1 ULB ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ। BSB BSB: Jesus got into a boat, crossed over, and came to His own town.
2 ULB ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା। BSB BSB: Just then some men brought to Him a paralytic lying on a mat. When Jesus saw their faith, He said to the paralytic, “Take courage, son; your sins are forgiven.”
3 ULB ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ୱର ନିନ୍ଦା କରୁଅଛି। BSB BSB: On seeing this, some of the scribes said to themselves, “This man is blaspheming!”
4 ULB ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ? BSB BSB: But Jesus knew what they were thinking and said, “Why do you harbor evil in your hearts?
5 ULB କାରଣ କ'ଣ ସହଜ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା? BSB BSB: Which is easier: to say, ‘Your sins are forgiven,’ or to say, ‘Get up and walk’?
6 ULB କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର, ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ। BSB BSB: But so that you may know that the Son of Man has authority on earth to forgive sins...” Then He said to the paralytic, “Get up, pick up your mat, and go home.”
7 ULB ସେଥିରେ ସେ ଉଠି ଆପଣା ଘରକୁ ଚାଲିଗଲା। BSB BSB: And the man got up and went home.
8 ULB ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ୱର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ। BSB BSB: When the crowds saw this, they were filled with awe and glorified God, who had given such authority to men.
9 ULB ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, "ମୋହର ଅନୁଗମନ କର"। ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ। BSB BSB: As Jesus went on from there, He saw a man named Matthew sitting at the tax booth. “Follow Me,” He told him, and Matthew got up and followed Him.
10 ULB ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ। BSB BSB: Later, as Jesus was dining at Matthew’s house, many tax collectors and sinners came and ate with Him and His disciples.
11 ULB ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, "ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି"? BSB BSB: When the Pharisees saw this, they asked His disciples, “Why does your Teacher eat with tax collectors and sinners?”
12 ULB କିନ୍ତୁ ଯୀଶୁ ତାହା ଶୁଣି କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ରା ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି। BSB BSB: On hearing this, Jesus said, “It is not the healthy who need a doctor, but the sick.
13 ULB କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି। BSB BSB: But go and learn what this means: ‘I desire mercy, not sacrifice.’ For I have not come to call the righteous, but sinners.”
14 ULB ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି? BSB BSB: Then John’s disciples came to Jesus and asked, “Why is it that we and the Pharisees fast so often, but Your disciples do not fast?”
15 ULB ଯୀଶୁ ସେମାନଙ୍କୁ କହିଲେ, ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରି ପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ। BSB BSB: Jesus replied, “How can the guests of the bridegroom mourn while He is with them? But the time will come when the bridegroom will be taken from them; then they will fast.
16 ULB କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ, କାରଣ ସେହି ତାଳି ଲୁଗାରୁ ବେଶୀ ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ। BSB BSB: No one sews a patch of unshrunk cloth on an old garment. For the patch will pull away from the garment, and a worse tear will result.
17 ULB ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି, ଉଭୟ ରକ୍ଷା ପାଏ। BSB BSB: Neither do men pour new wine into old wineskins. If they do, the skins will burst, the wine will spill, and the wineskins will be ruined. Instead, they pour new wine into new wineskins, and both are preserved.”
18 ULB ଯୀଶୁ ସେମାନଙ୍କୁ ଏହି ସବୁ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲେ, ମୋର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ। BSB BSB: While Jesus was saying these things, a synagogue leader came and knelt before Him. “My daughter has just died,” he said. “But come and place Your hand on her, and she will live.”
19 ULB ସେଥିରେ ଯୀଶୁ ଉଠି ଆପଣା ଶିଷ୍ୟମାନଙ୍କ ସହିତ ତାହାଙ୍କ ପଛରେ ଗଲେ। BSB BSB: So Jesus got up and went with him, along with His disciples.
20 ULB ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା, BSB BSB: Suddenly a woman who had suffered from bleeding for twelve years came up behind Him and touched the fringe of His cloak.
21 ULB କାରଣ ସେ ମନେ ମନେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି। BSB BSB: She said to herself, “If only I touch His cloak, I will be healed.”
22 ULB କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି। ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା। BSB BSB: Jesus turned and saw her. “Take courage, daughter,” He said, “your faith has healed you.” And the woman was healed from that very hour.
23 ULB ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ, ବାହାରିଯାଅ, ବାଳିକାଟି ତ ମରି ନାହିଁ, ମାତ୍ର ଶୋଇ ପଡ଼ିଅଛି BSB BSB: When Jesus entered the house of the synagogue leader, He saw the flute players and the noisy crowd.
24 ULB ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। BSB BSB: “Go away,” He told them. “The girl is not dead, but asleep.” And they laughed at Him.
25 ULB କିନ୍ତୁ ଲୋକସମୂହ ବାହାରଯାଆନ୍ତେ ଯୀଶୁ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା। BSB BSB: After the crowd had been put outside, Jesus went in and took the girl by the hand, and she got up.
26 ULB ପୁଣି, ଏହି କଥା ସେହି ଦେଶଯାକ ବ୍ୟାପିଗଲା। BSB BSB: And the news about this spread throughout that region.
27 ULB ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚ ସ୍ୱର କରି କହିବାକୁ ଲାଗିଲେ, ହେ ଦାଉଦ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ। BSB BSB: As Jesus went on from there, two blind men followed Him, crying out, “Have mercy on us, Son of David!”
28 ULB ପୁଣି, ସେ ଗୃହରେ ପ୍ରବେଶ କରନ୍ତେ ସେହି ଅନ୍ଧମାନେ ତାହାଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେ ଏହା କରି ପାରେ, ତାହା କି ବିଶ୍ୱାସ କରୁଅଛ? ସେମାନେ କହିଲେ ହଁ, ପ୍ରଭୁ। BSB BSB: After Jesus had entered the house, the blind men came to Him. “Do you believe that I am able to do this?” He asked. “Yes, Lord,” they answered.
29 ULB ସେଥିରେ ସେ ସେମାନଙ୍କର ଚକ୍ଷୁ ସ୍ପର୍ଶ କରି କହିଲେ, ତୁମ୍ଭମାନଙ୍କ ବିଶ୍ୱାସ ଅନୁସାରେ ତୁମ୍ଭମାନଙ୍କ ପ୍ରତି ଘଟୁ। BSB BSB: Then He touched their eyes and said, “According to your faith will it be done to you.”
30 ULB ତହିଁରେ ସେମାନଙ୍କର ଆଖି ଫିଟିଗଲା। ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, ଦେଖ, ଏ ବିଷୟ ଯେପରି କେହି ନ ଜାଣେ। BSB BSB: And their eyes were opened. Jesus warned them sternly, “See that no one finds out about this!”
31 ULB ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ। BSB BSB: But they went out and spread the news about Him throughout the land.
32 ULB ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ। BSB BSB: As they were leaving, a demon-possessed man who was mute was brought to Jesus.
33 ULB ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା। ସେଥିରେ ଲୋକ ସମୁହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ। BSB BSB: And when the demon had been driven out, the man began to speak. The crowds were amazed and said, “Nothing like this has ever been seen in Israel!”
34 ULB କିନ୍ତୁ ଫାରୂଶୀମାନେ କହିଲେ, ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି। BSB BSB: But the Pharisees said, “It is by the prince of demons that He drives out demons.”
35 ULB ଏହାପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ। BSB BSB: Jesus went through all the towns and villages, teaching in their synagogues, preaching the gospel of the kingdom, and healing every disease and sickness.
36 ULB ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ। BSB BSB: When He saw the crowds, He was moved with compassion for them, because they were harassed and helpless, like sheep without a shepherd.
37 ULB ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ, BSB BSB: Then He said to His disciples, “The harvest is plentiful, but the workers are few.
38 ULB ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର। BSB BSB: Ask the Lord of the harvest, therefore, to send out workers into His harvest.”