1 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Then the LORD said to Moses,
2 ULB “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ। BSB BSB: “Command the Israelites and say to them: See that you present to Me at its appointed time the food for My food offerings, as a pleasing aroma to Me.
3 ULB ପୁଣି, ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତି ଦିନ ନିତ୍ୟ ହୋମ ନିମନ୍ତେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ। BSB BSB: And tell them that this is the food offering you are to present to the LORD as a regular burnt offering each day: two unblemished year-old male lambs.
4 ULB ପ୍ରାତଃକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ ଓ ସନ୍ଧ୍ୟାକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ। BSB BSB: Offer one lamb in the morning and the other at twilight,
5 ULB ପୁଣି, ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେଷା ତୈଳ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ। BSB BSB: along with a tenth of an ephah of fine flour as a grain offering, mixed with a quarter hin of oil from pressed olives.
6 ULB ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା। BSB BSB: This is a regular burnt offering established at Mount Sinai as a pleasing aroma, a food offering to the LORD.
7 ULB ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ। BSB BSB: The drink offering accompanying each lamb shall be a quarter hin. Pour out the offering of fermented drink to the LORD in the sanctuary area.
8 ULB ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ। BSB BSB: And offer the second lamb at twilight, with the same grain offering and drink offering as in the morning. It is a food offering, a pleasing aroma to the LORD.
9 ULB ଆଉ ବିଶ୍ରାମଦିନରେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ। BSB BSB: On the Sabbath day, present two unblemished year-old male lambs, accompanied by a grain offering of two-tenths of an ephah of fine flour mixed with oil, as well as a drink offering.
10 ULB ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ। BSB BSB: This is the burnt offering for every Sabbath, in addition to the regular burnt offering and its drink offering.
11 ULB ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ। BSB BSB: At the beginning of every month, you are to present to the LORD a burnt offering of two young bulls, one ram, and seven male lambs a year old, all unblemished,
12 ULB ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ; BSB BSB: along with three-tenths of an ephah of fine flour mixed with oil as a grain offering with each bull, two-tenths of an ephah of fine flour mixed with oil as a grain offering with the ram,
13 ULB ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। BSB BSB: and a tenth of an ephah of fine flour mixed with oil as a grain offering with each lamb. This is a burnt offering, a pleasing aroma, a food offering to the LORD.
14 ULB ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ, ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହିସବୁ ନୈବେଦ୍ୟ ବର୍ଷର ପ୍ରତି ମାସର ପ୍ରଥମ ଦିନରେ ଅଣାଯିବ ପୁଣି, ତାହସବୁ ସମ୍ପୂର୍ଣ୍ଣ ହୋମ ହେବ। BSB BSB: Their drink offerings shall be half a hin of wine with each bull, a third of a hin with the ram, and a quarter hin with each lamb. This is the monthly burnt offering to be made at each new moon throughout the year.
15 ULB ପୁଣି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ହେବ। BSB BSB: In addition to the regular burnt offering with its drink offering, one male goat is to be presented to the LORD as a sin offering.
16 ULB ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ। BSB BSB: The fourteenth day of the first month is the LORD’s Passover.
17 ULB ପୁଣି, ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ। BSB BSB: On the fifteenth day of this month, there shall be a feast; for seven days unleavened bread is to be eaten.
18 ULB ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ। BSB BSB: On the first day there is to be a sacred assembly; you must not do any regular work.
19 ULB ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁନ୍ତ ପଶୁ; BSB BSB: Present to the LORD a food offering, a burnt offering of two young bulls, one ram, and seven male lambs a year old, all unblemished.
20 ULB ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ, BSB BSB: The grain offering shall consist of fine flour mixed with oil; offer three-tenths of an ephah with each bull, two-tenths of an ephah with the ram,
21 ULB ଆଉ ସାତ ମେଷବତ୍ସ ମଧ୍ୟରେ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ, BSB BSB: and a tenth of an ephah with each of the seven lambs.
22 ULB ପୁଣି, ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ, BSB BSB: Include one male goat as a sin offering to make atonement for you.
23 ULB ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ବ୍ୟତୀତ ଉତ୍ସର୍ଗ କରିବ। BSB BSB: You are to present these in addition to the regular morning burnt offering.
24 ULB ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟ ରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ଉତ୍ସର୍ଗିତ ହେବ। BSB BSB: Offer the same food each day for seven days as a food offering, a pleasing aroma to the LORD. It is to be offered with its drink offering and the regular burnt offering.
25 ULB ପୁଣି, ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ। BSB BSB: On the seventh day you shall hold a sacred assembly; you must not do any regular work.
26 ULB ଆହୁରି ପ୍ରଥମ-ପକ୍ୱ ଫଳର ଦିନରେ, ଅର୍ଥାତ୍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ-ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ। BSB BSB: On the day of firstfruits, when you present an offering of new grain to the LORD during the Feast of Weeks, you are to hold a sacred assembly; you must not do any regular work.
27 ULB ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକବର୍ଷୀୟ ସାତ ମେଷବତ୍ସ; BSB BSB: Present a burnt offering of two young bulls, one ram, and seven male lambs a year old as a pleasing aroma to the LORD,
28 ULB ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ BSB BSB: together with their grain offerings of fine flour mixed with oil—three-tenths of an ephah with each bull, two-tenths of an ephah with the ram,
29 ULB ଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ; BSB BSB: and a tenth of an ephah with each of the seven lambs.
30 ULB ଆଉ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥ ଏକ ଛାଗ ଉତ୍ସର୍ଗ କରିବ। BSB BSB: Include one male goat to make atonement for you.
31 ULB ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ବ୍ୟତୀତ ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁନ୍ତ ହେବ।” BSB BSB: Offer them with their drink offerings in addition to the regular burnt offering and its grain offering. The animals must be unblemished.
Select verses for actions: Enter goes to them and Escape comes back.