1 ULB ଥରେ ବିଶ୍ରାମବାରରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ। BSB BSB: One Sabbath Jesus was passing through the grainfields, and His disciples began to pick the heads of grain, rub them in their hands, and eat them.
2 ULB କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ, ବିଶ୍ରାମବାରରେ ଯାହା କରିବା ନିୟମ ନାହିଁ, ତାହା ତୁମ୍ଭେମାନେ କାହିଁକି କରୁଅଛ? BSB BSB: But some of the Pharisees asked, “Why are you doing what is unlawful on the Sabbath?”
4 ULB ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଖାଇବା ନିୟମ ନାହିଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ। BSB BSB: He entered the house of God, took the consecrated bread and gave it to his companions, and ate what is lawful only for the priests to eat.”
5 ULB ଆଉ, ସେ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି। BSB BSB: Then Jesus declared, “The Son of Man is Lord of the Sabbath.”
6 ULB ସେ ଆଉ ଗୋଟିଏ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା। BSB BSB: On another Sabbath Jesus entered the synagogue and was teaching, and a man was there whose right hand was withered.
7 ULB ଆଉ, ସେ କେଜାଣି ବିଶ୍ରାମବାରରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି। BSB BSB: Looking for a reason to accuse Jesus, the scribes and Pharisees were watching Him closely to see if He would heal on the Sabbath.
8 ULB କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, ଉଠ, ମଝିରେ ଠିଆ ହୁଅ। ପୁଣି, ସେ ଉଠି ଠିଆ ହେଲା। BSB BSB: But Jesus knew their thoughts and said to the man with the withered hand, “Get up and stand among us.” So he got up and stood there.
9 ULB ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାରରେ କ'ଣ କରିବା ଉଚିତ? ଭଲ କରିବା ନା ମନ୍ଦ କରିବା? ଜୀବନ ରକ୍ଷା କରିବା ନା ବିନାଶ କରିବା? BSB BSB: Then Jesus said to them, “I ask you, which is lawful on the Sabbath: to do good or to do evil, to save life or to destroy it?”
10 ULB ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ। ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା। BSB BSB: And after looking around at all of them, He said to the man, “Stretch out your hand.” He did so, and it was restored.
11 ULB କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କ'ଣ କରି ପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ। BSB BSB: But the scribes and Pharisees were filled with rage and began to discuss with one another what they might do to Jesus.
12 ULB ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସମସ୍ତ ରାତ୍ରି ବିତାଇଲେ। BSB BSB: In those days Jesus went out to the mountain to pray, and He spent the night in prayer to God.
13 ULB ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ, BSB BSB: When daylight came, He called His disciples to Him and chose twelve of them, whom He also designated as apostles:
14 ULB ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରୀୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ, BSB BSB: Simon, whom He named Peter, and his brother Andrew; James and John; Philip and Bartholomew;
15 ULB ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍ଯୋଗୀ ବୋଲି କହନ୍ତି, BSB BSB: Matthew and Thomas; James son of Alphaeus and Simon called the Zealot;
16 ULB ଯାକୁବଙ୍କ ପୁତ୍ର ଯିହୂଦା ଓ ଈଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା। BSB BSB: Judas son of James, and Judas Iscariot, who became a traitor.
17 ULB ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; BSB BSB: Then Jesus came down with them and stood on a level place. A large crowd of His disciples was there, along with a great number of people from all over Judea, Jerusalem, and the seacoast of Tyre and Sidon.
18 ULB ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; BSB BSB: They had come to hear Him and to be healed of their diseases, and those troubled by unclean spirits were healed.
19 ULB ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା। BSB BSB: The entire crowd was trying to touch Him, because power was coming from Him and healing them all.
20 ULB ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କର। BSB BSB: Looking up at His disciples, Jesus said: “Blessed are you who are poor, for yours is the kingdom of God.
21 ULB ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ। BSB BSB: Blessed are you who hunger now, for you will be filled. Blessed are you who weep now, for you will laugh.
22 ULB ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ। BSB BSB: Blessed are you when people hate you, and when they exclude you and insult you and reject your name as evil because of the Son of Man.
23 ULB ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ। BSB BSB: Rejoice in that day and leap for joy, because great is your reward in heaven. For their fathers treated the prophets in the same way.
24 ULB କିନ୍ତୁ ହାୟ, ଦଣ୍ଡର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖଭୋଗ କରିଅଛ। BSB BSB: But woe to you who are rich, for you have already received your comfort.
25 ULB ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ପରିତୃପ୍ତ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ କ୍ଷୁଧିତ ହେବ। ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ହାସ୍ୟ କରୁଅଛ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଦୁଃଖ ଓ ରୋଦନ କରିବ। BSB BSB: Woe to you who are well fed now, for you will hunger. Woe to you who laugh now, for you will mourn and weep.
26 ULB ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ। BSB BSB: Woe to you when all men speak well of you, for their fathers treated the false prophets in the same way.
27 ULB କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; BSB BSB: But to those of you who will listen, I say: Love your enemies, do good to those who hate you,
28 ULB ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର। BSB BSB: bless those who curse you, pray for those who mistreat you.
29 ULB ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡା଼ ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ଚାଦର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା (ପୋଷାକ) ମଧ୍ୟ ନେବାକୁ ମନା କର ନାହିଁ। BSB BSB: If someone strikes you on one cheek, turn to him the other also. And if someone takes your cloak, do not withhold your tunic as well.
30 ULB ଯେ କେହି ତୁମ୍ଭକୁ ମାଗେ, ତାହାକୁ ଦିଅ; ଆଉ ଯେ ତୁମ୍ଭର ସମ୍ପତ୍ତି ନେଇଯାଏ, ତାହାଠାରୁ ତାହା ପୁନର୍ବାର ଦାବି କର ନାହିଁ। BSB BSB: Give to everyone who asks you, and if anyone takes what is yours, do not demand it back.
31 ULB ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର। BSB BSB: Do to others as you would have them do to you.
32 ULB ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି। BSB BSB: If you love those who love you, what credit is that to you? Even sinners love those who love them.
33 ULB ଆଉ, ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି, ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର, ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି। BSB BSB: If you do good to those who do good to you, what credit is that to you? Even sinners do the same.
34 ULB ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି। BSB BSB: And if you lend to those from whom you expect repayment, what credit is that to you? Even sinners lend to sinners, expecting to be repaid in full.
35 ULB ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ୱରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି। BSB BSB: But love your enemies, do good to them, and lend to them, expecting nothing in return. Then your reward will be great, and you will be sons of the Most High; for He is kind to the ungrateful and wicked.
36 ULB ତୁମ୍ଭମାନଙ୍କ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ। BSB BSB: Be merciful, just as your Father is merciful.
37 ULB ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ; BSB BSB: Do not judge, and you will not be judged. Do not condemn, and you will not be condemned. Forgive, and you will be forgiven.
38 ULB ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି, ମପାଇଦିଆଯିବ। BSB BSB: Give, and it will be given to you. A good measure, pressed down, shaken together, and running over will be poured into your lap. For with the measure you use, it will be measured back to you.”
39 ULB ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କ'ଣ ଅନ୍ଧକୁ ବାଟ କଢ଼ାଇପାରେ? ସେମାନେ କ'ଣ ଉଭୟେ ଗାତରେ ପଡ଼ିବେ ନାହିଁ? BSB BSB: Jesus also told them a parable: “Can a blind man lead a blind man? Will they not both fall into a pit?
40 ULB ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ। BSB BSB: A disciple is not above his teacher, but everyone who is fully trained will be like his teacher.
41 ULB ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କାଠପଟା ଅଛି, ତାହା ଭାବି ଦେଖୁ ନାହଁ? BSB BSB: Why do you look at the speck in your brother’s eye but fail to notice the beam in your own eye?
42 ULB ତୁମ୍ଭେ ଆପଣା ଆଖିରେ ଥିବା କାଠପଟା ନ ଦେଖି କିପରି ନିଜ ଭାଇ କି କହିପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି? କପଟୀ, ଆଗେ ଆପଣା ଆଖିରୁ କାଠପଟା ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟରୂପେ ଦେଖି ପାରିବ। BSB BSB: How can you say, ‘Brother, let me take the speck out of your eye,’ while you yourself fail to see the beam in your own eye? You hypocrite! First take the beam out of your own eye, and then you will see clearly to remove the speck from your brother’s eye.
43 ULB କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ। BSB BSB: No good tree bears bad fruit, nor does a bad tree bear good fruit.
44 ULB କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାବୁଦାରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ। BSB BSB: For each tree is known by its own fruit. Indeed, figs are not gathered from thornbushes, nor grapes from brambles.
45 ULB ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ। BSB BSB: The good man brings good things out of the good treasure of his heart, and the evil man brings evil things out of the evil treasure of his heart. For out of the overflow of the heart the mouth speaks.
46 ULB ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ? BSB BSB: Why do you call Me ‘Lord, Lord,’ but do not do what I say?
47 ULB ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହି ସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି। BSB BSB: I will show you what he is like who comes to Me and hears My words and acts on them:
48 ULB ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା। BSB BSB: He is like a man building a house, who dug down deep and laid his foundation on the rock. When the flood came, the torrent crashed against that house but could not shake it, because it was well built.
49 ULB କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା। BSB BSB: But the one who hears My words and does not act on them is like a man who built his house on ground without a foundation. The torrent crashed against that house, and immediately it fell—and great was its destruction!”