1 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ, BSB BSB: Then the LORD said to Moses and Aaron,
2 ULB “ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ। BSB BSB: “This is the statute of the law that the LORD has commanded: Instruct the Israelites to bring you an unblemished red heifer that has no defect and has never been placed under a yoke.
3 ULB ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ। BSB BSB: Give it to Eleazar the priest, and he will have it brought outside the camp and slaughtered in his presence.
4 ULB ତହିଁରେ ଇଲୀୟାସର ଯାଜକ ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତରୁ ନେଇ ସମାଗମ-ତମ୍ବୁ ସମ୍ମୁଖରେ ସାତ ଥର ତାହାର ରକ୍ତ ସେଚନ କରିବ। BSB BSB: Eleazar the priest is to take some of its blood on his finger and sprinkle it seven times toward the front of the Tent of Meeting.
5 ULB ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ। BSB BSB: Then the heifer must be burned in his sight. Its hide, its flesh, and its blood are to be burned, along with its dung.
6 ULB ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂରବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ। BSB BSB: The priest is to take cedar wood, hyssop, and scarlet wool and throw them onto the burning heifer.
7 ULB ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକୁ ଆସିବ, ପୁଣି, ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। BSB BSB: Then the priest must wash his clothes and bathe his body in water; after that he may enter the camp, but he will be ceremonially unclean until evening.
8 ULB ଆଉ ଯେଉଁ ଲୋକ ସେହି ଗାଭୀକୁ ଦଗ୍ଧ କରିବ, ସେ ଜଳରେ ଆପଣା ବସ୍ତ୍ର ଧୋଇବ, ଆପଣା ଶରୀରକୁ ଜଳରେ ସ୍ନାନ କରାଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। BSB BSB: The one who burned the heifer must also wash his clothes and bathe his body in water, and he too will be ceremonially unclean until evening.
9 ULB ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି, ତାହା ଇସ୍ରାଏଲ-ସନ୍ତାନଗଣଙ୍କର ମଣ୍ଡଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ। BSB BSB: Then a man who is ceremonially clean is to gather up the ashes of the heifer and store them in a ceremonially clean place outside the camp. They must be kept by the congregation of Israel for preparing the water of purification; this is for purification from sin.
10 ULB ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ। BSB BSB: The man who has gathered up the ashes of the heifer must also wash his clothes, and he will be ceremonially unclean until evening. This is a permanent statute for the Israelites and for the foreigner residing among them.
11 ULB ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ। BSB BSB: Whoever touches any dead body will be unclean for seven days.
12 ULB ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ। BSB BSB: He must purify himself with the water on the third day and on the seventh day; then he will be clean. But if he does not purify himself on the third and seventh days, he will not be clean.
13 ULB ଯଦି କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୁଚିତା ତାହାଠାରେ ଥାଏ। BSB BSB: Anyone who touches a human corpse and fails to purify himself defiles the tabernacle of the LORD. That person must be cut off from Israel. He remains unclean, because the water of purification has not been sprinkled on him, and his uncleanness is still on him.
14 ULB କୌଣସି ମନୁଷ୍ୟ ତମ୍ବୁ ଭିତରେ ମଲେ, ତହିଁର ବ୍ୟବସ୍ଥା ଏହି; ଯେକେହି ସେହି ତମ୍ବୁକୁ ଆସେ ଓ ସେହି ତମ୍ବୁରେ ଥାଏ, ସେ ସାତ ଦିନ ଅଶୁଚି ହୋଇ ରହିବ। BSB BSB: This is the law when a person dies in a tent: Everyone who enters the tent and everyone already in the tent will be unclean for seven days,
15 ULB ଆଉ ପ୍ରତ୍ୟେକ ମେଲା ପାତ୍ର, ଯହିଁରେ ଢାଙ୍କୁଣି ବନ୍ଧା ନ ଥାଏ, ତାହା ଅଶୁଚି ହେବ। BSB BSB: and any open container without a lid fastened on it is unclean.
16 ULB ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ। BSB BSB: Anyone in the open field who touches someone who has been killed by the sword or has died of natural causes, or anyone who touches a human bone or a grave, will be unclean for seven days.
17 ULB ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ। BSB BSB: For the purification of the unclean person, take some of the ashes of the burnt sin offering, put them in a jar, and pour fresh water over them.
18 ULB ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ ଶାଖା, ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ। BSB BSB: Then a man who is ceremonially clean is to take some hyssop, dip it in the water, and sprinkle the tent, all the furnishings, and the people who were there. He is also to sprinkle the one who touched a bone, a grave, or a person who has died or been slain.
19 ULB ପୁଣି, ସେହି ଶୁଚି ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ଅଶୁଚି ଲୋକ ଉପରେ ତାହା ଛିଞ୍ଚିବ; ତହୁଁ ସେ ସପ୍ତମ ଦିନରେ ଆପଣାକୁ ପରିଷ୍କାର କରିବ ଓ ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ସମୟରେ ଶୁଚି ହେବ। BSB BSB: The man who is ceremonially clean is to sprinkle the unclean person on the third day and on the seventh day. After he purifies the unclean person on the seventh day, the one being cleansed must wash his clothes and bathe in water, and that evening he will be clean.
20 ULB ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି। BSB BSB: But if a person who is unclean does not purify himself, he will be cut off from the assembly, because he has defiled the sanctuary of the LORD. The water of purification has not been sprinkled on him; he is unclean.
21 ULB ଏହା ସେମାନଙ୍କ ପାଳନୀୟ ଅନନ୍ତକାଳୀନ ବିଧି ହେବ; ଆଉ ଯେକେହି ସେହି ଅଶୌଚାର୍ଥକ ଜଳ ସେଚନ କରେ, ସେ ଆପଣା ବସ୍ତ୍ର ଧୋଇବ; ପୁଣି, ଯେକେହି ସେହି ଅଶୌଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହେବ। BSB BSB: This is a permanent statute for the people: The one who sprinkles the water of purification must wash his clothes, and whoever touches the water of purification will be unclean until evening.
22 ULB ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।” BSB BSB: Anything the unclean person touches will become unclean, and anyone who touches it will be unclean until evening.”
Select verses for actions: Enter goes to them and Escape comes back.