1 ULB ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ, BSB BSB: Therefore if you have any encouragement in Christ, if any comfort from His love, if any fellowship with the Spirit, if any affection and compassion,
2 ULB ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର, BSB BSB: then make my joy complete by being like-minded, having the same love, being united in spirit and purpose.
3 ULB ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର; BSB BSB: Do nothing out of selfish ambition or empty pride, but in humility consider others more important than yourselves.
4 ULB ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ। BSB BSB: Each of you should look not only to your own interests, but also to the interests of others.
6 ULB ସେ ଈଶ୍ୱରରୂପୀ ହେଲେ ହେଁ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, BSB BSB: Who, existing in the form of God, did not consider equality with God something to be grasped,
7 ULB କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; BSB BSB: but emptied Himself, taking the form of a servant, being made in human likeness.
8 ULB ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ। BSB BSB: And being found in appearance as a man, He humbled Himself and became obedient to death—even death on a cross.
11 ULB ପୁଣି, ପିତା ଈଶ୍ୱରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ। BSB BSB: and every tongue confess that Jesus Christ is Lord, to the glory of God the Father.
12 ULB ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲାପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର, BSB BSB: Therefore, my beloved, just as you have always obeyed, not only in my presence, but now even more in my absence, continue to work out your salvation with fear and trembling.
13 ULB କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ୱର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି। BSB BSB: For it is God who works in you to will and to act on behalf of His good purpose.
14 ULB ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର, BSB BSB: Do everything without complaining or arguing,
15 ULB ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ୱରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ; BSB BSB: so that you may be blameless and pure, children of God without fault in a crooked and perverse generation, in which you shine as lights in the world
16 ULB ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ଦିନରେ ଦର୍ପ କରି ପାରିବି। BSB BSB: as you hold forth the word of life, in order that I may boast on the day of Christ that I did not run or labor in vain.
17 ULB ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି, BSB BSB: But even if I am being poured out like a drink offering on the sacrifice and service of your faith, I am glad and rejoice with all of you.
18 ULB ଆଉ, ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋ' ସହିତ ଉଲ୍ଲାସ କର। BSB BSB: So you too should be glad and rejoice with me.
19 ULB କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି। BSB BSB: Now I hope in the Lord Jesus to send Timothy to you soon, that I also may be cheered when I learn how you are doing.
20 ULB କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାଙ୍କ ବିନା ମୋ' ନିକଟରେ ଆଉ କେହି ନାହିଁ। BSB BSB: I have nobody else like him who will genuinely care for your needs.
21 ULB ଯେଣୁ ସମସ୍ତେ ଯୀଶୁଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି। BSB BSB: For all the others look after their own interests, not those of Jesus Christ.
22 ULB ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲାପରି ସେ ତ ସୁସମାଚାର କାର୍ଯ୍ୟରେ ମୋ' ସହିତ ସେବା କରିଥିଲେ। BSB BSB: But you know Timothy’s proven worth, that as a child with his father he has served with me to advance the gospel.
23 ULB ଅତଏବ, ମୋ' ପ୍ରତି କ'ଣ ଘଟିବ, ତାହା ଜାଣିବାମାତ୍ର ତାଙ୍କୁ ପଠାଇବି ବୋଲି ଭରସା କରୁଅଛି; BSB BSB: So I hope to send him as soon as I see what happens with me.
24 ULB କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି। BSB BSB: And I trust in the Lord that I myself will come soon.
25 ULB କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି; BSB BSB: But I thought it necessary to send back to you Epaphroditus, my brother, fellow worker, and fellow soldier, who is also your messenger and minister to my needs.
26 ULB କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ; BSB BSB: For he has been longing for all of you and is distressed because you heard he was ill.
27 ULB ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ୱର ତାଙ୍କୁ ଦୟା କଲେ, ଆଉ କେବଳ ତାଙ୍କୁ ନୁହେଁ, ମାତ୍ର ଯେପରି ମୋ' ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋ' ଉପରେ ମଧ୍ୟ ଦୟା କଲେ। BSB BSB: He was sick indeed, nearly unto death. But God had mercy on him, and not only on him but also on me, to spare me sorrow upon sorrow.
28 ULB ଏଣୁ ତୁମ୍ଭେମାନେ ଯେପରି ତାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋ' ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି। BSB BSB: Therefore I am all the more eager to send him, so that when you see him again you may rejoice, and I may be less anxious.
29 ULB ଅତଏବ, ପ୍ରଭୁଙ୍କ ହେତୁ ତାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହି ପ୍ରକାର ବ୍ୟକ୍ତିମାନଙ୍କୁ ସମାଦର କର; BSB BSB: Welcome him in the Lord with great joy, and honor men like him,
30 ULB କାରଣ ମୋ' ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ। BSB BSB: because he nearly died for the work of Christ, risking his life to make up for your deficit of service to me.
Select verses for actions: Enter goes to them and Escape comes back.