1 ULB ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ। BSB BSB: Now, O daughter of troops, mobilize your troops; for a siege is laid against us! With a rod they will strike the cheek of the judge of Israel.
3 ULB ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ। BSB BSB: Therefore Israel will be abandoned until she who is in labor has given birth; then the rest of His brothers will return to the children of Israel.
4 ULB ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ। BSB BSB: He will stand and shepherd His flock in the strength of the LORD, in the majestic name of the LORD His God. And they will dwell securely, for then His greatness will extend to the ends of the earth.
5 ULB ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତିସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା। BSB BSB: And He will be our peace when Assyria invades our land and tramples our citadels. We will raise against it seven shepherds, even eight leaders of men.
6 ULB ପୁଣି, ସେମାନେ ଖଡ୍ଗ ଦ୍ୱାରା ଅଶୂରୀୟର ଦେଶ ଓ ନିମ୍ରୋଦ୍ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ; ପୁଣି, ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସି ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ ସେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ। BSB BSB: And they will rule the land of Assyria with the sword, and the land of Nimrod with the blade drawn. So He will deliver us when Assyria invades our land and marches into our borders.
7 ULB ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ। BSB BSB: Then the remnant of Jacob will be in the midst of many peoples like dew from the LORD, like showers on the grass, which do not wait for man or linger for mankind.
8 ULB ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ। BSB BSB: Then the remnant of Jacob will be among the nations, in the midst of many peoples, like a lion among the beasts of the forest, like a young lion among flocks of sheep, which tramples and tears as it passes through, with no one to rescue them.
9 ULB ତୁମ୍ଭ ବିପକ୍ଷଗଣର ଉପରେ ତୁମ୍ଭର ହସ୍ତ ଉନ୍ନତ ହେଉ ଓ ତୁମ୍ଭର ଶତ୍ରୁ ସମସ୍ତେ ଉଚ୍ଛିନ୍ନ ହେଉନ୍ତୁ। BSB BSB: Your hand will be lifted over your foes, and all your enemies will be cut off.
10 ULB ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା; BSB BSB: “In that day,” declares the LORD, “I will remove your horses from among you and wreck your chariots.
11 ULB ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା; BSB BSB: I will remove the cities of your land and tear down all your strongholds.
12 ULB ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ; BSB BSB: I will cut the sorceries from your hand, and you will have no fortune-tellers.
13 ULB ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ। BSB BSB: I will also cut off the carved images and sacred pillars from among you, so that you will no longer bow down to the work of your own hands.
14 ULB ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା। BSB BSB: I will root out the Asherah poles from your midst and demolish your cities.
15 ULB ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା। BSB BSB: I will take vengeance in anger and wrath upon the nations that have not obeyed Me.”