaken.
27 ULB ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ। BSB BSB: At that time they will see the Son of Man coming in a cloud with power and great glory.
28 ULB କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ। BSB BSB: When these things begin to happen, stand up and lift up your heads, because your redemption is drawing near.”
29 ULB ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, ଡିମ୍ବିରି ପୁଣି, ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର; BSB BSB: Then Jesus told them a parable: “Look at the fig tree and all the trees.
30 ULB ଯେତେବେଳେ ସେଗୁଡ଼ିକ ପଲ୍ଲବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ; BSB BSB: When they sprout leaves, you can see for yourselves and know that summer is near.
31 ULB ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ଈଶ୍ୱରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ। BSB BSB: So also, when you see these things happening, know that the kingdom of God is near.
32 ULB ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ। BSB BSB: Truly I tell you, this generation will not pass away until all these things have happened.
33 ULB ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ। BSB BSB: Heaven and earth will pass away, but My words will never pass away.
34 ULB କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ; BSB BSB: But watch yourselves, or your hearts will be weighed down by dissipation, drunkenness, and the worries of life—and that day will spring upon you suddenly like a snare.
35 ULB କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ। BSB BSB: For it will come upon all who dwell on the face of all the earth.
36 ULB କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ। BSB BSB: So keep watch at all times, and pray that you may have the strength to escape all that is about to happen and to stand before the Son of Man.”
37 ULB ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ପୁଣି, ପ୍ରତିରାତ୍ରି ବାହାରିଯାଇ ଜୀତପର୍ବତରେ ରହୁଥିଲେ। BSB BSB: Every day Jesus taught at the temple, but every evening He went out to spend the night on the Mount of Olives.
38 ULB ଆଉ ସମସ୍ତ ଲୋକ ମନ୍ଦିରରେ ଯୀଶୁଙ୍କର ଶିକ୍ଷା ଶୁଣିବା ନିମନ୍ତେ ଅତି ସକାଳୁ ତାହାଙ୍କ ନିକଟକୁ ଆସୁଥିଲେ। BSB BSB: And early in the morning all the people would come to hear Him at the temple.