1 ULB ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି। BSB BSB: Then Moses said to the heads of the tribes of Israel, “This is what the LORD has commanded:
2 ULB କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ। BSB BSB: If a man makes a vow to the LORD or swears an oath to obligate himself by a pledge, he must not break his word; he must do everything he has promised.
3 ULB ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ, BSB BSB: And if a woman in her father’s house during her youth makes a vow to the LORD or obligates herself by a pledge,
4 ULB ପୁଣି, ତାହାର ପିତା ଯଦି ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ପ୍ରତିଜ୍ଞାର କଥା ଶୁଣି ତାହାକୁ କିଛି ନ କହେ, ଯଦି ତାହାର ସକଳ ମାନତ ସ୍ଥିର ହେବ; ପୁଣି, ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ। BSB BSB: and her father hears about her vow or pledge but says nothing to her, then all the vows or pledges by which she has bound herself shall stand.
5 ULB ମାତ୍ର ତାହାର ପିତା ଯଦି ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି, ତାହାର ପିତା ନିଷେଧ କରିବା ସକାଶୁ ସଦାପ୍ରଭୁ ତାହାକୁ କ୍ଷମା କରିବେ। BSB BSB: But if her father prohibits her on the day he hears about it, then none of the vows or pledges by which she has bound herself shall stand. The LORD will absolve her because her father has prohibited her.
6 ULB ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ; BSB BSB: If a woman marries while under a vow or rash promise by which she has bound herself,
7 ULB ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ। BSB BSB: and her husband hears of it but says nothing to her on that day, then the vows or pledges by which she has bound herself shall stand.
8 ULB ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ। BSB BSB: But if her husband prohibits her when he hears of it, he nullifies the vow that binds her or the rash promise she has made, and the LORD will absolve her.
9 ULB ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହିସବୁ ତାହା ନିମନ୍ତେ ସ୍ଥିର ହେବ। BSB BSB: Every vow a widow or divorced woman pledges to fulfill is binding on her.
10 ULB ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ, BSB BSB: If a woman in her husband’s house has made a vow or put herself under an obligation with an oath,
11 ULB ପୁଣି, ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି, ସେ ଯେଉଁସବୁ ପ୍ରତିଜ୍ଞା ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ। BSB BSB: and her husband hears of it but says nothing to her and does not prohibit her, then all the vows or pledges by which she has bound herself shall stand.
12 ULB ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ। BSB BSB: But if her husband nullifies them on the day he hears of them, then nothing that came from her lips, whether her vows or pledges, shall stand. Her husband has nullified them, and the LORD will absolve her.
13 ULB ତାହାର ସ୍ୱାମୀ ତାହାର ପ୍ରତ୍ୟେକ ମାନତ ଓ ପ୍ରାଣକୁ କ୍ଳେଶ ଦେବାର ପ୍ରତିଜ୍ଞାଯୁକ୍ତ ପ୍ରତ୍ୟେକ ଶପଥ ସ୍ଥିର କରି ପାରେ, ଅବା ତାହାର ସ୍ୱାମୀ ବ୍ୟର୍ଥ କରି ପାରେ। BSB BSB: Her husband may confirm or nullify any vow or any sworn pledge to deny herself.
14 ULB ମାତ୍ର ତାହାର ସ୍ୱାମୀ ଯଦି ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ପ୍ରତିଜ୍ଞା ସ୍ଥିର କରେ। ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା। BSB BSB: But if her husband says nothing to her from day to day, then he confirms all the vows and pledges that bind her. He has confirmed them, because he said nothing to her on the day he heard about them.
15 ULB ମାତ୍ର ତାହା ଶୁଣିଲା ଉତ୍ତାରେ ଯଦି ସେ ତାହା ରହିତ ଓ ବ୍ୟର୍ଥ କରେ, ତେବେ ସେ ସ୍ତ୍ରୀର ଅପରାଧ ବୋହିବ।” BSB BSB: But if he nullifies them after he hears of them, then he will bear her iniquity.”
16 ULB ପୁରୁଷ ଓ ତାହାର ଭାର୍ଯ୍ୟା ବିଷୟରେ, ପିତା ଓ ପିତୃଗୃହସ୍ଥିତା ଯୁବତୀ କନ୍ୟା ବିଷୟରେ ସଦାପ୍ରଭୁ ମୋଶାଙ୍କୁ ଏହି ସମସ୍ତ ଆଜ୍ଞା ଦେଲେ। BSB BSB: These are the statutes that the LORD commanded Moses concerning the relationship between a man and his wife, and between a father and a young daughter still in his home.
Select verses for actions: Enter goes to them and Escape comes back.