1 ULB ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ? BSB BSB: At that time the disciples came to Jesus and asked, “Who then is the greatest in the kingdom of heaven?”
2 ULB ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ, BSB BSB: Jesus invited a little child to stand among them.
3 ULB ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ। BSB BSB: “Truly I tell you,” He said, “unless you change and become like little children, you will never enter the kingdom of heaven.
4 ULB ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ। BSB BSB: Therefore, whoever humbles himself like this little child is the greatest in the kingdom of heaven.
5 ULB ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; BSB BSB: And whoever welcomes a little child like this in My name welcomes Me.
6 ULB କିନ୍ତୁ ଯେ କେହି ମୋଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା। BSB BSB: But if anyone causes one of these little ones who believe in Me to stumble, it would be better for him to have a large millstone hung around his neck and to be drowned in the depths of the sea.
7 ULB ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର। BSB BSB: Woe to the world for the causes of sin. These stumbling blocks must come, but woe to the man through whom they come!
8 ULB ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। BSB BSB: If your hand or your foot causes you to sin, cut it off and throw it away. It is better for you to enter life crippled or lame than to have two hands and two feet and be thrown into the eternal fire.
9 ULB ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। BSB BSB: And if your eye causes you to sin, gouge it out and throw it away. It is better for you to enter life with one eye than to have two eyes and be thrown into the fire of hell.
10 ULB ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି। BSB BSB: See that you do not look down on any of these little ones. For I tell you that their angels in heaven always see the face of My Father in heaven.
11 ULB କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି। BSB BSB: Not in the BSB
12 ULB ତୁମ୍ଭେମାନେ କ'ଣ ମନେ କଲ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କ'ଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ? BSB BSB: What do you think? If a man has a hundred sheep and one of them goes astray, will he not leave the ninety-nine on the hills and go out to search for the one that is lost?
13 ULB ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି,ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ। BSB BSB: And if he finds it, truly I tell you, he rejoices more over that one sheep than over the ninety-nine that did not go astray.
14 ULB ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ। BSB BSB: In the same way, your Father in heaven is not willing that any of these little ones should perish.
15 ULB ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ। BSB BSB: If your brother sins against you, go and confront him privately. If he listens to you, you have won your brother over.
16 ULB କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ। BSB BSB: But if he will not listen, take one or two others along, so that ‘every matter may be established by the testimony of two or three witnesses.’
17 ULB ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୂଦୀ ଓ କରଗ୍ରାହୀ ପରି ହେଉ। BSB BSB: If he refuses to listen to them, tell it to the church. And if he refuses to listen even to the church, regard him as you would a pagan or a tax collector.
18 ULB ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହି ସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହି ସବୁ ମୁକ୍ତ ରହିବ। BSB BSB: Truly I tell you, whatever you bind on earth will be bound in heaven, and whatever you loose on earth will be loosed in heaven.
19 ULB ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ। BSB BSB: Again, I tell you truly that if two of you on the earth agree about anything you ask for, it will be done for you by My Father in heaven.
20 ULB କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି। BSB BSB: For where two or three gather together in My name, there am I with them.”
21 ULB ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି? BSB BSB: Then Peter came to Jesus and asked, “Lord, how many times shall I forgive my brother who sins against me? Up to seven times?”
22 ULB କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ, BSB BSB: Jesus answered, “I tell you, not just seven times, but seventy-seven times!
23 ULB ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ। ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ। BSB BSB: Because of this, the kingdom of heaven is like a king who wanted to settle accounts with his servants.
24 ULB ସେ ହିସାବ ଆରମ୍ଭ କରନ୍ତେ ତିନି କୋଟି ଟଙ୍କା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା। BSB BSB: As he began the settlements, a debtor owing ten thousand talents was brought to him.
25 ULB କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲାପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ। BSB BSB: Since the man was unable to pay, the master ordered that he be sold to pay his debt, along with his wife and children and everything he owned.
26 ULB ତେଣୁ ସେହି ଦାସ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ଆପଣ ମୋ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣକୁ ସବୁ ପରିଶୋଧ କରିଦେବି। BSB BSB: Then the servant fell on his knees before him. ‘Have patience with me,’ he begged, ‘and I will pay back everything.’
27 ULB ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ। BSB BSB: His master had compassion on him, forgave his debt, and released him.
28 ULB କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ପଚାଶ ଟଙ୍କା ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ। BSB BSB: But when that servant went out, he found one of his fellow servants who owed him a hundred denarii. He grabbed him and began to choke him, saying, ‘Pay back what you owe me!’
29 ULB ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ଆପଣ ମୋ' ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି। BSB BSB: So his fellow servant fell down and begged him, ‘Have patience with me, and I will pay you back.’
30 ULB ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା। BSB BSB: But he refused. Instead, he went and had the man thrown into prison until he could pay his debt.
31 ULB ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ। BSB BSB: When his fellow servants saw what had happened, they were greatly distressed, and they went and recounted all of this to their master.
32 ULB ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡ଼କାଇ କହିଲେ ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି; BSB BSB: Then the master summoned him and said, ‘You wicked servant! I forgave all your debt because you begged me.
33 ULB ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହ ଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା? BSB BSB: Shouldn’t you have had mercy on your fellow servant, just as I had on you?’
34 ULB ଆଉ, ତାହାର ପ୍ରଭୁ ରାଗିଯାଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହାତରେ ସମର୍ପଣ କଲେ। BSB BSB: In anger his master turned him over to the jailers to be tortured, until he should repay all that he owed.
35 ULB ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ। BSB BSB: That is how My heavenly Father will treat each of you unless you forgive your brother from your heart.”