1 ULB ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ। BSB BSB: Hear now what the LORD says: “Arise, plead your case before the mountains, and let the hills hear your voice.
2 ULB ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ। BSB BSB: Hear, O mountains, the LORD’s indictment, you enduring foundations of the earth. For the LORD has a case against His people, and He will argue it against Israel:
3 ULB ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କ’ଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ। BSB BSB: ‘My people, what have I done to you? Testify against Me how I have wearied you!
4 ULB ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ। BSB BSB: For I brought you up from the land of Egypt and redeemed you from the house of slavery. I sent Moses before you, as well as Aaron and Miriam.
5 ULB ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ। BSB BSB: My people, remember what Balak king of Moab counseled and what Balaam son of Beor answered. Remember your journey from Shittim to Gilgal, so that you may acknowledge the righteousness of the LORD.’”
6 ULB ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଉର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା? BSB BSB: With what shall I come before the LORD when I bow before the God on high? Should I come to Him with burnt offerings, with year-old calves?
7 ULB ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞା-ଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା? BSB BSB: Would the LORD be pleased with thousands of rams, with ten thousand rivers of oil? Shall I present my firstborn for my transgression, the fruit of my body for the sin of my soul?
9 ULB ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ। BSB BSB: The voice of the LORD calls out to the city (and it is sound wisdom to fear Your name): “Heed the rod and the One who ordained it.
10 ULB ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି? BSB BSB: Can I forget any longer, O house of the wicked, the treasures of wickedness and the short ephah, which is accursed?
11 ULB ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା। BSB BSB: Can I excuse dishonest scales or bags of false weights?
12 ULB ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ। BSB BSB: For the wealthy of the city are full of violence, and its residents speak lies; their tongues are deceitful in their mouths.
13 ULB ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ। BSB BSB: Therefore I am striking you severely, to ruin you because of your sins.
14 ULB ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା। BSB BSB: You will eat but not be satisfied, and your hunger will remain with you. What you acquire, you will not preserve; and what you save, I will give to the sword.
15 ULB ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତ ଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ। BSB BSB: You will sow but not reap; you will press olives but not anoint yourselves with oil; you will tread grapes but not drink the wine.
16 ULB କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ। BSB BSB: You have kept the statutes of Omri and all the practices of Ahab’s house; you have followed their counsel. Therefore I will make you a desolation, and your inhabitants an object of contempt; you will bear the scorn of the nations.”