1 ULB ଯେତେବେଳେ ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ବୈଥ୍ଫାଗୀ ଓ ଜୀତପର୍ବତ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଦୁଇ ଶିଷ୍ୟଙ୍କୁ ଏହି କଥା କହି ପଠାଇଲେ। BSB BSB: As they approached Jerusalem and came to Bethphage on the Mount of Olives, Jesus sent out two disciples,
2 ULB ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବାମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ। BSB BSB: saying to them, “Go into the village ahead of you, and at once you will find a donkey tied there, with her colt beside her. Untie them and bring them to Me.
3 ULB ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି। ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ। BSB BSB: If anyone questions you, tell him that the Lord needs them, and he will send them right away.”
4 ULB ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା, BSB BSB: This took place to fulfill what was spoken through the prophet:
5 ULB ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ। BSB BSB: “Say to the Daughter of Zion, ‘See, your King comes to you, gentle and riding on a donkey, on a colt, the foal of a donkey.’”
6 ULB ସେଥିରେ ଶିଷ୍ୟମାନେ ଯାଇ ଯୀଶୁଙ୍କ ଆଦେଶ ଅନୁସାରେ କାମ କଲେ, BSB BSB: So the disciples went and did as Jesus had directed them.
7 ULB ପୁଣି, ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ, ଆଉ ସେ ତାହା ଉପରେ ବସିଲେ। BSB BSB: They brought the donkey and the colt and laid their cloaks on them, and Jesus sat on them.
8 ULB ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇଦେବାକୁ ଲାଗିଲେ। BSB BSB: A massive crowd spread their cloaks on the road, while others cut branches from the trees and spread them on the road.
9 ULB ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା। BSB BSB: The crowds that went ahead of Him and those that followed were shouting: “Hosanna to the Son of David!” “Blessed is He who comes in the name of the Lord!” “Hosanna in the highest!”
10 ULB ଆଉ ସେ ଯିରୂଶାଲମରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା। BSB BSB: When Jesus had entered Jerusalem, the whole city was stirred and asked, “Who is this?”
11 ULB ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ। BSB BSB: The crowds replied, “This is Jesus, the prophet from Nazareth in Galilee.”
12 ULB ପରେ ଯୀଶୁ ଈଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ, BSB BSB: Then Jesus entered the temple courts and drove out all who were buying and selling there. He overturned the tables of the money changers and the seats of those selling doves.
13 ULB ଆଉ ଯୀଶୁ ସେମାନଙ୍କୁ କହିଲେ, ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାୟତମାନଙ୍କ ବାସସ୍ଥାନ କରୁଅଛ। BSB BSB: And He declared to them, “It is written: ‘My house will be called a house of prayer.’ But you are making it ‘a den of robbers.’”
14 ULB ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ। BSB BSB: The blind and the lame came to Him at the temple, and He healed them.
15 ULB କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦ ସନ୍ତାନ ବୋଲି ଉଚ୍ଚ ସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ, BSB BSB: But the chief priests and scribes were indignant when they saw the wonders He performed and the children shouting in the temple courts, “Hosanna to the Son of David!”
16 ULB ପୁଣି, ତାହାଙ୍କୁ ପଚାରିଲେ, ଏମାନେ କ'ଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, ହଁ, ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ, ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ? BSB BSB: “Do You hear what these children are saying?” they asked. “Yes,” Jesus answered. “Have you never read: ‘From the mouths of children and infants You have ordained praise’?”
17 ULB ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ନଗରରୁ ବାହାରି ବେଥନିଆକୁ ଯାଇ ସେଠାରେ ରାତି କଟାଇଲେ। BSB BSB: Then He left them and went out of the city to Bethany, where He spent the night.
19 ULB ଆଉ ବାଟ ପାଖରେ ଗୋଟିଏ ଡିମ୍ବିରି ଗଛ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, ଆଉ କଦାପି ତୋଠାରେ ଫଳ ନ ହେଉ। ସେଥିରେ ସେହିକ୍ଷଣି ସେହି ଡିମ୍ବିରି ଗଛ ଶୁଖିଗଲା। BSB BSB: Seeing a fig tree by the road, He went up to it but found nothing on it except leaves. “May you never bear fruit again!” He said. And immediately the tree withered.
20 ULB ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିଗଛଟି କିପରି ସେହିକ୍ଷଣି ଶୁଖିଗଲା? BSB BSB: When the disciples saw this, they marveled and asked, “How did the fig tree wither so quickly?”
21 ULB ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରି ଗଛ ପ୍ରତି ଯେପରି କରାଯାଇଅଛି, କେବଳ ଯେ ସେପରି କରିବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ତୁ ଉଠି ସମୁଦ୍ରରେ ଯାଇ ପଡ଼ ବୋଲି କହିବ, ତାହାହେଲେ ତାହା ହେବ। BSB BSB: “Truly I tell you,” Jesus replied, “if you have faith and do not doubt, not only will you do what was done to the fig tree, but even if you say to this mountain, ‘Be lifted up and thrown into the sea,’ it will happen.
22 ULB ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହି ସବୁ ପାଇବ। BSB BSB: If you believe, you will receive whatever you ask for in prayer.”
23 ULB ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା? BSB BSB: When Jesus returned to the temple courts and began to teach, the chief priests and elders of the people came up to Him. “By what authority are You doing these things?” they asked. “And who gave You this authority?”
24 ULB ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି। BSB BSB: “I will also ask you one question,” Jesus replied, “and if you answer Me, I will tell you by what authority I am doing these things.
25 ULB ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା? ସ୍ୱର୍ଗରୁ ବା ମନୁଷ୍ୟଠାରୁ? ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ? BSB BSB: What was the source of John’s baptism? Was it from heaven or from men?” They deliberated among themselves and said, “If we say, ‘From heaven,’ He will ask, ‘Why then did you not believe him?’
26 ULB କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି। BSB BSB: But if we say, ‘From men,’ we are afraid of the people, for they all regard John as a prophet.”
27 ULB ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ସେ ମଧ୍ୟ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ। BSB BSB: So they answered, “We do not know.” And Jesus replied, “Neither will I tell you by what authority I am doing these things.
28 ULB ମାତ୍ର ତୁମ୍ଭେମାନେ କ'ଣ ମନେ କର? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ। ସେ ପ୍ରଥମ ନିକଟକୁ ଆସି କହିଲେ, ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର। BSB BSB: But what do you think? There was a man who had two sons. He went to the first one and said, ‘Son, go and work today in the vineyard.’
29 ULB ସେ ଉତ୍ତର ଦେଲା, ମୋର ଇଚ୍ଛା ନାହିଁ, କିନ୍ତୁ ପରେ ଅନୁତାପ କରି ଗଲା। BSB BSB: ‘I will not,’ he replied. But later he changed his mind and went.
30 ULB ପୁଣି, ସେ ଦ୍ୱିତୀୟ ପାଖକୁ ଆସି ସେହି ପ୍ରକାର କହିଲେ। ସେ ଉତ୍ତର ଦେଲା, ଆଜ୍ଞା, ମୁଁ ଯାଉଅଛି, କିନ୍ତୁ ଗଲା ନାହିଁ। BSB BSB: Then the man went to the second son and told him the same thing. ‘I will, sir,’ he said. But he did not go.
31 ULB ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା? ସେମାନେ କହିଲେ, "ପ୍ରଥମ ଜଣକ"। ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି। BSB BSB: Which of the two did the will of his father?” “The first,” they answered. Jesus said to them, “Truly I tell you, the tax collectors and prostitutes are entering the kingdom of God before you.
32 ULB କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରି ପାର, ଏଥି ନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ। ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। BSB BSB: For John came to you in the way of righteousness, and you did not believe him, but the tax collectors and prostitutes did. And even after you saw this, you did not repent and believe him.
33 ULB ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ। BSB BSB: Listen to another parable: There was a landowner who planted a vineyard. He put a wall around it, dug a winepress in it, and built a tower. Then he rented it out to some tenants and went away on a journey.
34 ULB ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ। BSB BSB: When the harvest time drew near, he sent his servants to the tenants to collect his share of the fruit.
35 ULB କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫପାଡ଼ି ମାରିପକାଇଲେ। BSB BSB: But the tenants seized his servants. They beat one, killed another, and stoned a third.
36 ULB ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ। BSB BSB: Again, he sent other servants, more than the first group. But the tenants did the same to them.
37 ULB କିନ୍ତୁ ମୋର ପୁଅକୁ ସେମାନେ ମାନ୍ୟ କରିବେ, ଏହା କହି ସେ ପରେ ଆପଣା ପୁତ୍ରକୁ ସେମାନଙ୍କ ନିକଟକୁ ପଠାଇଲେ। BSB BSB: Finally, he sent his son to them. ‘They will respect my son,’ he said.
38 ULB ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ। BSB BSB: But when the tenants saw the son, they said to one another, ‘This is the heir. Come, let us kill him and take his inheritance.’
39 ULB ଆଉ ସେମାନେ ତାହାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ମାରିଦେଲେ। BSB BSB: So they seized him and threw him out of the vineyard and killed him.
40 ULB ଅତଏବ ଯତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କ'ଣ କରିବେ? BSB BSB: Therefore, when the owner of the vineyard returns, what will he do to those tenants?”
41 ULB ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁରଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ। BSB BSB: “He will bring those wretches to a wretched end,” they replied, “and will rent out the vineyard to other tenants who will give him his share of the fruit at harvest time.”
42 ULB ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ? BSB BSB: Jesus said to them, “Have you never read in the Scriptures: ‘The stone the builders rejected has become the cornerstone. This is from the Lord, and it is marvelous in our eyes’?
43 ULB ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ିନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ। BSB BSB: Therefore I tell you that the kingdom of God will be taken away from you and given to a people who will produce its fruit.
44 ULB ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ। BSB BSB: He who falls on this stone will be broken to pieces, but he on whom it falls will be crushed.”
45 ULB ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହି ସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ। BSB BSB: When the chief priests and Pharisees heard His parables, they knew that Jesus was speaking about them.
46 ULB ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ। BSB BSB: Although they wanted to arrest Him, they were afraid of the crowds, because the people regarded Him as a prophet.