1 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Then the LORD said to Moses,
2 ULB “ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ, BSB BSB: “Command the Israelites and say to them: When you enter the land of Canaan, it will be allotted to you as an inheritance with these boundaries:
3 ULB ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ। BSB BSB: Your southern border will extend from the Wilderness of Zin along the border of Edom. On the east, your southern border will run from the end of the Salt Sea,
4 ULB ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ। BSB BSB: cross south of the Ascent of Akrabbim, continue to Zin, and go south of Kadesh-barnea. Then it will go on to Hazar-addar and proceed to Azmon,
5 ULB ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ। BSB BSB: where it will turn from Azmon, join the Brook of Egypt, and end at the Sea.
6 ULB ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ। BSB BSB: Your western border will be the coastline of the Great Sea; this will be your boundary on the west.
7 ULB ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ; BSB BSB: Your northern border will run from the Great Sea directly to Mount Hor,
8 ULB ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍ ନିକଟରେ ଶେଷ ହେବ। BSB BSB: and from Mount Hor to Lebo-hamath, then extend to Zedad,
9 ULB ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ। BSB BSB: continue to Ziphron, and end at Hazar-enan. This will be your boundary on the north.
10 ULB ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍ସର-ଐନନଠାରୁ ଶଫାମ୍ ପର୍ଯ୍ୟନ୍ତ ଚିହ୍ନିତ କରିବ। BSB BSB: And your eastern border will run straight from Hazar-enan to Shepham,
11 ULB ତହୁଁ ସେହି ସୀମା ଶଫାମ୍ଠାରୁ ଐନ୍ର ପୂର୍ବ ଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ। BSB BSB: then go down from Shepham to Riblah on the east side of Ain and continue along the slopes east of the Sea of Chinnereth.
12 ULB ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।” BSB BSB: Then the border will go down along the Jordan and end at the Salt Sea. This will be your land, defined by its borders on all sides.”
13 ULB ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି। BSB BSB: So Moses commanded the Israelites, “Apportion this land by lot as an inheritance. The LORD has commanded that it be given to the nine and a half tribes.
14 ULB କାରଣ ରୁବେନ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି; BSB BSB: For the tribes of the Reubenites and Gadites, along with the half-tribe of Manasseh, have already received their inheritance.
15 ULB ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।” BSB BSB: These two and a half tribes have received their inheritance across the Jordan from Jericho, toward the sunrise.”
16 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Then the LORD said to Moses,
17 ULB “ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ। BSB BSB: “These are the names of the men who are to assign the land as an inheritance for you: Eleazar the priest and Joshua son of Nun.
18 ULB ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ। BSB BSB: Appoint one leader from each tribe to distribute the land.
19 ULB ପୁଣି, ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ, BSB BSB: These are their names: Caleb son of Jephunneh from the tribe of Judah;
20 ULB ଓ ଶିମୀୟୋନର ସନ୍ତାନମାନଙ୍କ ବଂଶୀୟ ଅମ୍ମୀହୂଦର ପୁତ୍ର ଶେମୂୟେଲ। BSB BSB: Shemuel son of Ammihud from the tribe of Simeon;
21 ULB ବିନ୍ୟାମୀନ୍ ବଂଶୀୟ କିଶଲୋନର ପୁତ୍ର ଇଲୀଦଦ୍। BSB BSB: Elidad son of Chislon from the tribe of Benjamin;
22 ULB ଆଉ ଦାନ୍-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଯଗ୍ଲିର ପୁତ୍ର ବୁକ୍କି। BSB BSB: Bukki son of Jogli, a leader from the tribe of Dan;
23 ULB ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ। BSB BSB: Hanniel son of Ephod, a leader from the tribe of Manasseh son of Joseph;
24 ULB ପୁଣି, ଇଫ୍ରୟିମ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ। BSB BSB: Kemuel son of Shiphtan, a leader from the tribe of Ephraim;
25 ULB ଆଉ ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ପର୍ଣ୍ଣକର ପୁତ୍ର ଇଲୀଶାଫନ୍, BSB BSB: Eli-zaphan son of Parnach, a leader from the tribe of Zebulun;
26 ULB ଓ ଇଷାଖର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅସ୍ସନର ପୁତ୍ର ପଲ୍ଟୀୟେଲ, BSB BSB: Paltiel son of Azzan, a leader from the tribe of Issachar;
27 ULB ଓ ଆଶେର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶଲୋମିର ପୁତ୍ର ଅହୀହୂଦ୍। BSB BSB: Ahihud son of Shelomi, a leader from the tribe of Asher;
28 ULB ନପ୍ତାଲି-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ୍। BSB BSB: and Pedahel son of Ammihud, a leader from the tribe of Naphtali.”
29 ULB କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ। BSB BSB: These are the ones whom the LORD commanded to apportion the inheritance to the Israelites in the land of Canaan.
Select verses for actions: Enter goes to them and Escape comes back.