1 ULB ଫାରୂଶୀ ଓ ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ। BSB BSB: Then the Pharisees and Sadducees came and tested Jesus by asking Him to show them a sign from heaven.
2 ULB କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ,କାରଣ ଆକାଶ ଲାଲ ହୋଇଅଛି। BSB BSB: But He replied, “When evening comes, you say, ‘The weather will be fair, for the sky is red,’
3 ULB ଆଉ ପ୍ରାତଃକାଳରେ କହିଥାଅ, ଆଜି ଝଡ଼ ହେବ, କାରଣ ଆକାଶ ଲାଲ ଓ ମେଘୁଆ ହୋଇଅଛି। ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ? BSB BSB: and in the morning, ‘Today it will be stormy, for the sky is red and overcast.’ You know how to interpret the appearance of the sky, but not the signs of the times.
4 ULB ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ। ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ। BSB BSB: A wicked and adulterous generation demands a sign, but none will be given it except the sign of Jonah.” Then He left them and went away.
5 ULB ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୁଟି ନେବାକୁ ପାସୋରି ଯାଇଅଛନ୍ତି। BSB BSB: When they crossed to the other side, the disciples forgot to take bread.
6 ULB ଯୀଶୁ ସେମାନଙ୍କୁ କହିଲେ, ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ। BSB BSB: “Watch out!” Jesus told them. “Beware of the leaven of the Pharisees and Sadducees.”
7 ULB ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି। BSB BSB: They discussed this among themselves and concluded, “It is because we did not bring any bread.”
8 ULB କିନ୍ତୁ ଯୀଶୁ ତାହା ଜାଣି କହିଲେ, ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? BSB BSB: Aware of their conversation, Jesus said, “You of little faith, why are you debating among yourselves about having no bread?
9 ULB ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକାଇ ଉଠାଇଲ, BSB BSB: Do you still not understand? Do you not remember the five loaves for the five thousand, and how many basketfuls you gathered?
10 ULB କିମ୍ବା ସେହି ଚାରି ହଜାର ଲୋକଙ୍କ ସାତୋଟି ରୁଟି, ପୁଣି, କେତେ ଟୋକେଇ ଉଠାଇଲ, ସେହି ସବୁ କି ତୁମ୍ଭର ମନେ ନାହିଁ? BSB BSB: Or the seven loaves for the four thousand, and how many basketfuls you gathered?
11 ULB ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ। BSB BSB: How do you not understand that I was not telling you about bread? But beware of the leaven of the Pharisees and Sadducees.”
12 ULB ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ। BSB BSB: Then they understood that He was not telling them to beware of the leaven used in bread, but of the teaching of the Pharisees and Sadducees.
13 ULB ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମନୁଷ୍ୟପୁତ୍ର କିଏ ବୋଲି ଲୋକେ କ'ଣ କହନ୍ତି? BSB BSB: When Jesus came to the region of Caesarea Philippi, He questioned His disciples: “Who do people say the Son of Man is?”
14 ULB ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲିୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ। BSB BSB: They replied, “Some say John the Baptist; others say Elijah; and still others, Jeremiah or one of the prophets.”
15 ULB ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ? BSB BSB: “But what about you?” Jesus asked. “Who do you say I am?”
16 ULB ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ୱରଙ୍କ ପୁତ୍ର। BSB BSB: Simon Peter answered, “You are the Christ, the Son of the living God.”
17 ULB ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି। BSB BSB: Jesus replied, “Blessed are you, Simon son of Jonah! For this was not revealed to you by flesh and blood, but by My Father in heaven.
19 ULB ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର କଞ୍ଚି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ। BSB BSB: I will give you the keys of the kingdom of heaven. Whatever you bind on earth will be bound in heaven, and whatever you loose on earth will be loosed in heaven.”
20 ULB ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ। BSB BSB: Then He admonished the disciples not to tell anyone that He was the Christ.
21 ULB ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ। BSB BSB: From that time on Jesus began to show His disciples that He must go to Jerusalem and suffer many things at the hands of the elders, chief priests, and scribes, and that He must be killed and on the third day be raised to life.
22 ULB ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ୱର ଆପଣଙ୍କୁ ଦୟା କରନ୍ତୁ, ନା ପ୍ରଭୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ। BSB BSB: Peter took Him aside and began to rebuke Him. “Far be it from You, Lord!” he said. “This shall never happen to You!”
23 ULB କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ୱରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ। BSB BSB: But Jesus turned and said to Peter, “Get behind Me, Satan! You are a stumbling block to Me. For you do not have in mind the things of God, but the things of men.”
24 ULB ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ। BSB BSB: Then Jesus told His disciples, “If anyone wants to come after Me, he must deny himself and take up his cross and follow Me.
25 ULB କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ। BSB BSB: For whoever wants to save his life will lose it, but whoever loses his life for My sake will find it.
26 ULB ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କ'ଣ ଦେବ? BSB BSB: What will it profit a man if he gains the whole world, yet forfeits his soul? Or what can a man give in exchange for his soul?
27 ULB ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ। BSB BSB: For the Son of Man will come in His Father’s glory with His angels, and then He will repay each one according to what he has done.
28 ULB ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ। BSB BSB: Truly I tell you, some who are standing here will not taste death before they see the Son of Man coming in His kingdom.”