1 ULB ସେହି ମାସର ଚବିଶତମ ଦିନରେ ଇସ୍ରାଏଲ ସନ୍ତାନଗଣ ଏକତ୍ରିତ ହୋଇ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ମସ୍ତକ ଉପରେ ମାଟି ଦେଲେ। BSB BSB: On the twenty-fourth day of the same month, the Israelites gathered together, fasting and wearing sackcloth, with dust on their heads.
2 ULB ଆଉ, ଇସ୍ରାଏଲ-ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ୍ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପୂର୍ବପୁରୁଷଗଣଙ୍କ ଅପରାଧ ସ୍ୱୀକାର କଲେ। BSB BSB: Those of Israelite descent separated themselves from all the foreigners, and they stood and confessed their sins and the iniquities of their fathers.
3 ULB ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ। BSB BSB: While they stood in their places, they read from the Book of the Law of the LORD their God for a quarter of the day, and they spent another quarter of the day in confession and worship of the LORD their God.
4 ULB ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ। BSB BSB: And the Levites—Jeshua, Bani, Kadmiel, Shebaniah, Bunni, Sherebiah, Bani, and Chenani—stood on the raised platform and cried out in a loud voice to the LORD their God.
5 ULB ଯେଶୂୟ ଓ କଦ୍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦି କାଳରୁ ଅନନ୍ତ କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ। BSB BSB: Then the Levites—Jeshua, Kadmiel, Bani, Hashabneiah, Sherebiah, Hodiah, Shebaniah, and Pethahiah—said, “Stand up and bless the LORD your God from everlasting to everlasting: Blessed be Your glorious name, and may it be exalted above all blessing and praise.
6 ULB କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି। BSB BSB: You alone are the LORD. You created the heavens, the highest heavens with all their host, the earth and all that is on it, the seas and all that is in them. You give life to all things, and the host of heaven worships You.
7 ULB ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମକୁ ମନୋନୀତ କଲ ଓ କଲ୍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ; BSB BSB: You are the LORD, the God who chose Abram, who brought him out of Ur of the Chaldeans and gave him the name Abraham.
8 ULB ତୁମ୍ଭେ ଆପଣା ସାକ୍ଷାତରେ ତାହାର ଅନ୍ତଃକରଣ ବିଶ୍ୱସ୍ତ ଦେଖିଲ, ପୁଣି କିଣାନୀୟ, ହିତ୍ତୀୟ, ଇମୋରୀୟ ଓ ପରିଷୀୟ ଓ ଯିବୂଷୀୟ ଓ ଗିର୍ଗାଶୀୟ ଲୋକମାନଙ୍କ ଦେଶ ଦେବାକୁ, ଅର୍ଥାତ୍, ତାହାର ବଂଶକୁ ଦେବା ପାଇଁ ତାହା ସଙ୍ଗେ ନିୟମ କଲ, ପୁଣି ଆପଣା ବାକ୍ୟ ସଫଳ କରିଅଛ; କାରଣ ତୁମ୍ଭେ ଧର୍ମମୟ। BSB BSB: You found his heart faithful before You, and made a covenant with him to give the land of the Canaanites and Hittites, of the Amorites and Perizzites, of the Jebusites and Girgashites—to give it to his descendants. You have kept Your promise, because You are righteous.
9 ULB ଏଥିଉତ୍ତାରେ ତୁମ୍ଭେ ମିସର ଦେଶରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ; BSB BSB: You saw the affliction of our fathers in Egypt; You heard their cry at the Red Sea.
10 ULB ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମ ପ୍ରକାଶ କଲ; କାରଣ ମିସ୍ରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ। BSB BSB: You performed signs and wonders against Pharaoh, all his officials, and all the people of his land, for You knew they had acted with arrogance against our fathers. You made a name for Yourself that endures to this day.
11 ULB ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ। BSB BSB: You divided the sea before them, and they crossed through it on dry ground. You hurled their pursuers into the depths like a stone into raging waters.
12 ULB ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ୱାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ସେମାନଙ୍କୁ ଗମନ କରାଇଲ। BSB BSB: You led them with a pillar of cloud by day and a pillar of fire by night, to light for them the way in which they should travel.
13 ULB ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ; BSB BSB: You came down on Mount Sinai and spoke with them from heaven. You gave them just ordinances, true laws, and good statutes and commandments.
14 ULB ଆଉ, ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ ଓ ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ଆଦେଶ କଲ; BSB BSB: You revealed to them Your holy Sabbath and gave them commandments and statutes and laws through Your servant Moses.
15 ULB ପୁଣି, ସେମାନଙ୍କ କ୍ଷୁଧା ନିବାରଣାର୍ଥେ ସେମାନଙ୍କୁ ସ୍ୱର୍ଗରୁ ଭକ୍ଷ୍ୟ ଦେଲ ଓ ସେମାନଙ୍କ ତୃଷା ନିବାରଣାର୍ଥେ ଶୈଳରୁ ଜଳ ନିର୍ଗତ କଲେ, ଆଉ ତୁମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ହସ୍ତ ଉଠାଇଥିଲ, ସେହି ଦେଶ ଅଧିକାରାର୍ଥେ ତହିଁ ମଧ୍ୟରେ ପ୍ରବେଶ କରିବାକୁ ଆଜ୍ଞା କଲେ। BSB BSB: In their hunger You gave them bread from heaven; in their thirst You brought them water from the rock. You told them to go in and possess the land that You had sworn to give them.
16 ULB ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, BSB BSB: But they and our fathers became arrogant and stiff-necked and did not obey Your commandments.
17 ULB ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟ କର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ। BSB BSB: They refused to listen and failed to remember the wonders You performed among them. They stiffened their necks and appointed a leader to return them to their bondage in Egypt. But You are a forgiving God, gracious and compassionate, slow to anger and rich in loving devotion, and You did not forsake them.
18 ULB ହଁ, ଏପରିକି ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କରି କହିଲେ, “ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି,” ଏହା କହି ପ୍ରଭୁଙ୍କୁ ମହା ଅପମାନ କଲେ; BSB BSB: Even when they cast for themselves an image of a calf and said, ‘This is your God who brought you up out of Egypt,’ and when they committed terrible blasphemies,
19 ULB ସେତେବେଳେ ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ; ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ, କିଅବା ସେମାନଙ୍କୁ ଆଲୁଅ ଓ ଗନ୍ତବ୍ୟ ପଥ ଦେଖାଇବା ନିମନ୍ତେ ରାତ୍ରିରେ ଅଗ୍ନିସ୍ତମ୍ଭ ସେମାନଙ୍କ ଆଗରୁ ପ୍ରସ୍ଥାନ କଲା ନାହିଁ। BSB BSB: You in Your great compassion did not forsake them in the wilderness. By day the pillar of cloud never turned away from guiding them on their path; and by the night the pillar of fire illuminated the way they should go.
20 ULB ଆହୁରି, ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ ଓ ସେମାନଙ୍କ ମୁଖରୁ ଆପଣା ମାନ୍ନା ଅଟକାଇଲ ନାହିଁ ଓ ସେମାନଙ୍କ ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ। BSB BSB: You gave Your good Spirit to instruct them. You did not withhold Your manna from their mouths, and You gave them water for their thirst.
21 ULB ତୁମ୍ଭେ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେମାନଙ୍କୁ ପ୍ରତିପାଳନ କଲ, ସେମାନଙ୍କର କିଛି ଅଭାବ ହେଲା ନାହିଁ; ସେମାନଙ୍କ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସେମାନଙ୍କ ପାଦ ଫୁଲିଲା ନାହିଁ। BSB BSB: For forty years You sustained them in the wilderness, so that they lacked nothing. Their clothes did not wear out and their feet did not swell.
22 ULB ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍, ହିଷ୍ବୋନ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ। BSB BSB: You gave them kingdoms and peoples and allotted to them every corner of the land. So they took the land of Sihon king of Heshbon and of Og king of Bashan.
23 ULB ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ। BSB BSB: You multiplied their descendants like the stars of heaven and brought them to the land You had told their fathers to enter and possess.
24 ULB ଏହି ରୂପେ ସେହି ସନ୍ତାନଗଣ ଦେଶରେ ପ୍ରବେଶ କରି ଅଧିକାର କଲେ, ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ ଓ ସେମାନେ ଯେପରି ଆପଣା ଇଚ୍ଛାମତ ବ୍ୟବହାର କରିବେ, ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜାଗଣକୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସେମାନଙ୍କ ହସ୍ତରେ ସମର୍ପଣ କଲ। BSB BSB: So their descendants went in and possessed the land; You subdued before them the Canaanites dwelling in the land. You delivered into their hands the kings and peoples of the land, to do with them as they wished.
25 ULB ତହିଁରେ ସେମାନେ ପ୍ରାଚୀରବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ। BSB BSB: They captured fortified cities and fertile land and took houses full of all goods, wells already dug, vineyards, olive groves, and fruit trees in abundance. So they ate and were filled; they grew fat and delighted in Your great goodness.
26 ULB ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ। BSB BSB: But they were disobedient and rebelled against You; they flung Your law behind their backs. They killed Your prophets, who had admonished them to return to You. They committed terrible blasphemies.
27 ULB ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ। BSB BSB: So You delivered them into the hands of enemies who oppressed them, and in their time of distress they cried out to You. From heaven You heard them, and in Your great compassion You gave them deliverers who saved them from the hands of their enemies.
28 ULB ମାତ୍ର ସେମାନେ ବିଶ୍ରାମ ପାଇଲା ଉତ୍ତାରେ ପୁନର୍ବାର ତୁମ୍ଭ ଦୃଷ୍ଟିରେ କୁକର୍ମ କଲେ; ଏହେତୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣ ହସ୍ତରେ ସମର୍ପଣ କଲ, ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ, ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଅନେକ ଥର ତୁମ୍ଭେ ଆପଣା ଦୟାନୁସାରେ ସେମାନଙ୍କୁ ଉଦ୍ଧାର କଲ। BSB BSB: But as soon as they had rest, they again did evil in Your sight. So You abandoned them to the hands of their enemies, who had dominion over them. When they cried out to You again, You heard from heaven, and You delivered them many times in Your compassion.
29 ULB ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ। BSB BSB: You admonished them to turn back to Your law, but they were arrogant and disobeyed Your commandments. They sinned against Your ordinances, by which a man will live if he practices them. They turned a stubborn shoulder; they stiffened their necks and would not obey.
30 ULB ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ। BSB BSB: You were patient with them for many years, and Your Spirit admonished them through Your prophets. Yet they would not listen, so You gave them into the hands of the neighboring peoples.
31 ULB ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ। BSB BSB: But in Your great compassion, You did not put an end to them; nor did You forsake them, for You are a gracious and compassionate God.
32 ULB ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ। BSB BSB: So now, our God, the great and mighty and awesome God who keeps His gracious covenant, do not view lightly all the hardship that has come upon us, and upon our kings and leaders, our priests and prophets, our ancestors and all Your people, from the days of the kings of Assyria until today.
33 ULB ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ। BSB BSB: You are just in all that has befallen us, because You have acted faithfully, while we have acted wickedly.
34 ULB ପୁଣି, ଆମ୍ଭମାନଙ୍କ ରାଜାଗଣ, ଆମ୍ଭମାନଙ୍କ ଅଧିପତିଗଣ, ଆମ୍ଭମାନଙ୍କ ଯାଜକଗଣ ଅବା ଆମ୍ଭମାନଙ୍କ ପିତୃଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି, କିଅବା ତୁମ୍ଭେ ଆପଣାର ଯେଉଁ ଆଜ୍ଞା ଓ ସାକ୍ଷ୍ୟ ଦ୍ୱାରା ସେମାନଙ୍କୁ ଚେତାବନୀ ଦେଲ, ତହିଁରେ କର୍ଣ୍ଣପାତ କରି ନାହାନ୍ତି। BSB BSB: Our kings and leaders and priests and fathers did not obey Your law or listen to Your commandments and warnings that You gave them.
35 ULB ଯେଣୁ ସେମାନେ ଆପଣାମାନଙ୍କ ରାଜ୍ୟରେ, ସେମାନଙ୍କୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳରେ ଓ ସେମାନଙ୍କ ସମ୍ମୁଖରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶରେ ତୁମ୍ଭର ସେବା କରି ନାହାନ୍ତି, କିଅବା ଆପଣା ଆପଣା ଦୁଷ୍କର୍ମରୁ ଫେରି ନାହାନ୍ତି। BSB BSB: For even while they were in their kingdom, with the abundant goodness that You had given them, and in the spacious and fertile land that You had set before them, they would not serve You or turn from their wicked ways.
36 ULB ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ! ପୁଣି ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ। BSB BSB: So here we are today as slaves in the land You gave our fathers to enjoy its fruit and goodness—here we are as slaves!
37 ULB ଆଉ, ଆମ୍ଭମାନଙ୍କ ପାପ ହେତୁରୁ ତୁମ୍ଭେ ଯେଉଁ ରାଜାଗଣକୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନେ ସେହି ଦେଶର ପ୍ରଚୁର ଫଳ ଉତ୍ପନ୍ନ କରି ଭୋଗ କରୁଅଛନ୍ତି; ମଧ୍ୟ ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ୱେଚ୍ଛାମତ କ୍ଷମତା ଅଛି, ଆଉ ଆମ୍ଭେମାନେ ମହାକ୍ଳେଶରେ ଅଛୁ; BSB BSB: Its abundant harvest goes to the kings You have set over us because of our sins. And they rule over our bodies and our livestock as they please. We are in great distress.
38 ULB ଏସବୁ ଘଟିଲେ ହେଁ ଆମ୍ଭେମାନେ ଏକ ନିଶ୍ଚିତ ନିୟମ କରି ତାହା ଲେଖୁଅଛୁ; ଆଉ, ଆମ୍ଭମାନଙ୍କ ଅଧିପତିମାନେ, ଆମ୍ଭମାନଙ୍କ ଲେବୀୟମାନେ ଓ ଆମ୍ଭମାନଙ୍କ ଯାଜକମାନେ ତାହା ମୋହରାଙ୍କିତ କରୁଅଛନ୍ତି। BSB BSB: In view of all this, we make a binding agreement, putting it in writing and sealing it with the names of our leaders, Levites, and priests.”
Select verses for actions: Enter goes to them and Escape comes back.