1 ULB ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର। BSB BSB: One who scatters advances against you, O Nineveh. Guard the fortress! Watch the road! Brace yourselves! Summon all your strength!
2 ULB କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ସଦୃଶ୍ୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶତ୍ରୁମାନେ ସେମାନଙ୍କୁ ଧ୍ୱଂସ କରିଅଛନ୍ତି; ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି। BSB BSB: For the LORD will restore the splendor of Jacob like the splendor of Israel, though destroyers have laid them waste and ruined the branches of their vine.
3 ULB ତାହାର ବୀରଗଣର ଢାଲ ରକ୍ତୀକୃତ, ବିକ୍ରମୀଗଣ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପରିହିତ; ତାହାର ଆୟୋଜନ ଦିନରେ ରଥସକଳ ଲୌହରେ ଚକ୍ଚକ୍ ଓ ବର୍ଚ୍ଛାସକଳ ଭୟାନକ ରୂପେ ଚାଳିତ ହୁଅଇ। BSB BSB: The shields of his mighty men are red; the valiant warriors are dressed in scarlet. The fittings of the chariots flash like fire on the day they are prepared, and the spears of cypress have been brandished.
4 ULB ରାଜଦାଣ୍ଡସକଳରେ ରଥସବୁ ବ୍ୟଗ୍ରରେ ଗମନାଗମନ କରେ, ପ୍ରଶସ୍ତ ଛକମାନରେ ସେହିସବୁର ଧକ୍କା ଏକଆରେକର ଉପରେ ଲାଗେ; ସେସବୁର ଦୃଶ୍ୟ ମଶାଲ ତୁଲ୍ୟ, ସେମାନେ ବିଜୁଳି ପରି ଦୌଡ଼ନ୍ତି। BSB BSB: The chariots dash through the streets; they rush around the plazas, appearing like torches, darting about like lightning.
5 ULB ସେ ଆପଣା ପ୍ରତାପାନ୍ୱିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି। BSB BSB: He summons his nobles; they stumble as they advance. They race to its wall; the protective shield is set in place.
6 ULB ନଦୀର ଦ୍ୱାରସବୁ ମୁକ୍ତ ହୋଇଅଛି ଓ ରାଜଗୃହ ମିଳେଇ ଯାଇଅଛି। BSB BSB: The river gates are thrown open and the palace collapses.
7 ULB ପୁଣି, ରାଣୀ ବିବସ୍ତ୍ରା ହୋଇଅଛି, ସେ ଦୂରକୁ ନୀତା ହୋଇଅଛି, ତାହାର ଦାସୀଗଣ ବକ୍ଷରେ ହାତ ମାରି କପୋତ ସ୍ୱର ପରି ଶୋକ କରୁଅଛନ୍ତି। BSB BSB: It is decreed that the city be exiled and carried away; her maidservants moan like doves, and beat upon their breasts.
8 ULB ମାତ୍ର ନୀନିବୀ ପୂର୍ବ କାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ୱରୂପା ହୋଇଅଛି; ତଥାପି ସେମାନେ ସମସ୍ତେ ପଳାୟନ କରନ୍ତି; ଠିଆ ହୁଅ, ଠିଆ ହୁଅ କହିଲେ ମଧ୍ୟ କେହି ପଛକୁ ଅନାନ୍ତି ନାହିଁ। BSB BSB: Nineveh has been like a pool of water throughout her days, but now it is draining away. “Stop! Stop!” they cry, but no one turns back.
9 ULB ତୁମ୍ଭେମାନେ ରୂପା ଲୁଣ୍ଠନ କର, ସୁନା ଲୁଣ୍ଠନ କର, କାରଣ ସବୁ ପ୍ରକାର ମନୋହର ସାମଗ୍ରୀର ଐଶ୍ୱର୍ଯ୍ୟ ସ୍ୱରୂପ ଭଣ୍ଡାରର ସୀମା ନାହିଁ। BSB BSB: “Plunder the silver! Plunder the gold!” There is no end to the treasure, an abundance of every precious thing.
10 ULB ସେ (ନିନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି। BSB BSB: She is emptied! Yes, she is desolate and laid waste! Hearts melt, knees knock, bodies tremble, and every face grows pale!
11 ULB ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ଭ୍ରମଣ କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ? BSB BSB: Where is the lions’ lair or the feeding ground of the young lions, where the lion and lioness prowled with their cubs, with nothing to frighten them away?
12 ULB ସିଂହ ଆପଣା ଶାବକଗଣ ନିମନ୍ତେ ଯଥେଷ୍ଟ ପଶୁ ବିଦୀର୍ଣ୍ଣ କରିଅଛି ଓ ଆପଣା ସିଂହୀଗଣ ନିମନ୍ତେ ଅନେକଙ୍କ ଗଳା ଚିପି ମାରିଅଛି, ଆଉ ଆପଣା ଗହ୍ୱର ମୃଗୟାରେ ଓ ଗର୍ତ୍ତ ବିଦୀର୍ଣ୍ଣ ପଶୁରେ ପୂର୍ଣ୍ଣ କରିଅଛି। BSB BSB: The lion mauled enough for its cubs and strangled prey for the lioness. It filled its dens with the kill, and its lairs with mauled prey.
13 ULB ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ୍ଗ ତୁମ୍ଭର ଯୁବା ସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ। BSB BSB: “Behold, I am against you,” declares the LORD of Hosts. “I will reduce your chariots to cinders, and the sword will devour your young lions. I will cut off your prey from the earth, and the voices of your messengers will no longer be heard.”