1 ULB ସେ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ। BSB BSB: Once again Jesus began to teach beside the sea, and such a large crowd gathered around Him that He got into a boat and sat in it, while all the people crowded along the shore.
2 ULB ସେତେବେଳେ ସେ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି, ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ! BSB BSB: And He taught them many things in parables, and in His teaching He said,
3 ULB ଦେଖ, ଜଣେ ବୁଣାଳୀ ବୁଣିବାକୁ ବାହାରିଲା। BSB BSB: “Listen! A farmer went out to sow his seed.
4 ULB ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ। BSB BSB: And as he was sowing, some seed fell along the path, and the birds came and devoured it.
5 ULB ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂଇଁରେ ପଡ଼ିଲା ଏବଂ ବେଶି ମାଟି ନ ଥିବାରୁ ଶୀଘ୍ର ଗଜା ହେଲା, BSB BSB: Some fell on rocky ground, where it did not have much soil. It sprang up quickly because the soil was shallow.
6 ULB କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା। BSB BSB: But when the sun rose, the seedlings were scorched, and they withered because they had no root.
7 ULB ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା ଏବଂ କୌଣସି ଫଳ ଫଳିଲା ନାହିଁ। BSB BSB: Other seed fell among thorns, which grew up and choked the seedlings, and they yielded no crop.
8 ULB ପୁଣି, ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା, ଆଉ ଗଜା ହୋଇ ବଢ଼ି ଉଠି ତିରିଶି ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା। BSB BSB: Still other seed fell on good soil, where it sprouted, grew up, and produced a crop—one bearing thirtyfold, another sixtyfold, and another a hundredfold.”
9 ULB ପୁଣି, ସେ କହିଲେ, ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ। BSB BSB: Then Jesus said, “He who has ears to hear, let him hear.”
10 ULB ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ। BSB BSB: As soon as Jesus was alone with the Twelve and those around Him, they asked Him about the parable.
11 ULB ସେଥିରେ ସେ ସେମାନଙ୍କୁ କହିଲେ, ଈଶ୍ୱରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି, BSB BSB: He replied, “The mystery of the kingdom of God has been given to you, but to those on the outside everything is expressed in parables,
12 ULB ଯେପରି ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି, ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରିଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି। BSB BSB: so that, ‘they may be ever seeing but never perceiving, and ever hearing but never understanding; otherwise they might turn and be forgiven.’”
13 ULB ଯୀଶୁ ପୁଣି, ସେମାନଙ୍କୁ କହିଲେ, ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ? BSB BSB: Then Jesus said to them, “Do you not understand this parable? Then how will you understand any of the parables?
14 ULB ବୁଣାଳୀ ବାକ୍ୟ ବୁଣେ। BSB BSB: The farmer sows the word.
15 ULB ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ। BSB BSB: Some are like the seeds along the path, where the word is sown. As soon as they hear it, Satan comes and takes away the word that was sown in them.
16 ULB ସେହିପରି ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି, BSB BSB: Some are like the seeds sown on rocky ground. They hear the word and at once receive it with joy.
17 ULB କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ। BSB BSB: But they themselves have no root, and they remain for only a season. When trouble or persecution comes because of the word, they quickly fall away.
18 ULB ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି, ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପିପକାଏ ଓ ତାହା ଫଳହୀନ ହୁଏ, BSB BSB: Others are like the seeds sown among the thorns. They hear the word,
19 ULB ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ। BSB BSB: but the worries of this life, the deceitfulness of wealth, and the desire for other things come in and choke the word, and it becomes unfruitful.
20 ULB ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶି ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ। BSB BSB: Still others are like the seeds sown on good soil. They hear the word, receive it, and produce a crop—thirtyfold, sixtyfold, or a hundredfold.”
21 ULB ପୁନଶ୍ଚ ସେ ସେମାନଙ୍କୁ କହିଲେ, ଦୀପ କ'ଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ? BSB BSB: Jesus also said to them, “Does anyone bring in a lamp to put it under a basket or under a bed? Doesn’t he set it on a stand?
22 ULB କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି। BSB BSB: For there is nothing hidden that will not be disclosed, and nothing concealed that will not be brought to light.
23 ULB ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ। BSB BSB: If anyone has ears to hear, let him hear.”
24 ULB ଯୀଶୁ ପୁଣି, ସେମାନଙ୍କୁ କହିଲେ, କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇଦିଆଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ। BSB BSB: He went on to say, “Pay attention to what you hear. With the measure you use, it will be measured to you, and even more will be added to you.
25 ULB କାରଣ ଯାହାର ଅଛି, ତାହାକୁ ଦିଆଯିବ; ଆଉ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ସୁଦ୍ଧା ତାହାଠାରୁ ନିଆଯିବ। BSB BSB: For whoever has will be given more. But whoever does not have, even what he has will be taken away from him.”
26 ULB ଆହୁରି ସେ କହିଲେ, ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ; BSB BSB: Jesus also said, “The kingdom of God is like a man who scatters seed on the ground.
27 ULB ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ। BSB BSB: Night and day he sleeps and wakes, and the seed sprouts and grows, though he knows not how.
28 ULB ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ। BSB BSB: All by itself the earth produces a crop—first the stalk, then the head, then grain that ripens within.
29 ULB କିନ୍ତୁ ଶସ୍ୟ ପାଚିଲାକ୍ଷଣି ଫସଲ ସମୟ ଉପସ୍ଥିତ ହେବାରୁ ସେ ଦାଆ ଲଗାଏ। BSB BSB: And as soon as the grain is ripe, he swings the sickle, because the harvest has come.”
30 ULB ଯୀଶୁ ପୁଣି, କହିଲେ, ଆମ୍ଭେମାନେ କାହା ସାଙ୍ଗରେ ଈଶ୍ୱରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା? BSB BSB: Then He asked, “To what can we compare the kingdom of God? With what parable shall we present it?
31 ULB ତାହା ଗୋଟିଏ ସୋରିଷ ଦାନା ପରି; ଭୂମିରେ ବୁଣାଯିବା ସମୟରେ ତାହା ପୃଥିବୀର ସମସ୍ତ ବୀଜଠାରୁ କ୍ଷୁଦ୍ର, BSB BSB: It is like a mustard seed, which is the smallest of all seeds sown upon the earth.
32 ULB ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାଗଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରି ପାରନ୍ତି। BSB BSB: But after it is planted, it grows to be the largest of all garden plants and puts forth great branches, so that the birds of the air nest in its shade.”
33 ULB ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ, BSB BSB: With many such parables Jesus spoke the word to them, to the extent that they could understand.
34 ULB ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇଦେଉଥିଲେ। BSB BSB: He did not tell them anything without using a parable. But privately He explained everything to His own disciples.
35 ULB ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆରପାରିକି ଯିବା। BSB BSB: When that evening came, He said to His disciples, “Let us cross to the other side.”
37 ULB ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା। BSB BSB: Soon a violent windstorm came up, and the waves were breaking over the boat, so that it was being swamped.
38 ULB ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ? BSB BSB: But Jesus was in the stern, sleeping on the cushion. So they woke Him and said, “Teacher, don’t You care that we are perishing?”
39 ULB ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, ତୁନି ହ, ଚୁପ୍ କର୍। ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା। BSB BSB: Then Jesus got up and rebuked the wind and the sea. “Silence!” He commanded. “Be still!” And the wind died down, and it was perfectly calm.
40 ULB ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କ'ଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ? BSB BSB: “Why are you so afraid?” He asked. “Do you still have no faith?”
41 ULB ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି? BSB BSB: Overwhelmed with fear, they asked one another, “Who is this, that even the wind and the sea obey Him?”