1 ULB ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: In the first month of the second year after Israel had come out of the land of Egypt, the LORD spoke to Moses in the Wilderness of Sinai:
2 ULB “ଇସ୍ରାଏଲ ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ; BSB BSB: “The Israelites are to observe the Passover at its appointed time.
3 ULB ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା କାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ।” BSB BSB: You are to observe it at the appointed time, at twilight on the fourteenth day of this month, in accordance with its statutes and ordinances.”
4 ULB ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ। BSB BSB: So Moses told the Israelites to observe the Passover,
5 ULB ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ ସବୁ କର୍ମ କଲେ। BSB BSB: and they did so in the Wilderness of Sinai, at twilight on the fourteenth day of the first month. The Israelites did everything just as the LORD had commanded Moses.
6 ULB ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହିଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହିଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ। BSB BSB: But there were some men who were unclean due to a dead body, so they could not observe the Passover on that day. And they came before Moses and Aaron that same day
7 ULB ସେହି ଲୋକମାନେ ତାଙ୍କୁ କହିଲେ, “ଆମ୍ଭେମାନେ ମନୁଷ୍ୟର ଶବ ଦ୍ୱାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କି କାରଣରୁ ଆମ୍ଭେମାନେ ନିବାରିତ ହେଉଅଛୁ?” BSB BSB: and said to Moses, “We are unclean because of a dead body, but why should we be excluded from presenting the LORD’s offering with the other Israelites at the appointed time?”
8 ULB ତେବେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ।” BSB BSB: “Wait here until I find out what the LORD commands concerning you,” Moses replied.
9 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Then the LORD said to Moses,
10 ULB “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭମାନଙ୍କ ମଧ୍ୟରେ କିଅବା ତୁମ୍ଭମାନଙ୍କ ଭବିଷ୍ୟତ ସନ୍ତାନଗଣ ମଧ୍ୟରେ ଯଦି କେହି ଶବ ଦ୍ୱାରା ଅଶୁଚି ହୁଏ, କିଅବା ଦୂର ସ୍ଥାନରେ ପଥିକ ହୁଏ, ତେବେ ହେଁ ସେ ସଦାପ୍ରଭୁଙ୍କ ନିସ୍ତାର ପର୍ବ ପାଳନ କରିବ; BSB BSB: “Tell the Israelites: ‘When any one of you or your descendants is unclean because of a dead body, or is away on a journey, he may still observe the Passover to the LORD.
11 ULB ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ସମୟରେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ; BSB BSB: Such people are to observe it at twilight on the fourteenth day of the second month. They are to eat the lamb, together with unleavened bread and bitter herbs;
12 ULB ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ। BSB BSB: they may not leave any of it until morning or break any of its bones. They must observe the Passover according to all its statutes.
13 ULB ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବୋହିବ; BSB BSB: But if a man who is ceremonially clean and is not on a journey still fails to observe the Passover, he must be cut off from his people, because he did not present the LORD’s offering at its appointed time. That man will bear the consequences of his sin.
14 ULB ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ୱଦେଶଜାତ କିମ୍ବା ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ।” BSB BSB: If a foreigner dwelling among you wants to observe the Passover to the LORD, he is to do so according to the Passover statute and its ordinances. You are to apply the same statute to both the foreigner and the native of the land.’”
15 ULB ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହିଦିନ ମେଘ ଆବାସକୁ, ଅର୍ଥାତ୍, ସାକ୍ଷ୍ୟତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା BSB BSB: On the day that the tabernacle, the Tent of the Testimony, was set up, the cloud covered it and appeared like fire above the tabernacle from evening until morning.
16 ULB ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି, ରାତ୍ରିରେ ଅଗ୍ନିତୁଲ୍ୟ ଦେଖାଗଲା। BSB BSB: It remained that way continually; the cloud would cover the tabernacle by day, and at night it would appear like fire.
17 ULB ଆଉ ଯେକୌଣସି ସମୟରେ ତମ୍ବୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେତେବେଳେ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କଲେ; ପୁଣି, ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ। BSB BSB: Whenever the cloud was lifted from above the Tent, the Israelites would set out, and wherever the cloud settled, there the Israelites would camp.
18 ULB ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ। BSB BSB: At the LORD’s command the Israelites set out, and at the LORD’s command they camped. As long as the cloud remained over the tabernacle, they remained encamped.
19 ULB ପୁଣି, ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ବ କରି ରହିଲା, ଯେତେବେଳେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ। BSB BSB: Even when the cloud lingered over the tabernacle for many days, the Israelites kept the LORD’s charge and did not set out.
20 ULB ପୁଣି, କେବେ କେବେ ସେହି ମେଘ ଆବାସ ଉପରେ ଅଳ୍ପ ଦିନ ରହିଲା, ସେହି ସମୟରେ ମଧ୍ୟ ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି କରି ରହିଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯାତ୍ରା କଲେ। BSB BSB: Sometimes the cloud remained over the tabernacle for only a few days, and they would camp at the LORD’s command and set out at the LORD’s command.
21 ULB ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯା’ନ୍ତେ, ସେମାନେ ଯାତ୍ରା କଲେ; ଅବା ଯଦି ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯା’ନ୍ତେ, ସେମାନେ ଯାତ୍ରା କଲେ। BSB BSB: Sometimes the cloud remained only from evening until morning, and when it lifted in the morning, they would set out. Whether it was by day or by night, when the cloud was taken up, they would set out.
22 ULB ଦୁଇ ଦିନ କିମ୍ବା ଏକ ମାସ କିମ୍ବା ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେ କାଳ ବିଳମ୍ବ କରି ଅବସ୍ଥିତି କଲା, ସେତେ କାଳ ଇସ୍ରାଏଲ ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯା’ନ୍ତେ, ସେମାନେ ଯାତ୍ରା କଲେ। BSB BSB: Whether the cloud lingered for two days, a month, or longer, the Israelites camped and did not set out as long as the cloud remained over the tabernacle; but when it was lifted, they would set out.
23 ULB ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ। BSB BSB: They camped at the LORD’s command, and they set out at the LORD’s command; they carried out the LORD’s charge according to His command through Moses.
Select verses for actions: Enter goes to them and Escape comes back.