2 ULB ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ୱରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା। BSB BSB: during the high priesthood of Annas and Caiaphas, the word of God came to John son of Zechariah in the wilderness.
3 ULB ସେଥିରେ ସେ ଯର୍ଦନର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ, BSB BSB: He went into all the region around the Jordan, preaching a baptism of repentance for the forgiveness of sins,
4 ULB ଯେପରି ଯିଶାୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର; BSB BSB: as it is written in the book of the words of Isaiah the prophet: “A voice of one calling in the wilderness, ‘Prepare the way for the Lord, make straight paths for Him.
5 ULB ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ; BSB BSB: Every valley shall be filled in, and every mountain and hill made low. The crooked ways shall be made straight, and the rough ways smooth.
6 ULB ପୁଣି, ସମସ୍ତ ମର୍ତ୍ତ୍ୟ ଈଶ୍ୱରଙ୍କ ପରିତ୍ରାଣ ଦେଖିବେ। BSB BSB: And all humanity will see God’s salvation.’”
7 ULB ଅତଏବ, ଯୋହନ ତାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା? BSB BSB: Then John said to the crowds coming out to be baptized by him, “You brood of vipers, who warned you to flee from the coming wrath?
8 ULB ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରାହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି। BSB BSB: Produce fruit, then, in keeping with repentance. And do not begin to say to yourselves, ‘We have Abraham as our father.’ For I tell you that out of these stones God can raise up children for Abraham.
9 ULB ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ। BSB BSB: The axe lies ready at the root of the trees, and every tree that does not produce good fruit will be cut down and thrown into the fire.”
10 ULB ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କ'ଣ କରିବା? BSB BSB: The crowds asked him, “What then should we do?”
11 ULB ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ପୋଷାକ ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ। BSB BSB: John replied, “Whoever has two tunics should share with him who has none, and whoever has food should do the same.”
12 ULB କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କ'ଣ କରିବା? BSB BSB: Even tax collectors came to be baptized. “Teacher,” they asked, “what should we do?”
13 ULB ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ। BSB BSB: “Collect no more than you are authorized,” he answered.
14 ULB ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ, ଆମ୍ଭେମାନେ କ'ଣ କରିବା? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ। BSB BSB: Then some soldiers asked him, “And what should we do?” “Do not take money by force or false accusation,” he said. “Be content with your wages.”
15 ULB ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ, BSB BSB: The people were waiting expectantly and were all wondering in their hearts if John could be the Christ.
16 ULB ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ। BSB BSB: John answered all of them: “I baptize you with water, but One more powerful than I will come, the straps of whose sandals I am not worthy to untie. He will baptize you with the Holy Spirit and with fire.
17 ULB ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ। BSB BSB: His winnowing fork is in His hand to clear His threshing floor and to gather the wheat into His barn; but He will burn up the chaff with unquenchable fire.”
18 ULB ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ; BSB BSB: With these and many other exhortations, John proclaimed the good news to the people.
19 ULB କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ, BSB BSB: But when he rebuked Herod the tetrarch regarding his brother’s wife Herodias and all the evils he had done,
20 ULB ସେ ତାହାଙ୍କୁ କାରାଗାରରେ ବନ୍ଦୀ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ। BSB BSB: Herod added this to them all: He locked John up in prison.
21 ULB ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା, BSB BSB: When all the people were being baptized, Jesus was baptized too. And as He was praying, heaven was opened,
22 ULB ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ। BSB BSB: and the Holy Spirit descended on Him in a bodily form like a dove. And a voice came from heaven: “You are My beloved Son; in You I am well pleased.”
24 ULB ଏଲୀ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର, ଲେବୀ ମଲ୍ଖୀଙ୍କ ପୁତ୍ର, ମଲ୍ଖୀ ଯନ୍ନୟଙ୍କ ପୁତ୍ର, ଯନ୍ନୟ ଯୋଷେଫଙ୍କ ପୁତ୍ର, BSB BSB: the son of Matthat, the son of Levi, the son of Melchi, the son of Jannai, the son of Joseph,
25 ULB ଯୋଷେଫ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଆମୋସଙ୍କ ପୁତ୍ର, ଆମୋସ ନାହୂମଙ୍କ ପୁତ୍ର, ନାହୂମ ହେସ୍ଲୀଙ୍କ ପୁତ୍ର, ହେସ୍ଲୀ ନଗୟଙ୍କ ପୁତ୍ର, BSB BSB: the son of Mattathias, the son of Amos, the son of Nahum, the son of Esli, the son of Naggai,
26 ULB ନଗୟ ମହଥଙ୍କ ପୁତ୍ର, ମହଥ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଶିମୟୀଙ୍କ ପୁତ୍ର, ଶିମୟୀ ଯୋସେଖଙ୍କ ପୁତ୍ର, ଯୋସେଖ ଯୋଦାଙ୍କ ପୁତ୍ର, BSB BSB: the son of Maath, the son of Mattathias, the son of Semein, the son of Josech, the son of Joda,
27 ULB ଯୋଦା ଯୋହନଙ୍କ ପୁତ୍ର, ଯୋହନ ରେଷାଙ୍କ ପୁତ୍ର, ରେଷା ଜିରୁବ୍ବାବେଲଙ୍କ ପୁତ୍ର, ଜିରୁବ୍ବାବେଲ ଶଲ୍ଟୀୟେଲ୍ଙ୍କ ପୁତ୍ର, ଶଲ୍ଟୀୟେଲ୍ ନେରୀଙ୍କ ପୁତ୍ର, BSB BSB: the son of Joanan, the son of Rhesa, the son of Zerubbabel, the son of Shealtiel, the son of Neri,
28 ULB ନେରୀ ମଲ୍ଖୀଙ୍କ ପୁତ୍ର, ମଲ୍ଖୀ ଅଦ୍ଦୀଙ୍କ ପୁତ୍ର, ଅଦ୍ଦୀ କୋସାମଙ୍କ ପୁତ୍ର, କୋସାମ ଏଲ୍ଳଦାନଙ୍କ ପୁତ୍ର, ଏଲ୍ଳଦାନ ଏରଙ୍କ ପୁତ୍ର, BSB BSB: the son of Melchi, the son of Addi, the son of Cosam, the son of Elmadam, the son of Er,
29 ULB ଏର ଯିହୋଶୂୟଙ୍କ ପୁତ୍ର, ଯିହୋଶୂୟ ଏଲୀୟେଜରଙ୍କ ପୁତ୍ର, ଏଲୀୟେଜର ଯୋରୀମଙ୍କ ପୁତ୍ର, ଯୋରୀମ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର, BSB BSB: the son of Joshua, the son of Eliezer, the son of Jorim, the son of Matthat, the son of Levi,
30 ULB ଲେବୀ ଶିମିୟୋନଙ୍କ ପୁତ୍ର, ଶିମିୟୋନ ଯିହୂଦାଙ୍କ ପୁତ୍ର, ଯିହୂଦା ଯୋଷେଫଙ୍କ ପୁତ୍ର, ଯୋଷେଫ ଯୋନାମଙ୍କ ପୁତ୍ର, ଯୋନାମ ଏଲିୟାକୀମଙ୍କ ପୁତ୍ର, BSB BSB: the son of Simeon, the son of Judah, the son of Joseph, the son of Jonam, the son of Eliakim,
31 ULB ଏଲିୟାକୀମ ମଲାହଙ୍କ ପୁତ୍ର, ମଲାହ ମନ୍ନାଙ୍କ ପୁତ୍ର, ମନ୍ନା ମତ୍ତଥାଙ୍କ ପୁତ୍ର, ମତ୍ତଥା ନାଥନଙ୍କ ପୁତ୍ର, ନାଥନ ଦାଉଦଙ୍କ ପୁତ୍ର, BSB BSB: the son of Melea, the son of Menna, the son of Mattatha, the son of Nathan, the son of David, 32 ULB ଦାଉଦ ଯିଶୀଙ୍କ ପୁତ୍ର, ଯିଶୀ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର, BSB BSB: the son of Jesse, the son of Obed, the son of Boaz, the son of Sala, the son of Nahshon,
33 ULB ନହଶୋନ ଅମ୍ମୀନାଦାବଙ୍କ ପୁତ୍ର, ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର, ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର, ଅର୍ଣ୍ଣୀ ହେସ୍ରୋଣଙ୍କ ପୁତ୍ର, ହେସ୍ରୋଣ ଫେରସଙ୍କ ପୁତ୍ର, ଫେରସ ଯିହୂଦାଙ୍କ ପୁତ୍ର, BSB BSB: the son of Amminadab, the son of Admin, the son of Arni, the son of Hezron, the son of Perez, the son of Judah,
34 ULB ଯିହୂଦା ଯାକୁବଙ୍କ ପୁତ୍ର, ଯାକୁବ ଇସ୍ହାକଙ୍କ ପୁତ୍ର, ଇସ୍ହାକ ଅବ୍ରହାମଙ୍କ ପୁତ୍ର, ଅବ୍ରହାମ ତେରହଙ୍କ ପୁତ୍ର, ତେରହ ନାହୋରଙ୍କ ପୁତ୍ର, BSB BSB: the son of Jacob, the son of Isaac, the son of Abraham, the son of Terah, the son of Nahor,
35 ULB ନାହୋର ସରୂଗଙ୍କ ପୁତ୍ର, ସରୂଗ ରଗୁଙ୍କ ପୁତ୍ର, ରଗୁ ଫେଲଗଙ୍କ ପୁତ୍ର, ଫେଲଗ ଏବରଙ୍କ ପୁତ୍ର, ଏବର ଶେଲହଙ୍କ ପୁତ୍ର, BSB BSB: the son of Serug, the son of Reu, the son of Peleg, the son of Eber, the son of Shelah,
36 ULB ଶେଲହ କେନାନଙ୍କ ପୁତ୍ର, କେନାନ ଅର୍ଫକ୍ଷଦଙ୍କ ପୁତ୍ର, ଅର୍ଫକ୍ଷଦ ଶେମଙ୍କ ପୁତ୍ର, ଶେମ ନୋହଙ୍କ ପୁତ୍ର, ନୋହ ଲେମଖଙ୍କ ପୁତ୍ର, BSB BSB: the son of Cainan, the son of Arphaxad, the son of Shem, the son of Noah, the son of Lamech, 37 ULB ଲେମଖ ମଥୂଶେଲହଙ୍କ ପୁତ୍ର, ମଥୂଶେଲହ ହନୋକଙ୍କ ପୁତ୍ର, ହନୋକ ଯେରଦଙ୍କ ପୁତ୍ର, ଯେରଦ ମହଲଲେଲଙ୍କ ପୁତ୍ର, ମହଲଲେଲ କେନାନଙ୍କ ପୁତ୍ର, BSB BSB: the son of Methuselah, the son of Enoch, the son of Jared, the son of Mahalalel, the son of Cainan,