1 ULB ଯିହୁଦା ଦେଶୀୟ ଯୋଥମ୍, ଆହସ୍ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ। BSB BSB: This is the word of the LORD that came to Micah the Moreshite in the days of Jotham, Ahaz, and Hezekiah, kings of Judah—what he saw regarding Samaria and Jerusalem:
2 ULB ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ। BSB BSB: Hear, O peoples, all of you; listen, O earth, and everyone in it! May the Lord GOD bear witness against you, the Lord from His holy temple.
3 ULB କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଳାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ। BSB BSB: For behold, the LORD comes forth from His dwelling place; He will come down and tread on the high places of the earth.
4 ULB ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ। BSB BSB: The mountains will melt beneath Him, and the valleys will split apart, like wax before the fire, like water rushing down a slope.
5 ULB କାରଣ ଯାକୁବର ଆଜ୍ଞା-ଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞା-ଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହିସବୁ କି ଯିରୂଶାଲମ ନୁହେଁ? BSB BSB: All this is for the transgression of Jacob and the sins of the house of Israel. What is the transgression of Jacob? Is it not Samaria? And what is the high place of Judah? Is it not Jerusalem?
6 ULB ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା। BSB BSB: Therefore I will make Samaria a heap of rubble in the open field, a planting area for a vineyard. I will pour her stones into the valley and expose her foundations.
7 ULB ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ। BSB BSB: All her carved images will be smashed to pieces; all her wages will be burned in the fire, and I will destroy all her idols. Since she collected the wages of a prostitute, they will be used again on a prostitute.
8 ULB ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ଉଲଙ୍ଗ ହୋଇ ଖାଲି ପାଦରେ ବୁଲିବା। ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ରପକ୍ଷୀ ପରି ଶୋକ କରିବା। BSB BSB: Because of this I will lament and wail; I will walk barefoot and naked. I will howl like a jackal and mourn like an ostrich.
9 ULB କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି। BSB BSB: For her wound is incurable; it has reached even Judah; it has approached the gate of my people, as far as Jerusalem itself.
10 ULB ଗାଥ୍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ। BSB BSB: Do not tell it in Gath; do not weep at all. Roll in the dust in Beth-leaphrah.
11 ULB ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ। BSB BSB: Depart in shameful nakedness, O dwellers of Shaphir. The dwellers of Zaanan will not come out. Beth-ezel is in mourning; its support is taken from you.
12 ULB କାରଣ ମାରୋତ୍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି। BSB BSB: For the dwellers of Maroth pined for good, but calamity came down from the LORD, even to the gate of Jerusalem.
13 ULB ହେ ଲାଖୀଶ୍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା। BSB BSB: Harness your chariot horses, O dweller of Lachish. You were the beginning of sin to the Daughter of Zion, for the transgressions of Israel were found in you.
14 ULB ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ; BSB BSB: Therefore, send farewell gifts to Moresheth-gath; the houses of Achzib will prove deceptive to the kings of Israel.
15 ULB ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ। BSB BSB: I will again bring a conqueror against you, O dweller of Mareshah. The glory of Israel will come to Adullam.
16 ULB ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି। BSB BSB: Shave yourselves bald and cut off your hair in mourning for your precious children; make yourselves as bald as an eagle, for they will go from you into exile.