1 ULB ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ଯିରୀହୋ-ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ। BSB BSB: Then the Israelites traveled on and camped in the plains of Moab near the Jordan, across from Jericho.
2 ULB ପୁଣି, ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ ଦେଖିଲେ। BSB BSB: Now Balak son of Zippor saw all that Israel had done to the Amorites,
3 ULB ଏଣୁ ମୋୟାବ ଲୋକମାନଙ୍କ ସକାଶୁ ଅତିଶୟ ଭୀତ ହେଲେ, କାରଣ ସେମାନେ ବହୁତ ଥିଲେ; ଆଉ ମୋୟାବ ଇସ୍ରାଏଲ-ସନ୍ତାନଗଣଙ୍କ ସକାଶୁ ଉଦ୍ବିଗ୍ନ ହେଲେ। BSB BSB: and Moab was terrified of the people because they were numerous. Indeed, Moab dreaded the Israelites.
4 ULB ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।” BSB BSB: So the Moabites said to the elders of Midian, “This horde will devour everything around us, as an ox licks up the grass of the field.” Since Balak son of Zippor was king of Moab at that time,
6 ULB ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶାପଗ୍ରସ୍ତ ହୁଏ। BSB BSB: So please come now and put a curse on this people, because they are too mighty for me. Perhaps I may be able to defeat them and drive them out of the land; for I know that those you bless are blessed, and those you curse are cursed.”
7 ULB ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ୍ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ। BSB BSB: The elders of Moab and Midian departed with the fees for divination in hand. They came to Balaam and relayed to him the words of Balak.
8 ULB ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍ ସଙ୍ଗରେ ରହିଲେ। BSB BSB: “Spend the night here,” Balaam replied, “and I will give you the answer that the LORD speaks to me.” So the princes of Moab stayed with Balaam.
9 ULB ଏଉତ୍ତାରେ ପରମେଶ୍ୱର ବିଲୀୟମ୍ ନିକଟକୁ ଆସି ତାହାକୁ କହିଲେ, “ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ”? BSB BSB: Then God came to Balaam and asked, “Who are these men with you?”
10 ULB ତହୁଁ ବିଲୀୟମ୍ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋ’ ନିକଟକୁ ଏହା କହି ପଠାଇ ଅଛନ୍ତି; BSB BSB: And Balaam said to God, “Balak son of Zippor, king of Moab, sent me this message:
11 ULB ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ି ଦେଇ ପାରିବା।” BSB BSB: ‘Behold, a people has come out of Egypt, and they cover the face of the land. Now come and put a curse on them for me. Perhaps I may be able to fight against them and drive them away.’”
12 ULB ତହିଁରେ ପରମେଶ୍ୱର ବିଲୀୟମ୍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି। BSB BSB: But God said to Balaam, “Do not go with them. You are not to curse this people, for they are blessed.”
13 ULB ଏଥିରେ ବିଲୀୟମ୍ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, “ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି।” BSB BSB: So Balaam got up the next morning and said to Balak’s princes, “Go back to your homeland, because the LORD has refused to let me go with you.”
14 ULB ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, “ବିଲୀୟମ୍ ଆମ୍ଭମାନଙ୍କ ସଙ୍ଗେ ଆସିବାକୁ ମନା କରୁଅଛି।” BSB BSB: And the princes of Moab arose, returned to Balak, and said, “Balaam refused to come with us.”
15 ULB ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ। BSB BSB: Then Balak sent other princes, more numerous and more distinguished than the first messengers.
16 ULB ତହୁଁ ସେମାନେ ବିଲୀୟମ୍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକୁ ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।” BSB BSB: They came to Balaam and said, “This is what Balak son of Zippor says: ‘Please let nothing hinder you from coming to me,
17 ULB କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ। BSB BSB: for I will honor you richly and do whatever you say. So please come and put a curse on this people for me!’”
18 ULB ଏଥିରେ ବିଲୀୟମ୍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ପାରେ ନାହିଁ। BSB BSB: But Balaam replied to the servants of Balak, “If Balak were to give me his house full of silver and gold, I could not do anything small or great to go beyond the command of the LORD my God.
19 ULB ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।” BSB BSB: So now, please stay here overnight as the others did, that I may find out what else the LORD has to tell me.”
20 ULB ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।” BSB BSB: That night God came to Balaam and said, “Since these men have come to summon you, get up and go with them, but you must only do what I tell you.”
21 ULB ତହିଁରେ ବିଲୀୟମ୍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା। BSB BSB: So in the morning Balaam got up, saddled his donkey, and went with the princes of Moab.
22 ULB ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ। BSB BSB: Then God’s anger was kindled because Balaam was going along, and the angel of the LORD stood in the road to oppose him. Balaam was riding his donkey, and his two servants were with him.
23 ULB ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା; BSB BSB: When the donkey saw the angel of the LORD standing in the road with a drawn sword in his hand, she turned off the path and went into a field. So Balaam beat her to return her to the path.
24 ULB ତେବେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଏପାଖେ ପ୍ରାଚୀର ଓ ସେପାଖେ ପ୍ରାଚୀର ଥିବା ଗଳିପଥରେ ଠିଆ ହେଲେ। BSB BSB: Then the angel of the LORD stood in a narrow passage between two vineyards, with walls on either side.
25 ULB ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା। BSB BSB: And the donkey saw the angel of the LORD and pressed herself against the wall, crushing Balaam’s foot against it. So he beat her once again.
26 ULB ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କିମ୍ବା ବାମରେ ଫେରିବାର ସ୍ଥାନ ନ ଥିଲା। BSB BSB: And the angel of the LORD moved on ahead and stood in a narrow place where there was no room to turn to the right or left.
27 ULB ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା। BSB BSB: When the donkey saw the angel of the LORD, she lay down under Balaam, and he became furious and beat her with his staff.
28 ULB ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନିଥର ପ୍ରହାର କଲ।” BSB BSB: Then the LORD opened the donkey’s mouth, and she said to Balaam, “What have I done to you that you have beaten me these three times?”
29 ULB ତେବେ ବିଲୀୟମ୍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋ’ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।” BSB BSB: Balaam answered the donkey, “You have made a fool of me! If I had a sword in my hand, I would kill you right now!”
30 ULB ପୁଣି, ଗର୍ଦ୍ଦଭୀ ବିଲୀୟମ୍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି”? ତହୁଁ ସେ କହିଲା, “ନା।” BSB BSB: But the donkey said to Balaam, “Am I not the donkey you have ridden all your life until today? Have I ever treated you this way before?” “No,” he replied.
31 ULB ଏଥିରେ ସଦାପ୍ରଭୁ ବିଲୀୟମ୍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା। BSB BSB: Then the LORD opened Balaam’s eyes, and he saw the angel of the LORD standing in the road with a drawn sword in his hand. And Balaam bowed low and fell facedown.
32 ULB ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନିଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି; BSB BSB: The angel of the LORD asked him, “Why have you beaten your donkey these three times? Behold, I have come out to oppose you, because your way is perverse before me.
33 ULB ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନିଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥା’ନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥା’ନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥା’ନ୍ତୁ।” BSB BSB: The donkey saw me and turned away from me these three times. If she had not turned away, then by now I would surely have killed you and let her live.”
34 ULB ତହିଁରେ ବିଲୀୟମ୍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋ’ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।” BSB BSB: “I have sinned,” Balaam said to the angel of the LORD, “for I did not realize that you were standing in the road to confront me. And now, if this is displeasing in your sight, I will go back home.”
35 ULB ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା। BSB BSB: But the angel of the LORD said to Balaam, “Go with the men, but you are to speak only what I tell you.” So Balaam went with the princes of Balak.
36 ULB ଏଥିଉତ୍ତାରେ ବିଲୀୟମ୍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ। BSB BSB: When Balak heard that Balaam was coming, he went out to meet him at the Moabite city on the Arnon border, at the edge of his territory.
37 ULB ପୁଣି, ବାଲାକ ବିଲୀୟମ୍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ?” BSB BSB: And he said to Balaam, “Did I not send you an urgent summons? Why did you not come to me? Am I really not able to reward you richly?”
38 ULB ତହୁଁ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ୱର ମୋ’ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।” BSB BSB: “See, I have come to you,” Balaam replied, “but can I say just anything? I must speak only the word that God puts in my mouth.”
39 ULB ଏଉତ୍ତାରେ ବିଲୀୟମ୍ ବାଲାକ ସହିତ ଗମନ କରି କିରୀୟଥ୍-ହୁଷୋତରେ ଉପସ୍ଥିତ ହେଲା। BSB BSB: So Balaam accompanied Balak, and they came to Kiriath-huzoth.
40 ULB ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ୍ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ। BSB BSB: Balak sacrificed cattle and sheep, and he gave portions to Balaam and the princes who were with him.
41 ULB ପୁଣି, ପ୍ରଭାତରେ ବାଲାକ ବିଲୀୟମ୍କୁ ସଙ୍ଗେ ନେଇ ବାଲ୍ର ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ। BSB BSB: The next morning, Balak took Balaam and brought him up to Bamoth-baal. From there he could see the outskirts of the camp of the people.
Select verses for actions: Enter goes to them and Escape comes back.