2 ULB କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇ ଦିଆଯିବ। BSB BSB: For with the same judgment you pronounce, you will be judged, and with the measure you use, it will be measured to you.
3 ULB ଆଉ କାହିଁକି ତୁମ୍ଭ ଭାଇର ଆଖିର ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ? BSB BSB: Why do you look at the speck in your brother’s eye but fail to notice the beam in your own eye?
4 ULB ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି! BSB BSB: How can you say to your brother, ‘Let me take the speck out of your eye,’ while there is still a beam in your own eye?
5 ULB ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ। BSB BSB: You hypocrite! First take the beam out of your own eye, and then you will see clearly to remove the speck from your brother’s eye.
6 ULB ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହି ସବୁ ସେମାନଙ୍କ ପାଦ ତଳେ ଦଳନ୍ତି ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରନ୍ତି। BSB BSB: Do not give dogs what is holy; do not throw your pearls before swine. If you do, they may trample them under their feet, and then turn and tear you to pieces.
7 ULB ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ। BSB BSB: Ask, and it will be given to you; seek, and you will find; knock, and the door will be opened to you.
8 ULB କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଫିଟାଇ ଦିଆଯିବ। BSB BSB: For everyone who asks receives; he who seeks finds; and to him who knocks, the door will be opened.
9 ULB କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ, BSB BSB: Which of you, if his son asks for bread, will give him a stone?
10 ULB କିଅବା ମାଛ ମାଗିଲେ ତାହାକୁ ସାପ ଦେବ? BSB BSB: Or if he asks for a fish, will give him a snake?
11 ULB ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ! BSB BSB: So if you who are evil know how to give good gifts to your children, how much more will your Father in heaven give good things to those who ask Him!
12 ULB ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହି ସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର। BSB BSB: In everything, then, do to others as you would have them do to you. For this is the essence of the Law and the Prophets.
13 ULB ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ। BSB BSB: Enter through the narrow gate. For wide is the gate and broad is the way that leads to destruction, and many enter through it.
14 ULB ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ। BSB BSB: But small is the gate and narrow the way that leads to life, and only a few find it.
15 ULB ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ! BSB BSB: Beware of false prophets. They come to you in sheep’s clothing, but inwardly they are ravenous wolves.
17 ULB ସେହି ପ୍ରକାରେ ସବୁ ଭଲ ଗଛ ଭଲ ଫଳ ଫଳେ, କିନ୍ତୁ ମନ୍ଦ ଗଛ ମନ୍ଦ ଫଳ ଫଳେ। BSB BSB: Likewise, every good tree bears good fruit, but a bad tree bears bad fruit.
18 ULB ଭଲ ଗଛ ମନ୍ଦ ଫଳ ଫଳି ନ ପାରେ, କିଅବା ମନ୍ଦ ଗଛ ଭଲ ଫଳ ଫଳି ନ ପାରେ। BSB BSB: A good tree cannot bear bad fruit, and a bad tree cannot bear good fruit.
19 ULB ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ। BSB BSB: Every tree that does not bear good fruit is cut down and thrown into the fire.
20 ULB ଅତଏବ ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। BSB BSB: So then, by their fruit you will recognize them.
22 ULB ସେ ଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ? BSB BSB: Many will say to Me on that day, ‘Lord, Lord, did we not prophesy in Your name, and in Your name drive out demons and perform many miracles?’
23 ULB ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟରୂପେ କହିବି, ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ। ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ। BSB BSB: Then I will tell them plainly, ‘I never knew you; depart from Me, you workers of lawlessness!’
24 ULB ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ। BSB BSB: Therefore everyone who hears these words of Mine and acts on them is like a wise man who built his house on the rock.
25 ULB ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା। BSB BSB: The rain fell, the torrents raged, and the winds blew and beat against that house; yet it did not fall, because its foundation was on the rock.
26 ULB ଆଉ ଯେ କେହି ମୋର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୁର୍ଖ ଲୋକ ଭଳି ହେବ। BSB BSB: But everyone who hears these words of Mine and does not act on them is like a foolish man who built his house on sand.
27 ULB ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା। BSB BSB: The rain fell, the torrents raged, and the winds blew and beat against that house, and it fell—and great was its collapse!”
28 ULB ଯୀଶୁ ଏହି ସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, BSB BSB: When Jesus had finished saying these things, the crowds were astonished at His teaching,
29 ULB କାରଣ ସେ ସେମାନଙ୍କର ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ। BSB BSB: because He taught as one who had authority, and not as their scribes.