1 ULB ମୋଶା ଏକ କୂଶୀୟା ସ୍ତ୍ରୀକୁୁ ବିବାହ କରିଥିଲେ, ଏଣୁ ମରୀୟମ ଓ ହାରୋଣ ସେହି କୂଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ। BSB BSB: Then Miriam and Aaron criticized Moses because of the Cushite woman he had married, for he had taken a Cushite wife.
2 ULB ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ। BSB BSB: “Does the LORD speak only through Moses?” they said. “Does He not also speak through us?” And the LORD heard this.
3 ULB ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ। BSB BSB: Now Moses was a very humble man, more so than any man on the face of the earth.
4 ULB ଏଥିଉତ୍ତାରେ ସଦାପ୍ରଭୁ ଅକସ୍ମାତ୍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀୟମକୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ” ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ; BSB BSB: And suddenly the LORD said to Moses, Aaron, and Miriam, “You three, come out to the Tent of Meeting.” So the three went out,
5 ULB ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ବୁ ଦ୍ୱାରରେ ଛିଡ଼ା ହୋଇ ହାରୋଣ ଓ ମରୀୟମଙ୍କୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ। BSB BSB: and the LORD came down in a pillar of cloud, stood at the entrance to the Tent, and summoned Aaron and Miriam. When both of them had stepped forward,
6 ULB ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା। BSB BSB: He said, “Hear now My words: If there is a prophet among you, I, the LORD, will reveal Myself to him in a vision; I will speak to him in a dream.
7 ULB ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ। BSB BSB: But this is not so with My servant Moses; he is faithful in all My house.
8 ULB ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?” BSB BSB: I speak with him face to face, clearly and not in riddles; he sees the form of the LORD. Why then were you unafraid to speak against My servant Moses?”
9 ULB ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ। BSB BSB: So the anger of the LORD burned against them, and He departed.
10 ULB ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ। BSB BSB: As the cloud lifted from above the Tent, suddenly Miriam became leprous, white as snow. Aaron turned toward her, saw that she was leprous,
11 ULB ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।” BSB BSB: and said to Moses, “My lord, please do not hold against us this sin we have so foolishly committed.
12 ULB ମାତାର ଗର୍ଭରୁ ନିର୍ଗତ ହେଲା ସମୟରେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ନ ହେଉ। BSB BSB: Please do not let her be like a stillborn infant whose flesh is half consumed when he comes out of his mother’s womb.”
13 ULB ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।” BSB BSB: So Moses cried out to the LORD, “O God, please heal her!”
14 ULB ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯଦି ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥା’ନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ।” BSB BSB: But the LORD answered Moses, “If her father had but spit in her face, would she not have been in disgrace for seven days? Let her be confined outside the camp for seven days; after that she may be brought back in.”
15 ULB ତହୁଁ ମରୀୟମ ସାତ ଦିନ ଛାଉଣିର ବାହାରେ ରୁଦ୍ଧା ହେଲା, ଆଉ ମରୀୟମ ପୁନର୍ବାର ଭିତରକୁ ଅଣା ନ ଯିବାଯାଏ ଲୋକମାନେ ଯାତ୍ରା କଲେ ନାହିଁ। BSB BSB: So Miriam was confined outside the camp for seven days, and the people did not move on until she was brought in again.
16 ULB ତହିଁ ଉତ୍ତାରେ ଲୋକମାନେ ହତ୍ସେରୋତଠାରୁ ଯାତ୍ରା କରି ପାରଣ ପର୍ବତରେ ଛାଉଣି ସ୍ଥାପନ କଲେ। BSB BSB: After that, the people set out from Hazeroth and camped in the Wilderness of Paran.
Select verses for actions: Enter goes to them and Escape comes back.