1 ULB ଯେଉଁଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହିଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି। BSB BSB: This is the account of Aaron and Moses at the time the LORD spoke with Moses on Mount Sinai.
2 ULB ହାରୋଣଙ୍କର ପୁତ୍ରଗଣର ନାମ ଏହି; ପ୍ରଥମଜାତ ନାଦବ୍, ତହୁଁ ଅବୀହୂ ଓ ଇଲୀୟାସର ଓ ଈଥାମର। BSB BSB: These are the names of the sons of Aaron: Nadab the firstborn, then Abihu, Eleazar, and Ithamar.
3 ULB ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି। BSB BSB: These were Aaron’s sons, the anointed priests, who were ordained to serve as priests.
4 ULB ମାତ୍ର ନାଦବ୍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏଥିସକାଶୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ। BSB BSB: Nadab and Abihu, however, died in the presence of the LORD when they offered unauthorized fire before the LORD in the Wilderness of Sinai. And since they had no sons, only Eleazar and Ithamar served as priests during the lifetime of their father Aaron.
5 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Then the LORD said to Moses,
6 ULB “ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ଯାଜକଙ୍କ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ। BSB BSB: “Bring the tribe of Levi and present them to Aaron the priest to assist him.
7 ULB ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ। BSB BSB: They are to perform duties for him and for the whole congregation before the Tent of Meeting, attending to the service of the tabernacle.
8 ULB ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ।” BSB BSB: They shall take care of all the furnishings of the Tent of Meeting and fulfill obligations for the Israelites by attending to the service of the tabernacle.
9 ULB ଆଉ ତୁମ୍ଭେ ହାରୋଣ ଓ ତାହର ପୁତ୍ରଗଣର ହସ୍ତରେ ଲେବୀୟମାନଙ୍କୁ ସମର୍ପଣ କରିବ; ସେମାନେ ଇସ୍ରାଏଲ ସନ୍ତାନଗଣ ପକ୍ଷରେ ତାହା ପ୍ରତି ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ, BSB BSB: Assign the Levites to Aaron and his sons; they have been given exclusively to him from among the Israelites.
10 ULB ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ-ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ। BSB BSB: So you shall appoint Aaron and his sons to carry out the duties of the priesthood; but any outsider who approaches the tabernacle must be put to death.”
11 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Again the LORD spoke to Moses, saying,
12 ULB “ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ। BSB BSB: “Behold, I have taken the Levites from among the children of Israel in place of every firstborn Israelite from the womb. The Levites belong to Me,
13 ULB କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହିଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର; ଆମ୍ଭେ ସଦାପ୍ରଭୁ ଅଟୁ।” BSB BSB: for all the firstborn are Mine. On the day I struck down every firstborn in the land of Egypt, I consecrated to Myself all the firstborn in Israel, both man and beast. They are Mine; I am the LORD.”
14 ULB ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ମୋଶାଙ୍କୁ କହିଲେ, BSB BSB: Then the LORD spoke to Moses in the Wilderness of Sinai, saying,
15 ULB “ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ।” BSB BSB: “Number the Levites by their families and clans. You are to count every male a month old or more.”
16 ULB ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ। BSB BSB: So Moses numbered them according to the word of the LORD, as he had been commanded.
17 ULB ଆପଣା ଆପଣା ନାମାନୁସାରେ ଏମାନେ ଲେବୀର ପୁତ୍ରଗଣ; ଯଥା, ଗେର୍ଶୋନ, କହାତ ଓ ମରାରି। BSB BSB: These were the sons of Levi by name: Gershon, Kohath, and Merari.
18 ULB ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନମାନଙ୍କ ନାମ ଲିବ୍ନି ଓ ଶିମୀୟି। BSB BSB: These were the names of the sons of Gershon by their clans: Libni and Shimei.
19 ULB ପୁଣି, ଆପଣା ଆପଣା ବଂଶାନୁସାରେ କହାତର ସନ୍ତାନମାନଙ୍କ ନାମ ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ। BSB BSB: The sons of Kohath by their clans were Amram, Izhar, Hebron, and Uzziel.
20 ULB ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ। BSB BSB: And the sons of Merari by their clans were Mahli and Mushi. These were the clans of the Levites, according to their families.
21 ULB ଗେର୍ଶୋନଠାରୁ ଲିବ୍ନୀୟ ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ। BSB BSB: From Gershon came the Libnite clan and the Shimeite clan; these were the Gershonite clans.
22 ULB ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକ ସଂଖ୍ୟା ସାତ ହଜାର ପାଞ୍ଚଶହ ହେଲା। BSB BSB: The number of all the males a month old or more was 7,500.
23 ULB ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍ ଭାଗରେ ଛାଉଣି ସ୍ଥାପନ କରିବେ। BSB BSB: The Gershonite clans were to camp on the west, behind the tabernacle,
24 ULB ପୁଣି, ଲାୟେଲର ପୁତ୍ର ଇଲୀୟାସଫ୍ ଗେର୍ଶୋନୀୟମାନଙ୍କ ପିତୃଗୃହର ଅଧିପତି ହେବ। BSB BSB: and the leader of the families of the Gershonites was Eliasaph son of Lael.
25 ULB ପୁଣି, ସମାଗମ-ତମ୍ବୁର ଏହି ସମସ୍ତ ଦ୍ରବ୍ୟ ଗେର୍ଶୋନୀୟ ସନ୍ତାନମାନଙ୍କର ରକ୍ଷଣୀୟ ହେବ, ଯଥା, ଆବାସ ଓ ତମ୍ବୁ, ତହିଁର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର, BSB BSB: The duties of the Gershonites at the Tent of Meeting were the tabernacle and tent, its covering, the curtain for the entrance to the Tent of Meeting,
26 ULB ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ। BSB BSB: the curtains of the courtyard, the curtain for the entrance to the courtyard that surrounds the tabernacle and altar, and the cords—all the service for these items.
27 ULB ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ। BSB BSB: From Kohath came the clans of the Amramites, the Izharites, the Hebronites, and the Uzzielites; these were the clans of the Kohathites.
28 ULB ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ। BSB BSB: The number of all the males a month old or more was 8,600. They were responsible for the duties of the sanctuary.
29 ULB କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ। BSB BSB: The clans of the Kohathites were to camp on the south side of the tabernacle,
30 ULB ଆଉ ଉଷୀୟେଲର ପୁତ୍ର ଇଲୀଶାଫନ୍ କହାତୀୟ ବଂଶର ଅଧିପତି ହେବ। BSB BSB: and the leader of the families of the Kohathites was Elizaphan son of Uzziel.
31 ULB ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ। BSB BSB: Their duties were the ark, the table, the lampstand, the altars, the articles of the sanctuary used with them, and the curtain—all the service for these items.
32 ULB ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ। BSB BSB: The chief of the leaders of the Levites was Eleazar son of Aaron the priest; he oversaw those responsible for the duties of the sanctuary.
33 ULB ଆଉ ମରାରିଠାରୁ ମହଲୀୟ ବଂଶ ଓ ମୂଶୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ ମରାରୀୟ ବଂଶ। BSB BSB: From Merari came the clans of the Mahlites and Mushites; these were the Merarite clans.
34 ULB ପୁଣି, ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ। BSB BSB: The number of all the males a month old or more was 6,200.
35 ULB ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ। BSB BSB: The leader of the families of the Merarites was Zuriel son of Abihail; they were to camp on the north side of the tabernacle.
36 ULB ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସେବାକାର୍ଯ୍ୟ, BSB BSB: The duties assigned to the sons of Merari were the tabernacle’s frames, crossbars, posts, bases, and all its equipment—all the service for these items,
37 ULB ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ, ତହିଁର ସକଳ ଚୁଙ୍ଗୀ, ମେଖ ଓ ରଜ୍ଜୁ ମରାରି ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ। BSB BSB: as well as the posts of the surrounding courtyard with their bases, tent pegs, and ropes.
38 ULB ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ। BSB BSB: Moses, Aaron, and Aaron’s sons were to camp to the east of the tabernacle, toward the sunrise, before the Tent of Meeting. They were to perform the duties of the sanctuary as a service on behalf of the Israelites; but any outsider who approached the sanctuary was to be put to death.
39 ULB ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ। BSB BSB: The total number of Levites that Moses and Aaron counted by their clans at the LORD’s command, including all the males a month old or more, was 22,000.
40 ULB ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମ ସଂଖ୍ୟା କର।” BSB BSB: Then the LORD said to Moses, “Number every firstborn male of the Israelites a month old or more, and list their names.
41 ULB ଆମ୍ଭେ ସଦାପ୍ରଭୁ; ଆମ୍ଭ ନିମନ୍ତେ ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଗ୍ରହଣ କରିବ; ପୁଣି, ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ପଶୁ ବଦଳେ ଲେବୀୟମାନଙ୍କର ପଶୁ ଗ୍ରହଣ କରିବ। BSB BSB: You are to take the Levites for Me—I am the LORD—in place of all the firstborn of Israel, and the livestock of the Levites in place of all the firstborn of the livestock of the Israelites.”
42 ULB ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ। BSB BSB: So Moses numbered all the firstborn of the Israelites, as the LORD had commanded him.
43 ULB ପୁଣି, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା। BSB BSB: The total number of the firstborn males a month old or more, listed by name, was 22,273.
44 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Again the LORD spoke to Moses, saying,
45 ULB “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ। BSB BSB: “Take the Levites in place of all the firstborn of Israel, and the livestock of the Levites in place of their livestock. The Levites belong to Me; I am the LORD.
46 ULB ପୁଣି, ଇସ୍ରାଏଲ ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ, BSB BSB: To redeem the 273 firstborn Israelites who outnumber the Levites,
47 ULB ତୁମ୍ଭେ ମୁଣ୍ଡ ପିଛା ପାଞ୍ଚ ଶେକଲ ଲେଖାଏଁ ନେବ; ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ତାହା ନେବ, (କୋଡ଼ିଏ ଗେରାରେ ଏକ ଶେକଲ)। BSB BSB: you are to collect five shekels for each one, according to the sanctuary shekel of twenty gerahs.
48 ULB ଆଉ ତୁମ୍ଭେ ସେହି ବଳକା ଲୋକମାନଙ୍କ ମୁକ୍ତିର ମୂଲ୍ୟ ନେଇ ହାରୋଣ ଓ ତାହାର ପୁତ୍ରମାନଙ୍କୁ ଦେବ। BSB BSB: Give the money to Aaron and his sons as the redemption price for the excess among the Israelites.”
49 ULB ତହୁଁ ମୋଶା ଲେବୀୟମାନଙ୍କ ଦ୍ୱାରା ମୁକ୍ତ ଲୋକଙ୍କ ବ୍ୟତୀତ ଅବଶିଷ୍ଟ ଲୋକମାନଙ୍କ ମୁକ୍ତି-ମୂଲ୍ୟ ନେଲେ। BSB BSB: So Moses collected the redemption money from those in excess of the number redeemed by the Levites.
50 ULB ଇସ୍ରାଏଲ ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ; BSB BSB: He collected the money from the firstborn of the Israelites: 1,365 shekels, according to the sanctuary shekel.
51 ULB ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ। BSB BSB: And Moses gave the redemption money to Aaron and his sons in obedience to the word of the LORD, just as the LORD had commanded him.
Select verses for actions: Enter goes to them and Escape comes back.