1 ULB ଏଥିଉତ୍ତାରେ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ’ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ’ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।” BSB BSB: Then Balaam said to Balak, “Build for me seven altars here, and prepare for me seven bulls and seven rams.”
2 ULB ତହିଁରେ ବାଲାକ ବିଲୀୟମ୍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ। BSB BSB: So Balak did as Balaam had instructed, and Balak and Balaam offered a bull and a ram on each altar.
3 ULB ତହୁଁ ବିଲୀୟମ୍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚ ସ୍ଥାନକୁ ଗଲା। BSB BSB: “Stay here by your burnt offering while I am gone,” Balaam said to Balak. “Perhaps the LORD will meet with me. And whatever He reveals to me, I will tell you.” So Balaam went off to a barren height,
4 ULB ସେତେବେଳେ ପରମେଶ୍ୱର ବିଲୀୟମ୍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।” BSB BSB: and God met with him. “I have set up seven altars,” Balaam said, “and on each altar I have offered a bull and a ram.”
5 ULB ସେତେବେଳେ ସଦାପ୍ରଭୁ ବିଲୀୟମ୍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରି ଯାଅ, ପୁଣି, ତାହାକୁ ଏହିପରି କୁହ।” BSB BSB: Then the LORD put a message in Balaam’s mouth, saying, “Return to Balak and give him this message.”
6 ULB ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)। BSB BSB: So he returned to Balak, who was standing there beside his burnt offering, with all the princes of Moab.
7 ULB ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ; ପୁଣି, ଆସ, ଇସ୍ରାଏଲକୁ ଅଭିଶପ୍ତ କର।” BSB BSB: And Balaam lifted up an oracle, saying: “Balak brought me from Aram, the king of Moab from the mountains of the east. ‘Come,’ he said, ‘put a curse on Jacob for me; come and denounce Israel!’
8 ULB ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିପରି ତାହାକୁ ଅଭିଶପ୍ତ କରିବି? BSB BSB: How can I curse those whom God has not cursed? How can I denounce those whom the LORD has not denounced?
9 ULB କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ। BSB BSB: For I see them from atop the rocky cliffs, and I watch them from the hills. Behold, a people dwelling apart, not reckoning themselves among the nations.
10 ULB ଯାକୁବର ଧୂଳି କିଏ ଗଣି ପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହି ପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ। BSB BSB: Who can count the dust of Jacob or number even a fourth of Israel? Let me die the death of the righteous; let my end be like theirs!”
11 ULB ଏଥିରେ ବାଲାକ ବିଲୀୟମ୍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।” BSB BSB: Then Balak said to Balaam, “What have you done to me? I brought you here to curse my enemies, and behold, you have only blessed them!”
12 ULB ତହିଁରେ ସେ ଉତ୍ତର ଦେଇ କହିଲା, “ସଦାପ୍ରଭୁ ମୋ’ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ୍ ନୁହେଁ? BSB BSB: But Balaam replied, “Should I not speak exactly what the LORD puts in my mouth?”
13 ULB ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।” BSB BSB: Then Balak said to him, “Please come with me to another place where you can see them. You will only see the outskirts of their camp—not all of them. And from there, curse them for me.”
14 ULB ସେତେବେଳେ ବାଲାକ ତାହାକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନେଇ ଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ। BSB BSB: So Balak took him to the field of Zophim, to the top of Pisgah, where he built seven altars and offered a bull and a ram on each altar.
15 ULB ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।” BSB BSB: Balaam said to Balak, “Stay here beside your burnt offering while I meet the LORD over there.”
16 ULB ଏଥିରେ ସଦାପ୍ରଭୁ ବିଲୀୟମ୍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରି ଯାଇ ତାହାକୁ ଏହି କଥା କହିବ।” BSB BSB: And the LORD met with Balaam and put a message in his mouth, saying, “Return to Balak and speak what I tell you.”
17 ULB ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, ସଦାପ୍ରଭୁ କଅଣ କହିଅଛନ୍ତି? BSB BSB: So he returned to Balak, who was standing there by his burnt offering with the princes of Moab. “What did the LORD say?” Balak asked.
18 ULB ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋ’ କଥାରେ କର୍ଣ୍ଣପାତ କର।” BSB BSB: Then Balaam lifted up an oracle, saying: “Arise, O Balak, and listen; give ear to me, O son of Zippor.
19 ULB ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ? BSB BSB: God is not a man, that He should lie, or a son of man, that He should change His mind. Does He speak and not act? Does He promise and not fulfill?
20 ULB ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ। BSB BSB: I have indeed received a command to bless; He has blessed, and I cannot change it.
21 ULB ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି। BSB BSB: He considers no disaster for Jacob; He sees no trouble for Israel. The LORD their God is with them, and the shout of the King is among them.
22 ULB ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ। BSB BSB: God brought them out of Egypt with strength like a wild ox.
23 ULB ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ପରମେଶ୍ୱର କି କର୍ମ କରିଅଛନ୍ତି! BSB BSB: For there is no spell against Jacob and no divination against Israel. It will now be said of Jacob and Israel, ‘What great things God has done!’
24 ULB ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ। BSB BSB: Behold, the people rise like a lioness; they rouse themselves like a lion, not resting until they devour their prey and drink the blood of the slain.”
25 ULB ଏଥିଉତ୍ତାରେ ବାଲାକ ବିଲୀୟମ୍କୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।” BSB BSB: Now Balak said to Balaam, “Then neither curse them at all nor bless them at all!”
26 ULB ତହିଁରେ ବିଲୀୟମ୍ ଉତ୍ତର ଦେଇ ବାଲାକଙ୍କୁ କହିଲା, “ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ”? BSB BSB: But Balaam replied, “Did I not tell you that whatever the LORD says, I must do?”
27 ULB ତହୁଁ ବାଲାକ ବିଲୀୟମ୍କୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇ ଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।” BSB BSB: “Please come,” said Balak, “I will take you to another place. Perhaps it will please God that you curse them for me from there.”
28 ULB ଏଣୁ ବାଲାକ ବିଲୀୟମ୍କୁ ମରୁଭୂମି ଅଭିମୁଖରେ ପିୟୋର ଶିଖରକୁ ନେଇଗଲେ। BSB BSB: And Balak took Balaam to the top of Peor, which overlooks the wasteland.
29 ULB ତହିଁରେ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ’ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ’ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।” BSB BSB: Then Balaam said, “Build for me seven altars here, and prepare for me seven bulls and seven rams.”
30 ULB ତହୁଁ ବାଲାକ ବିଲୀୟମ୍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ। BSB BSB: So Balak did as Balaam had instructed, and he offered a bull and a ram on each altar.
Select verses for actions: Enter goes to them and Escape comes back.