1 ULB ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ; BSB BSB: These are the proverbs of Solomon son of David, king of Israel,
2 ULB ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ; BSB BSB: for gaining wisdom and discipline, for comprehending words of insight,
3 ULB ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ; BSB BSB: and for receiving instruction in wise living and in righteousness, justice, and equity.
4 ULB ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ; BSB BSB: To impart prudence to the simple and knowledge and discretion to the young,
5 ULB ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ; BSB BSB: let the wise listen and gain instruction, and the discerning acquire wise counsel
6 ULB ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ। BSB BSB: by understanding the proverbs and parables, the sayings and riddles of the wise.
7 ULB ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛ ବୋଧ କରନ୍ତି। BSB BSB: The fear of the LORD is the beginning of knowledge, but fools despise wisdom and discipline.
8 ULB ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ। BSB BSB: Listen, my son, to your father’s instruction, and do not forsake the teaching of your mother.
9 ULB ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ। BSB BSB: For they are a garland of grace on your head and a pendant around your neck.
10 ULB ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ। BSB BSB: My son, if sinners entice you, do not yield to them.
11 ULB ସେମାନେ ଯଦି କହନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ; BSB BSB: If they say, “Come along, let us lie in wait for blood, let us ambush the innocent without cause,
12 ULB ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ; BSB BSB: let us swallow them alive like Sheol, and whole like those descending into the Pit.
13 ULB ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା, ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା, BSB BSB: We will find all manner of precious goods; we will fill our houses with plunder.
14 ULB ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକ ତୋଡ଼ା ହେବ; BSB BSB: Throw in your lot with us; let us all share one purse”—
15 ULB ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ; BSB BSB: my son, do not walk the road with them or set foot upon their path.
16 ULB ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ। BSB BSB: For their feet run to evil, and they are swift to shed blood.
17 ULB କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ। BSB BSB: How futile it is to spread the net where any bird can see it!
18 ULB ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି। BSB BSB: But they lie in wait for their own blood; they ambush their own lives.
19 ULB ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ। BSB BSB: Such is the fate of all who are greedy, whose unjust gain takes the lives of its possessors.
20 ULB ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ; BSB BSB: Wisdom calls out in the street, she lifts her voice in the square;
21 ULB ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ; BSB BSB: in the main concourse she cries aloud, at the city gates she makes her speech:
22 ULB ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ? BSB BSB: “How long, O simple ones, will you love your simple ways? How long will scoffers delight in their scorn and fools hate knowledge?
23 ULB ମୋ’ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି। BSB BSB: If you had repented at my rebuke, then surely I would have poured out my spirit on you; I would have made my words known to you.
24 ULB ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ; BSB BSB: Because you refused my call, and no one took my outstretched hand,
25 ULB ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ; BSB BSB: because you neglected all my counsel, and wanted none of my correction,
26 ULB ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି। BSB BSB: in turn I will mock your calamity; I will sneer when terror strikes you,
27 ULB ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ; BSB BSB: when your dread comes like a storm, and your destruction like a whirlwind, when distress and anguish overwhelm you.
28 ULB ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ। BSB BSB: Then they will call on me, but I will not answer; they will earnestly seek me, but will not find me.
29 ULB କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ; BSB BSB: For they hated knowledge and chose not to fear the LORD.
30 ULB ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ। BSB BSB: They accepted none of my counsel; they despised all my reproof.
31 ULB ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ। BSB BSB: So they will eat the fruit of their own way, and be filled with their own devices.
32 ULB ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ। BSB BSB: For the waywardness of the simple will slay them, and the complacency of fools will destroy them.
33 ULB ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ। BSB BSB: But whoever listens to me will dwell in safety, secure from the fear of evil.”
Select verses for actions: Enter goes to them and Escape comes back.