1 ULB ସେହି ସମୟରେ ଯିରୂଶାଲମରୁ ଫାରୂଶୀ ଓ ଶାସ୍ତ୍ରୀମାନେ ଯୀଶୁଙ୍କ ନିକଟକୁ ଆସି କହିଲେ, BSB BSB: Then some Pharisees and scribes came to Jesus from Jerusalem and asked,
2 ULB ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅମାନ୍ୟ କରନ୍ତି? କାରଣ ଭୋଜନ କରିବା ସମୟରେ ସେମାନେ ହାତ ଧୁଅନ୍ତି ନାହିଁ। BSB BSB: “Why do Your disciples break the tradition of the elders? They do not wash their hands before they eat.”
3 ULB ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ସକାଶେ କାହିଁକି ଈଶ୍ୱରଙ୍କ ଆଜ୍ଞା ଅମାନ୍ୟ କର? BSB BSB: Jesus replied, “And why do you break the command of God for the sake of your tradition?
4 ULB ଈଶ୍ୱର ତ କହିଅଛନ୍ତି ପିତାମାତାକୁ ସମାଦର କର, ଆଉ ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ। BSB BSB: For God said, ‘Honor your father and mother’ and ‘Anyone who curses his father or mother must be put to death.’
5 ULB କିନ୍ତୁ ତୁମ୍ଭେମାନେ କହୁଥାଅ, ଯେ କେହି ପିତା କି ମାତାକୁ କହେ, ମୋ'ଠାରୁ ଯାହା କିଛି ସାହାଯ୍ୟ ତୁମ୍ଭେ ପାଇଥାନ୍ତ, ସେ ସବୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଅଛି, BSB BSB: But you say that if anyone says to his father or mother, ‘Whatever you would have received from me is a gift devoted to God,’
6 ULB ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ। ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ୱରଙ୍କ ବାକ୍ୟ ବ୍ୟର୍ଥ କରିଅଛ। BSB BSB: he need not honor his father or mother with it. Thus you nullify the word of God for the sake of your tradition.
7 ULB ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଉପଯୁକ୍ତଭାବେ ଏହି ଭାବବାଣୀ କହିଅଛନ୍ତି, BSB BSB: You hypocrites! Isaiah prophesied correctly about you:
9 ULB ସେମାନେ ମନୁଷ୍ୟମାନଙ୍କ ନିୟମଗୁଡ଼ିକ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି। BSB BSB: They worship Me in vain; they teach as doctrine the precepts of men.’”
10 ULB ଆଉ ଯୀଶୁ ଲୋକମାନଙ୍କୁ ପାଖକୁ ଡାକି ସେମାନଙ୍କୁ କହିଲେ, ଶୁଣ ଓ ବୁଝ; BSB BSB: Jesus called the crowd to Him and said, “Listen and understand.
11 ULB ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ। BSB BSB: A man is not defiled by what enters his mouth, but by what comes out of it.”
12 ULB ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ କ'ଣ ଏହା ଜାଣନ୍ତି? BSB BSB: Then the disciples came to Him and said, “Are You aware that the Pharisees were offended when they heard this?”
13 ULB କିନ୍ତୁ ଯୀଶୁ ଉତ୍ତର ଦେଲେ, ଯେଉଁ ସବୁ ବୃକ୍ଷ ମୋହର ସ୍ୱର୍ଗସ୍ଥ ପିତା ରୋପଣ କରି ନାହାଁନ୍ତି, ସେ ସବୁ ଉତ୍ପାଟିତ ହେବ। BSB BSB: But Jesus replied, “Every plant that My heavenly Father has not planted will be pulled up by its roots.
14 ULB ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ। BSB BSB: Disregard them! They are blind guides. If a blind man leads a blind man, both will fall into a pit.”
15 ULB ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦୃଷ୍ଟାନ୍ତଟି ଆମ୍ଭମାନଙ୍କୁ ବୁଝାଇଦିଅନ୍ତୁ। BSB BSB: Peter said to Him, “Explain this parable to us.”
16 ULB ଯୀଶୁ କହିଲେ, ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ଅବୋଧ? BSB BSB: “Do you still not understand?” Jesus asked.
17 ULB ଯାହା କିଛି ମୁଖରେ ପ୍ରବେଶ କରେ, ତାହା ପେଟକୁ ଯାଇ ବାହାରେ ଯେ ପକାଯାଏ, ଏହା କ'ଣ ବୁଝୁ ନାହଁ? BSB BSB: “Do you not yet realize that whatever enters the mouth goes into the stomach and then is eliminated?
18 ULB କିନ୍ତୁ ମୁଖରୁ ଯାହାସବୁ ବାହାରେ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ। BSB BSB: But the things that come out of the mouth come from the heart, and these things defile a man.
19 ULB କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ; BSB BSB: For out of the heart come evil thoughts, murder, adultery, sexual immorality, theft, false testimony, and slander.
20 ULB ଏହି ସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୁଆ ହାତରେ ଖାଇବା ମନୁଷ୍ୟକୁ ଅଶୁଚି କରେ ନାହିଁ। BSB BSB: These are what defile a man, but eating with unwashed hands does not defile him.”
22 ULB ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟ ସ୍ତ୍ରୀ ଆସି ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ, ମୋର ଝିଅଟିକୁ ଅତି ଭୟଙ୍କର ଭାବରେ ଭୂତ ଦ୍ୱାରା କଷ୍ଟ ପାଉଅଛି। BSB BSB: And a Canaanite woman from that region came to Him, crying out, “Lord, Son of David, have mercy on me! My daughter is miserably possessed by a demon.”
25 ULB କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋର ଉପକାର କରନ୍ତୁ। BSB BSB: The woman came and knelt before Him. “Lord, help me!” she said.
26 ULB ମାତ୍ର ସେ ଉତ୍ତର ଦେଲେ, ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ ନୁହେଁ। BSB BSB: But Jesus replied, “It is not right to take the children’s bread and toss it to the dogs.”
27 ULB କିନ୍ତୁ ସେ କହିଲା, ହଁ, ପ୍ରଭୁ, କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଅଇଁଠା ଖାଆନ୍ତି। BSB BSB: “Yes, Lord,” she said, “even the dogs eat the crumbs that fall from their master’s table.”
29 ULB ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ, ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ। BSB BSB: Moving on from there, Jesus went along the Sea of Galilee. Then He went up on a mountain and sat down.
30 ULB ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ। BSB BSB: Large crowds came to Him, bringing the lame, the blind, the crippled, the mute, and many others, and laid them at His feet, and He healed them.
31 ULB ଏହି ରୂପେ ମୂକମାନେ ଯେ କଥା କହୁଅଛନ୍ତି, ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି, ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି, ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ, ପୁଣି, ଇସ୍ରାଏଲର ଈଶ୍ୱରଙ୍କ ମହିମା କୀର୍ତ୍ତନ କଲେ। BSB BSB: The crowd was amazed when they saw the mute speaking, the crippled restored, the lame walking, and the blind seeing. And they glorified the God of Israel.
32 ULB ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇ ପାରନ୍ତି, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ। BSB BSB: Then Jesus called His disciples to Him and said, “I have compassion for this crowd, because they have already been with Me three days and have nothing to eat. I do not want to send them away hungry, or they may faint along the way.”
33 ULB ଶିଷ୍ୟମାନେ ତାହାଙ୍କୁ କହିଲେ, ଏତେ ଲୋକଙ୍କୁ ତୃପ୍ତ କରିବା ପାଇଁ ଆମ୍ଭେମାନେ ନିର୍ଜ୍ଜନ ସ୍ଥାନରେ କେଉଁଠାରୁ ଏତେ ରୁଟି ପାଇବା? BSB BSB: The disciples replied, “Where in this desolate place could we find enough bread to feed such a large crowd?”
34 ULB ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି? ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ। BSB BSB: “How many loaves do you have?” Jesus asked. “Seven,” they replied, “and a few small fish.”
35 ULB ସେଥିରେ ସେ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ, BSB BSB: And He instructed the crowd to sit down on the ground.
36 ULB ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହି ସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ। BSB BSB: Taking the seven loaves and the fish, He gave thanks and broke them. Then He gave them to the disciples, and the disciples gave them to the people.
37 ULB ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ। BSB BSB: They all ate and were satisfied, and the disciples picked up seven basketfuls of broken pieces that were left over.
38 ULB ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ଚାରି ହଜାର ପୁରୁଷ ଥିଲେ। BSB BSB: A total of four thousand men were fed, besides women and children.
39 ULB ଏଥିଉତ୍ତାରେ ସେ ଲୋକସମୂହକୁ ବିଦାୟ ଦେଇ ନୌକାରେ ଚଢ଼ି ମଗଦାନ ସୀମାକୁ ଆସିଲେ। BSB BSB: After Jesus had dismissed the crowds, He got into the boat and went to the region of Magadan.