1 ULB ସେହି ଦିନ ସେମାନେ ଲୋକମାନଙ୍କ କର୍ଣ୍ଣଗୋଚରରେ ମୋଶାଙ୍କ ପୁସ୍ତକରୁ ପାଠ କଲେ; ପୁଣି, ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା ଯେ, ଅମ୍ମୋନୀୟ ଓ ମୋୟାବୀୟ ଲୋକ ଅନନ୍ତ କାଳ ପରମେଶ୍ୱରଙ୍କ ସମାଜରେ ପ୍ରବେଶ କରିବେ ନାହିଁ, BSB BSB: At that time the Book of Moses was read aloud in the hearing of the people, and in it they found the passage stating that no Ammonite or Moabite should ever enter the assembly of God,
2 ULB କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ। BSB BSB: because they had not met the Israelites with food and water, but had hired Balaam to call down a curse against them (although our God had turned the curse into a blessing).
3 ULB ସେତେବେଳେ ସେମାନେ ଏହି ବ୍ୟବସ୍ଥା ଶୁଣି ଇସ୍ରାଏଲ ମଧ୍ୟରୁ ସମଗ୍ର ମିଶ୍ରିତ ଜନତାକୁ ପୃଥକ୍ କଲେ। BSB BSB: As soon as the people heard this law, they excluded from Israel all of foreign descent.
4 ULB ଏଥିପୂର୍ବେ ଇଲୀୟାଶୀବ ଯାଜକ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହସ୍ଥିତ କୋଠରିସକଳର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହେଲେ ଓ ସେ ଟୋବୀୟର କୁଟୁମ୍ବ ଥିଲା, BSB BSB: Now before this, Eliashib the priest, a relative of Tobiah, had been put in charge of the storerooms of the house of our God
5 ULB ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ୍ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ-ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ। BSB BSB: and had prepared for Tobiah a large room where they had previously stored the grain offerings, the frankincense, the temple articles, and the tithes of grain, new wine, and oil prescribed for the Levites, singers, and gatekeepers, along with the contributions for the priests.
6 ULB ମାତ୍ର ମୁଁ ଏସବୁ ସମୟରେ ଯିରୂଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର ବତିଶ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ଉତ୍ତାରେ ରାଜାଙ୍କୁ ବିଦାୟ ପାଇଁ ଅନୁମତି ମାଗିଲି; BSB BSB: While all this was happening, I was not in Jerusalem, because I had returned to Artaxerxes king of Babylon in the thirty-second year of his reign. Some time later I obtained leave from the king
7 ULB ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ, ଟୋବୀୟ ନିମନ୍ତେ ପରମେଶ୍ୱରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଭୁଲ୍ କରିଥିଲା, ତାହା ବୁଝିଲି। BSB BSB: to return to Jerusalem. Then I discovered the evil that Eliashib had done on behalf of Tobiah by providing him a room in the courts of the house of God.
8 ULB ଏଥିରେ ମୁଁ ଅତ୍ୟନ୍ତ କ୍ରୋଧିତ ହୋଇ ସେହି କୋଠରିରୁ ଟୋବୀୟର ସମସ୍ତ ଗୃହସାମଗ୍ରୀ ବାହାର କରି ଫୋପାଡି ଦେଲି। BSB BSB: And I was greatly displeased and threw all of Tobiah’s household goods out of the room.
9 ULB ତହୁଁ ମୁଁ ଆଜ୍ଞା କରନ୍ତେ, ସେମାନେ କୋଠରିସବୁ ଶୁଚି କଲେ; ତେବେ ମୁଁ ସେଠାକୁ ପୁନର୍ବାର ପରମେଶ୍ୱରଙ୍କ ଗୃହର ପାତ୍ରାଦି ଓ ଭକ୍ଷ୍ୟ-ନୈବେଦ୍ୟ ଓ କୁନ୍ଦୁରୁ ଆଣିଲି। BSB BSB: Then I ordered that the rooms be purified, and I had the articles of the house of God restored to them, along with the grain offerings and frankincense.
10 ULB ଆହୁରି, ମୁଁ ଦେଖିଲି ଯେ, ଲେବୀୟମାନଙ୍କ ଅଂଶ ସେମାନଙ୍କୁ ଦିଆଯାଇ ନ ଥିଲା; ତେଣୁ ପ୍ରତ୍ୟେକେ କର୍ମକାରୀ ଲେବୀୟମାନେ ଓ ଗାୟକମାନେ ମନ୍ଦିର ଛାଡ଼ି ଆପଣା ଆପଣା ଭୂମିକୁ ଗଲେ। BSB BSB: I also learned that because the portions for the Levites had not been given to them, all the Levites and singers responsible for performing the service had gone back to their own fields.
11 ULB ତହିଁରେ କାହିଁକି ପରମେଶ୍ୱରଙ୍କ ଗୃହ ପରିତ୍ୟକ୍ତ ହୋଇଅଛି? ଏହା କହି ମୁଁ ଅଧ୍ୟକ୍ଷମାନଙ୍କ ସଙ୍ଗେ ବାଦାନୁବାଦ କଲି, ପୁଣି, ମୁଁ ସେମାନଙ୍କୁ ଏକତ୍ର କରି ସ୍ୱ ସ୍ୱ ପଦରେ ସେମାନଙ୍କୁ ନିଯୁକ୍ତ କଲି। BSB BSB: So I rebuked the officials and asked, “Why has the house of God been neglected?” Then I gathered the Levites and singers together and stationed them at their posts,
12 ULB ତହୁଁ ସମଗ୍ର ଯିହୁଦା ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳର ଦଶମାଂଶ ଭଣ୍ଡାରକୁ ଆଣିଲେ। BSB BSB: and all Judah brought a tenth of the grain, new wine, and oil into the storerooms.
13 ULB ତହିଁରେ ମୁଁ ଶେଲିମୀୟ ଯାଜକକୁ ଓ ସାଦୋକ ଅଧ୍ୟାପକକୁ ଓ ଲେବୀୟମାନଙ୍କ ମଧ୍ୟରୁ ପଦାୟକୁ ଭଣ୍ଡାରସମୂହର ଅଧ୍ୟକ୍ଷ କଲି; ସେମାନଙ୍କ ତଳେ ମତ୍ତନୀୟର ପୌତ୍ର ସକ୍କୁରର ପୁତ୍ର ହାନନ୍ ରହିଲା; କାରଣ ସେମାନେ ବିଶ୍ୱସ୍ତ ଥିଲେ, ଏଣୁ ଆପଣା ଭ୍ରାତୃଗଣକୁ ବିତରଣ କରିବାର କାର୍ଯ୍ୟ ସେମାନଙ୍କର ହେଲା। BSB BSB: I appointed as treasurers over the storerooms Shelemiah the priest, Zadok the scribe, and Pedaiah of the Levites, with Hanan son of Zaccur, the son of Mattaniah, to assist them, because they were considered trustworthy. They were responsible for distributing the supplies to their fellow Levites.
14 ULB ହେ ମୋହର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ଲିଭାଇ ନ ଦିଅ। BSB BSB: Remember me for this, O my God, and do not blot out my deeds of loving devotion for the house of my God and for its services.
15 ULB ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମଦିନରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି। BSB BSB: In those days I saw people in Judah treading winepresses on the Sabbath and bringing in grain and loading it on donkeys, along with wine, grapes, and figs. All kinds of goods were being brought into Jerusalem on the Sabbath day. So I warned them against selling food on that day.
16 ULB ମଧ୍ୟ ନଗରରେ ସୋରୀୟ ଲୋକେ ବାସ କରୁଥିଲେ, ସେମାନେ ମତ୍ସ୍ୟ ଓ ସର୍ବପ୍ରକାର ବିକ୍ରେୟ ଦ୍ରବ୍ୟ ଆଣି ବିଶ୍ରାମବାରରେ ଯିହୁଦାର ସନ୍ତାନଗଣ ନିକଟରେ ଓ ଯିରୂଶାଲମରେ ବିକ୍ରି କଲେ। BSB BSB: Additionally, men of Tyre who lived there were importing fish and all kinds of merchandise and selling them on the Sabbath to the people of Judah in Jerusalem.
17 ULB ତହିଁରେ ମୁଁ ଯିହୁଦାର ନେତାମାନଙ୍କ ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ବିଶ୍ରାମଦିନ ଅପବିତ୍ର କରି ଏ କି କୁକର୍ମ କରୁଅଛ?” BSB BSB: Then I rebuked the nobles of Judah and asked, “What is this evil you are doing—profaning the Sabbath day?
18 ULB ତୁମ୍ଭମାନଙ୍କ ପିତୃପୁରୁଷମାନେ କ’ଣ ଏପରି କାର୍ଯ୍ୟ କଲେ ନାହିଁ? ଆଉ, ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ୱର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହିସବୁ ଅମଙ୍ଗଳ ଘଟାଇ ନାହାନ୍ତି? ତଥାପି ତୁମ୍ଭେମାନେ ବିଶ୍ରାମଦିନ ଅପବିତ୍ର କରି ଇସ୍ରାଏଲ ଉପରକୁ ଆହୁରି କୋପ ଆଣୁଅଛ। BSB BSB: Did not your forefathers do the same things, so that our God brought all this disaster on us and on this city? And now you are rekindling His wrath against Israel by profaning the Sabbath!”
19 ULB ଏଉତ୍ତାରେ ବିଶ୍ରାମବାର ପୂର୍ବେ ଯିରୂଶାଲମର ଦ୍ୱାରସବୁ ଅନ୍ଧାର ହେବାକୁ ଲାଗିବା ବେଳେ ମୁଁ କବାଟସବୁ ବନ୍ଦ କରିବାକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଗତ ନୋହିବା ପର୍ଯ୍ୟନ୍ତ ମେଲା ନ କରିବାକୁ ଆଜ୍ଞା ଦେଲି; ପୁଣି, ବିଶ୍ରାମଦିନ କୌଣସି ବୋଝ ଭିତରକୁ ଅଣା ନ ଯିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ୱାରସମୂହରେ ନିଯୁକ୍ତ କଲି। BSB BSB: When the evening shadows began to fall on the gates of Jerusalem, just before the Sabbath, I ordered that the gates be shut and not opened until after the Sabbath. I posted some of my servants at the gates so that no load could enter on the Sabbath day.
20 ULB ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ୟ ବିକ୍ରୟକାରୀମାନେ ଏକ ଦୁଇ ଥର ଯିରୂଶାଲମ ବାହାରେ ରାତ୍ରି କ୍ଷେପଣ କଲେ। BSB BSB: Once or twice, the merchants and those who sell all kinds of goods camped outside Jerusalem,
21 ULB ତହିଁରେ ମୁଁ ସେମାନଙ୍କୁ ଚେତାବନୀ ଦେଇ ସେମାନଙ୍କୁ କହିଲି, “ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରିକ୍ଷେପଣ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି।” ସେହି ସମୟଠାରୁ ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ। BSB BSB: but I warned them, “Why are you camping in front of the wall? If you do it again, I will lay hands on you.” From that time on, they did not return on the Sabbath.
22 ULB ଏଉତ୍ତାରେ ମୁଁ ଲେବୀୟମାନଙ୍କୁ ବିଶ୍ରାମଦିନ ପବିତ୍ର କରିବା ନିମନ୍ତେ ଆପଣା ଆପଣାକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ରକ୍ଷା କରିବାକୁ ଆଜ୍ଞା କଲି। ହେ ମୋହର ପରମେଶ୍ୱର, ମୋ’ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଦୟାର ମହତ୍ତ୍ୱାନୁସାରେ ମୋତେ ରକ୍ଷା କର। BSB BSB: Then I instructed the Levites to purify themselves and guard the gates in order to keep the Sabbath day holy. Remember me for this as well, O my God, and show me mercy according to Your abundant loving devotion.
23 ULB ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି; BSB BSB: In those days I also saw Jews who had married women from Ashdod, Ammon, and Moab.
24 ULB ପୁଣି, ସେମାନଙ୍କ ବାଳକମାନେ ଅଧେ ଅସ୍ଦୋଦୀୟ ଭାଷାରେ କଥାବାର୍ତ୍ତା କଲେ ଓ ଯିହୁଦୀୟ ଭାଷାରେ କଥାବାର୍ତ୍ତା କରି ପାରିଲେ ନାହିଁ, ମାତ୍ର ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ କଥା କହିଲେ। BSB BSB: Half of their children spoke the language of Ashdod or of the other peoples, but could not speak the language of Judah.
25 ULB ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।” BSB BSB: I rebuked them and called down curses on them. I beat some of these men and pulled out their hair. Then I made them take an oath before God and said, “You must not give your daughters in marriage to their sons or take their daughters as wives for your sons or for yourselves!
26 ULB ଇସ୍ରାଏଲର ରାଜା ଶଲୋମନ କି ଏସବୁ କାର୍ଯ୍ୟ ଦ୍ୱାରା ପାପ କରି ନ ଥିଲେ? ଅନେକ ଗୋଷ୍ଠୀ ମଧ୍ୟରେ ତାଙ୍କ ପରି ରାଜା କେହି ନ ଥିଲେ ଓ ସେ ଆପଣା ପରମେଶ୍ୱରଙ୍କର ପ୍ରିୟପାତ୍ର ଥିଲେ, ପୁଣି ପରମେଶ୍ୱର ତାଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କଲେ; ତଥାପି ବିଦେଶୀୟା ସ୍ତ୍ରୀମାନେ ତାଙ୍କୁ ହିଁ ପାପ କରାଇଲେ। BSB BSB: Did not King Solomon of Israel sin in matters like this? There was not a king like him among many nations, and he was loved by his God, who made him king over all Israel—yet foreign women drew him into sin.
27 ULB ତେବେ ବିଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିବା ଦ୍ୱାରା ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଏହିସବୁ ମହାପାପ କରିବାକୁ କି ଆମ୍ଭେମାନେ ତୁମ୍ଭମାନଙ୍କ କଥା ଶୁଣିବୁ? BSB BSB: Must we now hear that you too are doing all this terrible evil and acting unfaithfully against our God by marrying foreign women?”
29 ULB ହେ ମୋହର ପରମେଶ୍ୱର, ସେମାନଙ୍କୁ ସ୍ମରଣ କର, ଯେହେତୁ ସେମାନେ ଯାଜକ-ପଦକୁ, ଆଉ ଯାଜକ-ପଦର ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଅଛନ୍ତି। BSB BSB: Remember them, O my God, because they have defiled the priesthood and the covenant of the priesthood and of the Levites.
30 ULB ଏହିରୂପେ ମୁଁ ସେମାନଙ୍କୁ ବିଦେଶୀୟ ସମସ୍ତଙ୍କଠାରୁ ପରିଷ୍କାର କଲି ଓ ପ୍ରତ୍ୟେକର କାର୍ଯ୍ୟାନୁସାରେ ଯାଜକମାନଙ୍କର ଓ ଲେବୀୟମାନଙ୍କର କାର୍ଯ୍ୟ ନିରୂପଣ କଲି; BSB BSB: Thus I purified the priests and Levites from everything foreign, and I assigned specific duties to each of the priests and Levites.
31 ULB ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋହର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର। BSB BSB: I also arranged for contributions of wood at the appointed times, and for the firstfruits. Remember me, O my God, with favor.
Select verses for actions: Enter goes to them and Escape comes back.