2 ULB ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ କ'ଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ। BSB BSB: “Do you see all these great buildings?” Jesus replied. “Not one stone here will be left on another; every one will be thrown down.”
3 ULB ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ, BSB BSB: While Jesus was sitting on the Mount of Olives opposite the temple, Peter, James, John, and Andrew asked Him privately,
4 ULB ପୁଣି, ଯେଉଁ ସମୟରେ ଏହି ସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କହନ୍ତୁ। BSB BSB: “Tell us, when will these things happen? And what will be the sign that they are about to be fulfilled?”
5 ULB ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ। BSB BSB: Jesus began by telling them, “See to it that no one deceives you.
6 ULB ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ। BSB BSB: Many will come in My name, claiming, ‘I am He,’ and will deceive many.
7 ULB ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ। BSB BSB: When you hear of wars and rumors of wars, do not be alarmed. These things must happen, but the end is still to come.
8 ULB କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର। BSB BSB: Nation will rise against nation, and kingdom against kingdom. There will be earthquakes in various places, as well as famines. These are the beginning of birth pains.
9 ULB କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ। BSB BSB: So be on your guard. You will be delivered over to the councils and beaten in the synagogues. On My account you will stand before governors and kings as witnesses to them.
10 ULB ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ। BSB BSB: And the gospel must first be proclaimed to all the nations.
11 ULB ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କ'ଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି। BSB BSB: But when they arrest you and hand you over, do not worry beforehand what to say. Instead, speak whatever you are given at that time, for it will not be you speaking, but the Holy Spirit.
12 ULB ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ; BSB BSB: Brother will betray brother to death, and a father his child. Children will rise against their parents and have them put to death.
13 ULB ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ। BSB BSB: You will be hated by everyone because of My name, but the one who perseveres to the end will be saved.
14 ULB କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ; BSB BSB: So when you see the abomination of desolation standing where it should not be (let the reader understand), then let those who are in Judea flee to the mountains.
15 ULB ଯେ ଛାତ ଉପରେ ଥାଏ, ସେ ଆପଣା ଘରୁ କୌଣସି ପଦାର୍ଥ ଘେନିଯିବା ପାଇଁ ଓହ୍ଲାଇ ନ ଆସୁ ବା ଭିତରକୁ ନ ଯାଉ; BSB BSB: Let no one on the housetop go back inside to retrieve anything from his house.
16 ULB ପୁଣି, ଯେ କ୍ଷେତରେ ଥାଏ, ସେ ଆପଣା ଚାଦର ଘେନିଯିବା ପାଇଁ ଫେରି ନ ଯାଉ। BSB BSB: And let no one in the field return for his cloak.
17 ULB ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! BSB BSB: How miserable those days will be for pregnant and nursing mothers!
18 ULB କିନ୍ତୁ ଏହା ଯେପରି ଶୀତକାଳରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର। BSB BSB: Pray that this will not occur in the winter.
19 ULB କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଈଶ୍ୱରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ। BSB BSB: For those will be days of tribulation unseen from the beginning of God’s creation until now, and never to be seen again.
20 ULB ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି। BSB BSB: If the Lord had not cut short those days, nobody would be saved. But for the sake of the elect, whom He has chosen, He has cut them short.
21 ULB ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିମ୍ଵା 'ଦେଖ, ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ। BSB BSB: At that time if anyone says to you, ‘Look, here is the Christ!’ or ‘There He is!’ do not believe it.
22 ULB ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ। BSB BSB: For false Christs and false prophets will appear and perform signs and wonders to deceive even the elect, if that were possible.
23 ULB କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି। BSB BSB: So be on your guard; I have told you everything in advance.
24 ULB ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, BSB BSB: But in those days, after that tribulation: ‘The sun will be darkened, and the moon will not give its light;
25 ULB ପୁଣି, ନକ୍ଷତ୍ରମାଳା ଆକାଶରୁ ଖସି ପଡ଼ିବାକୁ ଲାଗିବେ ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ। BSB BSB: the stars will fall from the sky, and the powers of the heavens will be shaken.’
26 ULB ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ। BSB BSB: At that time they will see the Son of Man coming in the clouds with great power and glory.
27 ULB ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ। BSB BSB: And He will send out the angels to gather His elect from the four winds, from the ends of the earth to the ends of heaven.
28 ULB ଡିମ୍ବିରି ବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ; BSB BSB: Now learn this lesson from the fig tree: As soon as its branches become tender and sprout leaves, you know that summer is near.
29 ULB ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ସେ ଦ୍ୱାରରେ ସନ୍ନିକଟ, ଏହା ଜାଣ। BSB BSB: So also, when you see these things happening, know that He is near, right at the door.
30 ULB ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୀଢି କୌଣସି ପ୍ରକାରେ ଲୋପ ପାଇବ ନାହିଁ। BSB BSB: Truly I tell you, this generation will not pass away until all these things have happened.
31 ULB ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ। BSB BSB: Heaven and earth will pass away, but My words will never pass away.
33 ULB ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ। BSB BSB: Be on your guard and stay alert! For you do not know when the appointed time will come.
34 ULB ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି। BSB BSB: It is like a man going on a journey who left his house, put each servant in charge of his own task, and instructed the doorkeeper to keep watch.
35 ULB ଅତଏବ, କାଳେ ଗୃହକର୍ତ୍ତା ହଠାତ୍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି, BSB BSB: Therefore keep watch, because you do not know when the master of the house will return—whether in the evening, at midnight, when the rooster crows, or in the morning.
36 ULB ଏଥି ନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ। BSB BSB: Otherwise, he may arrive without notice and find you sleeping.
37 ULB ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ଜାଗ୍ରତ ଥାଅ। BSB BSB: And what I say to you, I say to everyone: Keep watch!”