1 ULB ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ? BSB BSB: Then I said: “Hear now, O leaders of Jacob, you rulers of the house of Israel. Should you not know justice?
2 ULB ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ; BSB BSB: You hate good and love evil. You tear the skin from my people and strip the flesh from their bones.
3 ULB ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ଡି ଓ ହଣ୍ଡା ପାଇଁ ମାଂସ ଖଣ୍ଡ ଖଣ୍ଡ କରନ୍ତି, ସେହିପରି ସେମାନଙ୍କୁ ଖଣ୍ଡ ଖଣ୍ଡ କରି ପକାଉଅଛ। BSB BSB: You eat the flesh of my people after stripping off their skin and breaking their bones. You chop them up like flesh for the cooking pot, like meat in a cauldron.”
4 ULB ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ। BSB BSB: Then they will cry out to the LORD, but He will not answer them. At that time He will hide His face from them because of the evil they have done.
5 ULB ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି: BSB BSB: This is what the LORD says: “As for the prophets who lead My people astray, who proclaim peace while they chew with their teeth, but declare war against one who puts nothing in their mouths:
6 ULB ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ। BSB BSB: Therefore night will come over you without visions, and darkness without divination. The sun will set on these prophets, and the daylight will turn black over them.
7 ULB ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍ବିଗ୍ନ ହେବେ; ହଁ, ସେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ। BSB BSB: Then the seers will be ashamed and the diviners will be disgraced. They will all cover their mouths because there is no answer from God.”
8 ULB ମାତ୍ର ଯାକୁବକୁ ତାହାର ଆଜ୍ଞା-ଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ। BSB BSB: As for me, however, I am filled with power by the Spirit of the LORD, with justice and courage, to declare to Jacob his transgression and to Israel his sin.
9 ULB ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ। BSB BSB: Now hear this, O leaders of the house of Jacob and rulers of the house of Israel, who despise justice and pervert all that is right,
10 ULB ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି। BSB BSB: who build Zion with bloodshed and Jerusalem with iniquity.
11 ULB ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। BSB BSB: Her leaders judge for a bribe, her priests teach for a price, and her prophets practice divination for money. Yet they lean upon the LORD, saying, “Is not the LORD among us? No disaster can come upon us.”
12 ULB ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ। BSB BSB: Therefore, because of you, Zion will be plowed like a field, Jerusalem will become a heap of rubble, and the temple mount a wooded ridge.