2 ULB ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। BSB BSB: So when you give to the needy, do not sound a trumpet before you, as the hypocrites do in the synagogues and on the streets, to be honored by men. Truly I tell you, they already have their full reward.
3 ULB କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କ'ଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ, BSB BSB: But when you give to the needy, do not let your left hand know what your right hand is doing,
4 ULB ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। BSB BSB: so that your giving may be in secret. And your Father, who sees what is done in secret, will reward you.
5 ULB ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। BSB BSB: And when you pray, do not be like the hypocrites. For they love to pray standing in the synagogues and on the street corners to be seen by men. Truly I tell you, they already have their full reward.
6 ULB କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର କବାଟ ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। BSB BSB: But when you pray, go into your inner room, shut your door, and pray to your Father, who is unseen. And your Father, who sees what is done in secret, will reward you.
7 ULB ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୂଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି। BSB BSB: And when you pray, do not babble on like pagans, for they think that by their many words they will be heard.
8 ULB ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କ'ଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ୱର ତାହା ଜାଣନ୍ତି। BSB BSB: Do not be like them, for your Father knows what you need before you ask Him.
9 ULB ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। BSB BSB: So then, this is how you should pray: ‘Our Father in heaven, hallowed be Your name.
10 ULB ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ। BSB BSB: Your kingdom come, Your will be done, on earth as it is in heaven.
11 ULB ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ। BSB BSB: Give us this day our daily bread.
12 ULB ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର। BSB BSB: And forgive us our debts, as we also have forgiven our debtors.
13 ULB ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍। BSB BSB: And lead us not into temptation, but deliver us from the evil one.’
14 ULB କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; BSB BSB: For if you forgive men their trespasses, your heavenly Father will also forgive you.
15 ULB କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ। BSB BSB: But if you do not forgive men their trespasses, neither will your Father forgive yours.
16 ULB ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। BSB BSB: When you fast, do not be somber like the hypocrites, for they disfigure their faces to show men they are fasting. Truly I tell you, they already have their full reward.
17 ULB କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର, BSB BSB: But when you fast, anoint your head and wash your face,
18 ULB ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। BSB BSB: so that your fasting will not be obvious to men, but only to your Father, who is unseen. And your Father, who sees what is done in secret, will reward you.
19 ULB ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ; BSB BSB: Do not store up for yourselves treasures on earth, where moth and rust destroy, and where thieves break in and steal.
20 ULB ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର, BSB BSB: But store up for yourselves treasures in heaven, where moth and rust do not destroy, and where thieves do not break in and steal.
21 ULB କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ। BSB BSB: For where your treasure is, there your heart will be also.
22 ULB ଚକ୍ଷୁ ଶରୀରର ପ୍ରଦୀପ। ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ। BSB BSB: The eye is the lamp of the body. If your eyes are good, your whole body will be full of light.
23 ULB କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର! BSB BSB: But if your eyes are bad, your whole body will be full of darkness. If then the light within you is darkness, how great is that darkness!
24 ULB କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ। BSB BSB: No one can serve two masters: Either he will hate the one and love the other, or he will be devoted to the one and despise the other. You cannot serve both God and money.
25 ULB ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ ବା କ'ଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ? BSB BSB: Therefore I tell you, do not worry about your life, what you will eat or drink; or about your body, what you will wear. Is not life more than food, and the body more than clothes?
27 ULB ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରି ପାରେ? BSB BSB: Who of you by worrying can add a single hour to his life?
28 ULB ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ? କ୍ଷେତ୍ରର ଫୁଲଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ, BSB BSB: And why do you worry about clothes? Consider how the lilies of the field grow: They do not labor or spin.
29 ULB ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଏୗଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ। BSB BSB: Yet I tell you that not even Solomon in all his glory was adorned like one of these.
30 ULB କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲ୍ଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ? BSB BSB: If that is how God clothes the grass of the field, which is here today and tomorrow is thrown into the furnace, will He not much more clothe you, O you of little faith?
32 ULB କାରଣ ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି। ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି। BSB BSB: For the Gentiles strive after all these things, and your heavenly Father knows that you need them.
33 ULB କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ। BSB BSB: But seek first the kingdom of God and His righteousness, and all these things will be added unto you.
34 ULB ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ। BSB BSB: Therefore do not worry about tomorrow, for tomorrow will worry about itself. Today has enough trouble of its own.