1 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: And the LORD said to Moses,
2 ULB “ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।” BSB BSB: “Send out for yourself men to spy out the land of Canaan, which I am giving to the Israelites. From each of their fathers’ tribes send one man who is a leader among them.”
3 ULB ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ ସନ୍ତାନଗଣର ପ୍ରଧାନ ଥିଲେ। BSB BSB: So at the command of the LORD, Moses sent them out from the Wilderness of Paran. All the men were leaders of the Israelites,
4 ULB ସେମାନଙ୍କର ନାମ ଏହି-ରୁବେନ୍ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ; BSB BSB: and these were their names: From the tribe of Reuben, Shammua son of Zaccur;
5 ULB ଶିମୀୟୋନ ବଂଶ ମଧ୍ୟରୁ ହୋରିର ପୁତ୍ର ଶାଫଟ; BSB BSB: from the tribe of Simeon, Shaphat son of Hori;
6 ULB ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ; BSB BSB: from the tribe of Judah, Caleb son of Jephunneh;
7 ULB ଇଷାଖର ବଂଶ ମଧ୍ୟରୁ ଯୋଷେଫର ପୁତ୍ର ଯିଗାଲ; BSB BSB: from the tribe of Issachar, Igal son of Joseph;
8 ULB ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ; BSB BSB: from the tribe of Ephraim, Hoshea son of Nun;
9 ULB ବିନ୍ୟାମୀନ୍ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍ଟି; BSB BSB: from the tribe of Benjamin, Palti son of Raphu;
10 ULB ସବୂଲୂନ ବଂଶ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ; BSB BSB: from the tribe of Zebulun, Gaddiel son of Sodi;
11 ULB ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି; BSB BSB: from the tribe of Manasseh (a tribe of Joseph), Gaddi son of Susi;
12 ULB ଦାନ୍ ବଂଶ ମଧ୍ୟରୁ ଗମଲ୍ଲୀର ପୁତ୍ର ଅମ୍ମୀୟେଲ; BSB BSB: from the tribe of Dan, Ammiel son of Gemalli;
13 ULB ଆଶେର ବଂଶ ମଧ୍ୟରୁ ମୀଖାୟେଲର ପୁତ୍ର ସଥୁର; BSB BSB: from the tribe of Asher, Sethur son of Michael;
14 ULB ନପ୍ତାଲି ବଂଶ ମଧ୍ୟରୁ ବପ୍ସିର ପୁତ୍ର ନହବି; BSB BSB: from the tribe of Naphtali, Nahbi son of Vophsi;
15 ULB ଗାଦ୍ ବଂଶ ମଧ୍ୟରୁ ମାଖିର ପୁତ୍ର ଗୂୟେଲ। BSB BSB: and from the tribe of Gad, Geuel son of Machi.
16 ULB ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ। BSB BSB: These were the names of the men Moses sent to spy out the land; and Moses gave to Hoshea son of Nun the name Joshua.
17 ULB ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, “ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର; BSB BSB: When Moses sent them to spy out the land of Canaan, he told them, “Go up through the Negev and into the hill country.
18 ULB ପୁଣି, ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ; BSB BSB: See what the land is like and whether its people are strong or weak, few or many.
19 ULB ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି; BSB BSB: Is the land where they live good or bad? Are the cities where they dwell open camps or fortifications?
20 ULB ପୁଣି, ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ। ସେହି ସମୟରେ ପ୍ରଥମ ପକ୍ୱ ଦ୍ରାକ୍ଷାଫଳର ସମୟ ଥିଲା। BSB BSB: Is the soil fertile or unproductive? Are there trees in it or not? Be courageous and bring back some of the fruit of the land.” (It was the season for the first ripe grapes.)
21 ULB ଏଣୁ ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ। BSB BSB: So they went up and spied out the land from the Wilderness of Zin as far as Rehob, toward Lebo-hamath.
22 ULB ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା। BSB BSB: They went up through the Negev and came to Hebron, where Ahiman, Sheshai, and Talmai, the descendants of Anak, dwelled. It had been built seven years before Zoan in Egypt.
23 ULB ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ। BSB BSB: When they came to the Valley of Eshcol, they cut down a branch with a single cluster of grapes, which they carried on a pole between two men. They also took some pomegranates and figs.
24 ULB ଇସ୍ରାଏଲ ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା। BSB BSB: Because of the cluster of grapes the Israelites cut there, that place was called the Valley of Eshcol.
25 ULB ଆଉ ଚାଳିଶ ଦିନ ଉତ୍ତାରେ ସେମାନେ ଦେଶ ଅନୁସନ୍ଧାନ କରି ଫେରି ଆସିଲେ। BSB BSB: After forty days the men returned from spying out the land,
27 ULB ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ। BSB BSB: And they gave this account to Moses: “We went into the land to which you sent us, and indeed, it is flowing with milk and honey. Here is some of its fruit!
28 ULB ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ। BSB BSB: Nevertheless, the people living in the land are strong, and the cities are large and fortified. We even saw the descendants of Anak there.
29 ULB ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।” BSB BSB: The Amalekites live in the land of the Negev; the Hittites, Jebusites, and Amorites live in the hill country; and the Canaanites live by the sea and along the Jordan.”
30 ULB ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।” BSB BSB: Then Caleb quieted the people before Moses and said, “We must go up and take possession of the land, for we can certainly conquer it!”
31 ULB ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ।” BSB BSB: But the men who had gone up with him replied, “We cannot go up against the people, for they are stronger than we are!”
32 ULB ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା। BSB BSB: So they gave the Israelites a bad report about the land that they had spied out: “The land we explored devours its inhabitants, and all the people we saw there are great in stature.
33 ULB ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।” BSB BSB: We even saw the Nephilim there—the descendants of Anak that come from the Nephilim! We seemed like grasshoppers in our own sight, and we must have seemed the same to them!”
Select verses for actions: Enter goes to them and Escape comes back.