1 ULB ଏଥିରେ ସମସ୍ତ ମଣ୍ଡଳୀ ଉଚ୍ଚସ୍ୱରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ। BSB BSB: Then the whole congregation lifted up their voices and cried out, and that night the people wept.
2 ULB ପୁଣି, ଇସ୍ରାଏଲ ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥା’ନ୍ତୁ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥା’ନ୍ତୁ! BSB BSB: All the Israelites grumbled against Moses and Aaron, and the whole congregation said to them, “If only we had died in the land of Egypt, or if only we had died in this wilderness!
3 ULB ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି? ଯଦ୍ଦ୍ଵାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରି ଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ?” BSB BSB: Why is the LORD bringing us into this land to fall by the sword? Our wives and children will become plunder. Would it not be better for us to go back to Egypt?”
4 ULB ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରି ଯାଉ।” BSB BSB: So they said to one another, “Let us appoint a leader and return to Egypt.”
5 ULB ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ। BSB BSB: Then Moses and Aaron fell facedown before the whole assembly of the congregation of Israel.
6 ULB ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ; BSB BSB: Joshua son of Nun and Caleb son of Jephunneh, who were among those who had spied out the land, tore their clothes
7 ULB ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ।” BSB BSB: and said to the whole congregation of Israel, “The land we passed through and explored is an exceedingly good land.
8 ULB ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ। BSB BSB: If the LORD delights in us, He will bring us into this land, a land flowing with milk and honey, and He will give it to us.
9 ULB କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ। BSB BSB: Only do not rebel against the LORD, and do not be afraid of the people of the land, for they will be like bread for us. Their protection has been removed, and the LORD is with us. Do not be afraid of them!”
10 ULB ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା। BSB BSB: But the whole congregation threatened to stone Joshua and Caleb. Then the glory of the LORD appeared to all the Israelites at the Tent of Meeting.
11 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ? BSB BSB: And the LORD said to Moses, “How long will this people treat Me with contempt? How long will they refuse to believe in Me, despite all the signs I have performed among them?
12 ULB ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା। BSB BSB: I will strike them with a plague and destroy them—and I will make you into a nation greater and mightier than they are.”
13 ULB ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସ୍ରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ। BSB BSB: But Moses said to the LORD, “The Egyptians will hear of it, for by Your strength You brought this people from among them.
14 ULB ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନି ସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ। BSB BSB: And they will tell it to the inhabitants of this land. They have already heard that You, O LORD, are in the midst of this people, that You, O LORD, have been seen face to face, that Your cloud stands over them, and that You go before them in a pillar of cloud by day and a pillar of fire by night.
15 ULB ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ, BSB BSB: If You kill this people as one man, the nations who have heard of Your fame will say,
16 ULB ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି। BSB BSB: ‘Because the LORD was unable to bring this people into the land He swore to give them, He has slaughtered them in the wilderness.’
17 ULB ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ୍ ହେଉ, ଯେପରି ତୁମ୍ଭେ କହିଅଛ, BSB BSB: So now I pray, may the power of my Lord be magnified, just as You have declared:
18 ULB ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞା-ଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା। BSB BSB: ‘The LORD is slow to anger and abounding in loving devotion, forgiving iniquity and transgression. Yet He will by no means leave the guilty unpunished; He will visit the iniquity of the fathers upon their children to the third and fourth generation.’
19 ULB ବିନୟ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ୱ ଅନୁସାରେ ଓ ତୁମ୍ଭେ ଏହି ଲୋକମାନଙ୍କୁ ମିସରଠାରୁ ଏପର୍ଯ୍ୟନ୍ତ ଯେପରି କ୍ଷମା କରିଅଛ, ତଦନୁସାରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର। BSB BSB: Pardon, I pray, the iniquity of this people, in keeping with the greatness of Your loving devotion, just as You have forgiven them ever since they left Egypt.”
20 ULB ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭର ଅନୁରୋଧନୁସାରେ ସେମାନଙ୍କୁ କ୍ଷମା କଲୁ। BSB BSB: “I have pardoned them as you requested,” the LORD replied.
21 ULB ମାତ୍ର ଯଦି ଆମ୍ଭେ ଜୀବିତ ହେଉ, ଆଉ ଯଦି ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ, BSB BSB: “Yet as surely as I live and as surely as the whole earth is filled with the glory of the LORD,
22 ULB ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି, BSB BSB: not one of the men who have seen My glory and the signs I performed in Egypt and in the wilderness—yet have tested Me and disobeyed Me these ten times—
23 ULB ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ; BSB BSB: not one will ever see the land that I swore to give their fathers. None of those who have treated Me with contempt will see it.
24 ULB ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ। BSB BSB: But because My servant Caleb has a different spirit and has followed Me wholeheartedly, I will bring him into the land he has entered, and his descendants will inherit it.
25 ULB ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ ସାଗରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର।” BSB BSB: Now since the Amalekites and Canaanites are living in the valleys, turn back tomorrow and head for the wilderness along the route to the Red Sea.”
26 ULB ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ, BSB BSB: Then the LORD said to Moses and Aaron,
27 ULB “ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ। BSB BSB: “How long will this wicked congregation grumble against Me? I have heard the complaints that the Israelites are making against Me.
28 ULB ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯଦି ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା। BSB BSB: So tell them: As surely as I live, declares the LORD, I will do to you exactly as I heard you say.
29 ULB ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ, BSB BSB: Your bodies will fall in this wilderness—all who were numbered in the census, everyone twenty years of age or older—because you have grumbled against Me.
30 ULB ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ପ୍ରତିଜ୍ଞା କରିଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟଙ୍କ ବ୍ୟତୀତ ତୁମ୍ଭେମାନେ କେହି ପ୍ରବେଶ କରିବ ନାହିଁ। BSB BSB: Surely none of you will enter the land in which I swore to settle you, except Caleb son of Jephunneh and Joshua son of Nun.
31 ULB ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣଙ୍କ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ। BSB BSB: But I will bring your children, whom you said would become plunder, into the land you have rejected—and they will enjoy it.
32 ULB ମାତ୍ର ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ। BSB BSB: As for you, however, your bodies will fall in this wilderness.
33 ULB ପୁଣି, ତୁମ୍ଭମାନଙ୍କ ସନ୍ତାନଗଣଙ୍କ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ। BSB BSB: Your children will be shepherds in the wilderness for forty years, and they will suffer for your unfaithfulness until the last of your bodies lies in the wilderness.
34 ULB ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ। BSB BSB: In keeping with the forty days you spied out the land, you shall bear your guilt forty years—a year for each day—and you will experience My alienation.
35 ULB ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଆମ୍ଭ ବିରୁଦ୍ଧରେ ଯେଉଁ ଦୁଷ୍ଟ ମଣ୍ଡଳୀ ଏକତ୍ରିତ ହୋଇଅଛି, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ପୁଣି, ସେମାନେ ଏହି ପ୍ରାନ୍ତରରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।” BSB BSB: I, the LORD, have spoken, and I will surely do these things to this entire wicked congregation, which has conspired against Me. They will meet their end in the wilderness, and there they will die.”
36 ULB ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରି ଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ, BSB BSB: So the men Moses had sent to spy out the land, who had returned and made the whole congregation grumble against him by bringing out a bad report about the land—
37 ULB ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ। BSB BSB: those men who had brought out the bad report about the land—were struck down by a plague before the LORD.
38 ULB ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ। BSB BSB: Of those men who had gone to spy out the land, only Joshua son of Nun and Caleb son of Jephunneh remained alive.
39 ULB ଆଉ ମୋଶା ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ; ତହିଁରେ ଲୋକମାନେ ଅତିଶୟ ବିଳାପ କଲେ। BSB BSB: And when Moses relayed these words to all the Israelites, the people mourned bitterly.
40 ULB ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ, ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।” BSB BSB: Early the next morning they got up and went up toward the ridge of the hill country. “We have indeed sinned,” they said, “but we will go to the place the LORD has promised.”
41 ULB ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞା-ଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ। BSB BSB: But Moses said, “Why are you transgressing the commandment of the LORD? This will not succeed!
42 ULB କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ। BSB BSB: Do not go up, lest you be struck down by your enemies, because the LORD is not among you.
43 ULB ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।” BSB BSB: For there the Amalekites and Canaanites will face you, and you will fall by the sword. Because you have turned away from the LORD, He will not be with you.”
44 ULB ତଥାପି ସେମାନେ ପର୍ବତଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ। BSB BSB: But they dared to go up to the ridge of the hill country, though neither Moses nor the ark of the covenant of the LORD moved from the camp.
45 ULB ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ। BSB BSB: Then the Amalekites and Canaanites who lived in that part of the hill country came down, attacked them, and routed them all the way to Hormah.
Select verses for actions: Enter goes to them and Escape comes back.