1 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ, BSB BSB: Then the LORD said to Moses and Aaron:
2 ULB “ଇସ୍ରାଏଲ ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ୱରୂପ ଧ୍ୱଜା ନିକଟରେ ଛାଉଣି ସ୍ଥାପନ କରିବେ; ସେମାନେ ସମାଗମ-ତମ୍ବୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ। BSB BSB: “The Israelites are to camp around the Tent of Meeting at a distance from it, each man under his standard, with the banners of his family.
3 ULB ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୂଦା-ସନ୍ତାନଗଣର ଅଧିପତି ହେବ; BSB BSB: On the east side, toward the sunrise, the divisions of Judah are to camp under their standard: The leader of the Judahites is Nahshon son of Amminadab,
4 ULB ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ। BSB BSB: and his division numbers 74,600.
5 ULB ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର ସନ୍ତାନଗଣର ଅଧିପତି ହେବ; BSB BSB: The tribe of Issachar will camp next to it. The leader of the Issacharites is Nethanel son of Zuar,
6 ULB ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉବନ ହଜାର ଚାରି ଶହ। BSB BSB: and his division numbers 54,400.
7 ULB ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍ ସବୂଲୂନ ସନ୍ତାନଗଣର ଅଧିପତି ହେବ; BSB BSB: Next will be the tribe of Zebulun. The leader of the Zebulunites is Eliab son of Helon,
8 ULB ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ସତାବନ ହଜାର ଚାରି ଶହ। BSB BSB: and his division numbers 57,400.
9 ULB ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ। ସେମାନେ ପ୍ରଥମେ ଅଗ୍ରସର ହେବେ। BSB BSB: The total number of men in the divisions of the camp of Judah is 186,400; they shall set out first.
10 ULB ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍-ସନ୍ତାନଗଣର ଅଧିପତି ହେବ; BSB BSB: On the south side, the divisions of Reuben are to camp under their standard: The leader of the Reubenites is Elizur son of Shedeur,
11 ULB ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ। BSB BSB: and his division numbers 46,500.
12 ULB ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ ସନ୍ତାନଗଣର ଅଧିପତି ହେବ; BSB BSB: The tribe of Simeon will camp next to it. The leader of the Simeonites is Shelumiel son of Zurishaddai,
13 ULB ତାହାର ଗଣିତ ସୈନ୍ୟ ସଂଖ୍ୟା ଊଣଷଠି ହଜାର ତିନି ଶହ। BSB BSB: and his division numbers 59,300.
14 ULB ତହୁଁ ଗାଦ୍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍ ଗାଦ୍ ସନ୍ତାନଗଣର ଅଧିପତି ହେବ; BSB BSB: Next will be the tribe of Gad. The leader of the Gadites is Eliasaph son of Deuel,
15 ULB ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ। BSB BSB: and his division numbers 45,650.
16 ULB ରୁବେନ୍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ। BSB BSB: The total number of men in the divisions of the camp of Reuben is 151,450; they shall set out second.
17 ULB ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ। BSB BSB: In the middle of the camps, the Tent of Meeting is to travel with the camp of the Levites. They are to set out in the order they encamped, each in his own place under his standard.
18 ULB ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ; BSB BSB: On the west side, the divisions of Ephraim are to camp under their standard: The leader of the Ephraimites is Elishama son of Ammihud,
19 ULB ଆଉ ତାହାର ଗଣିତ ସୈନ୍ୟ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ। BSB BSB: and his division numbers 40,500.
20 ULB ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ; BSB BSB: The tribe of Manasseh will be next to it. The leader of the Manassites is Gamaliel son of Pedahzur,
21 ULB ତାହାର ଗଣିତ ସୈନ୍ୟ ସଂଖ୍ୟା ବତିଶ ହଜାର ଦୁଇ ଶହ। BSB BSB: and his division numbers 32,200.
22 ULB ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ; BSB BSB: Next will be the tribe of Benjamin. The leader of the Benjamites is Abidan son of Gideoni,
23 ULB ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ। BSB BSB: and his division numbers 35,400.
24 ULB ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠ ହଜାର ଏକ ଶହ। ସେମାନେ ତୃତୀୟରେ ଅଗ୍ରସର ହେବେ। BSB BSB: The total number of men in the divisions of the camp of Ephraim is 108,100; they shall set out third.
25 ULB ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ; BSB BSB: On the north side, the divisions of Dan are to camp under their standard: The leader of the Danites is Ahiezer son of Ammishaddai,
26 ULB ତାହାର ଗଣିତ ସୈନ୍ୟ ସଂଖ୍ୟା ବାଷଠି ହଜାର ସାତ ଶହ। BSB BSB: and his division numbers 62,700.
27 ULB ତାହା ପାଖରେ ଆଶେର ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ; BSB BSB: The tribe of Asher will camp next to it. The leader of the Asherites is Pagiel son of Ocran,
28 ULB ତାହାର ଗଣିତ ସୈନ୍ୟ ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ। BSB BSB: and his division numbers 41,500.
29 ULB ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି ସନ୍ତାନଗଣର ଅଧିପତି ହେବ; BSB BSB: Next will be the tribe of Naphtali. The leader of the Naphtalites is Ahira son of Enan,
30 ULB ତାହାର ଗଣିତ ସୈନ୍ୟ ସଂଖ୍ୟା ତେପନ ହଜାର ଚାରି ଶହ। BSB BSB: and his division numbers 53,400.
31 ULB ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।” BSB BSB: The total number of men in the camp of Dan is 157,600; they shall set out last, under their standards.”
32 ULB ଏମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା। BSB BSB: These are the Israelites, numbered according to their families. The total of those counted in the camps, by their divisions, was 603,550.
33 ULB ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ। BSB BSB: But the Levites were not counted among the other Israelites, as the LORD had commanded Moses.
34 ULB ଏହିରୂପେ ଇସ୍ରାଏଲ ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ। BSB BSB: So the Israelites did everything the LORD commanded Moses; they camped under their standards in this way and set out in the same way, each man with his clan and his family.
Select verses for actions: Enter goes to them and Escape comes back.