1 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: And the LORD said to Moses,
2 ULB “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ। BSB BSB: “Speak to the Israelites and take from them twelve staffs, one from the leader of each tribe. Write each man’s name on his staff,
3 ULB ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ। BSB BSB: and write Aaron’s name on the staff of Levi, because there must be one staff for the head of each tribe.
4 ULB ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହିସବୁ ରଖିବ। BSB BSB: Place the staffs in the Tent of Meeting in front of the Testimony, where I meet with you.
5 ULB ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।” BSB BSB: The staff belonging to the man I choose will sprout, and I will rid Myself of the constant grumbling of the Israelites against you.”
6 ULB ଏଥିରେ ମୋଶା ଇସ୍ରାଏଲ ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ତାଙ୍କୁ ଦେଲେ; ପୁଣି, ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା। BSB BSB: So Moses spoke to the Israelites, and each of their leaders gave him a staff—one for each of the leaders of their tribes, twelve staffs in all. And Aaron’s staff was among them.
7 ULB ତହୁଁ ମୋଶା ସାକ୍ଷ୍ୟତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ। BSB BSB: Then Moses placed the staffs before the LORD in the Tent of the Testimony.
8 ULB ଏଥିଉତ୍ତାରେ ଆର ଦିନ ମୋଶା ସାକ୍ଷ୍ୟତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା। BSB BSB: The next day Moses entered the Tent of the Testimony and saw that Aaron’s staff, representing the house of Levi, had sprouted, put forth buds, blossomed, and produced almonds.
9 ULB ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି, ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ। BSB BSB: Then Moses brought out all the staffs from the LORD’s presence to all the Israelites. They saw them, and each man took his own staff.
10 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ୱରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ-ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ।” BSB BSB: The LORD said to Moses, “Put Aaron’s staff back in front of the Testimony, to be kept as a sign for the rebellious, so that you may put an end to their grumbling against Me, lest they die.”
11 ULB ମୋଶା ସେରୂପ କଲେ; ସଦାପ୍ରଭୁ ତାଙ୍କୁ ଯେପରି ଆଜ୍ଞା ଦେଲେ, ସେ ସେହିପରି କଲେ। BSB BSB: So Moses did as the LORD had commanded him.
12 ULB ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭମାନଙ୍କର ପ୍ରାଣ ଯାଉଛି, ଆମ୍ଭେମାନେ ଉଚ୍ଛିନ୍ନ ହେଉ, ଆମ୍ଭେ ସମସ୍ତେ ଉଚ୍ଛିନ୍ନ ହେଉ। BSB BSB: Then the Israelites declared to Moses, “Look, we are perishing! We are lost; we are all lost!
13 ULB ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବା?” BSB BSB: Anyone who comes near the tabernacle of the LORD will die. Are we all going to perish?”
Select verses for actions: Enter goes to them and Escape comes back.