1 ULB ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ। BSB BSB: After Jesus had finished instructing His twelve disciples, He went on from there to teach and preach in their cities.
3 ULB ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ? BSB BSB: to ask Him, “Are You the One who was to come, or should we look for someone else?”
4 ULB ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣିଅଛ ଓ ଦେଖିଅଛ, ସେହି ସବୁ ଯୋହନଙ୍କୁ ଜଣାଅ; BSB BSB: Jesus replied, “Go back and report to John what you hear and see:
5 ULB ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ; BSB BSB: The blind receive sight, the lame walk, the lepers are cleansed, the deaf hear, the dead are raised, and the good news is preached to the poor.
6 ULB ଆଉ, ଯେ କେହି ମୋ'ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ। BSB BSB: Blessed is the one who does not fall away on account of Me.”
7 ULB ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, ତୁମ୍ଭେମାନେ କ'ଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କ'ଣ ପବନରେ ଦୋହଲୁଥିବା ଗୋଟିଏ ନଳ? BSB BSB: As John’s disciples were leaving, Jesus began to speak to the crowds about John: “What did you go out into the wilderness to see? A reed swaying in the wind?
8 ULB ତାହାହେଲେ ତୁମ୍ଭେମାନେ କ'ଣ ଦେଖିବା ପାଇଁ ବାହାରିଯାଇଥିଲ? କ'ଣ ସୂକ୍ଷ୍ମ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୂକ୍ଷ୍ମ ପୋଷାକ ପିନ୍ଧନ୍ତି, ସେମାନେ ରାଜାଙ୍କ ଘରରେ ଥାଆନ୍ତି। BSB BSB: Otherwise, what did you go out to see? A man dressed in fine clothes? Look, those who wear fine clothing are found in kings’ palaces.
9 ULB ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ? କ'ଣ ଜଣେ ଭାବବାଦୀଙ୍କୁ ଦେଖିବାକୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କି; BSB BSB: What then did you go out to see? A prophet? Yes, I tell you, and more than a prophet.
10 ULB ଯାହାଙ୍କ ବିଷୟରେ ଏହା ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି। BSB BSB: This is the one about whom it is written: ‘Behold, I will send My messenger ahead of You, who will prepare Your way before You.’
11 ULB ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାଁନ୍ତି; ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ। BSB BSB: Truly I tell you, among those born of women there has risen no one greater than John the Baptist. Yet even the least in the kingdom of heaven is greater than he.
12 ULB ଆଉ, ବାପ୍ତିଜକ ଯୋହନଙ୍କ ସମୟଠାରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟ ବଳରେ ଆକ୍ରାନ୍ତ ହେଉଅଛି; ପୁଣି, ବଳରେ ଆକ୍ରମଣକାରୀମାନେ ପରାକ୍ରମରେ ତାହା ଅଧିକାର କରୁଅଛନ୍ତି। BSB BSB: From the days of John the Baptist until now, the kingdom of heaven has been subject to violence, and the violent lay claim to it.
13 ULB କାରଣ ସମସ୍ତ ଭାବବାଦୀ ଓ ମୋଶାଙ୍କ ବ୍ୟବସ୍ଥା ଯୋହନଙ୍କ ପର୍ଯ୍ୟନ୍ତ ଭାବବାଣୀ କହିଥିଲେ। BSB BSB: For all the Prophets and the Law prophesied until John.
15 ULB ଯାହାର କାନ ଅଛି, ସେ ଶୁଣୁ। BSB BSB: He who has ears, let him hear.
16 ULB କିନ୍ତୁ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ତୁଳନା କରିବି? ଯେଉଁ ପିଲାମାନେ ହାଟବଜାରରେ ବସି ଅନ୍ୟମାନଙ୍କୁ ଡାକି କହନ୍ତି, BSB BSB: To what can I compare this generation? They are like children sitting in the marketplaces and calling out to others:
17 ULB ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି। BSB BSB: ‘We played the flute for you, and you did not dance; we sang a dirge, and you did not mourn.’
18 ULB କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ସେ ଭୂତଗ୍ରସ୍ତ। BSB BSB: For John came neither eating nor drinking, and they say, ‘He has a demon!’
19 ULB ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା। BSB BSB: The Son of Man came eating and drinking, and they say, ‘Look at this glutton and drunkard, a friend of tax collectors and sinners!’ But wisdom is vindicated by her actions.”
20 ULB ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ ପରିବର୍ତ୍ତନ କରି ନ ଥିଲେ। BSB BSB: Then Jesus began to denounce the cities in which most of His miracles had been performed, because they did not repent.
22 ULB ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ। BSB BSB: But I tell you, it will be more bearable for Tyre and Sidon on the day of judgment than for you.
23 ULB ଆଉ ରେ କଫର୍ନାହୂମ, ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋ'ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସଦୋମରେ କରାଯାଇଥାନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାନ୍ତା| BSB BSB: And you, Capernaum, will you be lifted up to heaven? No, you will be brought down to Hades! For if the miracles that were performed in you had been performed in Sodom, it would have remained to this day.
24 ULB ତଥାପି ମୁଁ ତୁମ୍ଭମାନଙ୍କୁ କହିଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ। BSB BSB: But I tell you that it will be more bearable for Sodom on the day of judgment than for you.”
25 ULB ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି; BSB BSB: At that time Jesus declared, “I praise You, Father, Lord of heaven and earth, because You have hidden these things from the wise and learned, and revealed them to little children.
26 ULB ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା। BSB BSB: Yes, Father, for this was well-pleasing in Your sight.
27 ULB ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ। BSB BSB: All things have been entrusted to Me by My Father. No one knows the Son except the Father, and no one knows the Father except the Son and those to whom the Son chooses to reveal Him.
28 ULB ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ଥ ଲୋକ ସମସ୍ତେ, ମୋ' ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। BSB BSB: Come to Me, all you who are weary and burdened, and I will give you rest.
29 ULB ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋ'ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; BSB BSB: Take My yoke upon you and learn from Me, for I am gentle and humble in heart, and you will find rest for your souls.
30 ULB ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ| BSB BSB: For My yoke is easy and My burden is light.”