1 ULB ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ। BSB BSB: A wise son heeds his father’s discipline, but a mocker does not listen to rebuke.
2 ULB ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ୱାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ। BSB BSB: From the fruit of his lips a man enjoys good things, but the desire of the faithless is violence.
3 ULB ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ। BSB BSB: He who guards his mouth protects his life, but the one who opens his lips invites his own ruin.
4 ULB ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ। BSB BSB: The slacker craves yet has nothing, but the soul of the diligent is fully satisfied.
5 ULB ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ୱରୂପ, ଆଉ ସେ ଲଜ୍ଜା ଭୋଗ କରେ। BSB BSB: The righteous hate falsehood, but the wicked bring shame and disgrace.
6 ULB ଧାର୍ମିକତା ସରଳ-ପଥଗାମୀକୁ ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକୁ ଓଲଟାଇ ପକାଏ। BSB BSB: Righteousness guards the man of integrity, but wickedness undermines the sinner.
7 ULB କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି। BSB BSB: One pretends to be rich, but has nothing; another pretends to be poor, yet has great wealth.
8 ULB ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ। BSB BSB: Riches may ransom a man’s life, but a poor man hears no threat.
9 ULB ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ। BSB BSB: The light of the righteous shines brightly, but the lamp of the wicked is extinguished.
10 ULB ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି। BSB BSB: Arrogance leads only to strife, but wisdom is with the well-advised.
11 ULB ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ। BSB BSB: Dishonest wealth will dwindle, but what is earned through hard work will be multiplied.
12 ULB ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ। BSB BSB: Hope deferred makes the heart sick, but desire fulfilled is a tree of life.
13 ULB ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ। BSB BSB: He who despises instruction will pay the penalty, but the one who respects a command will be rewarded.
14 ULB ମୃତ୍ୟୁୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ। BSB BSB: The teaching of the wise is a fountain of life, turning one from the snares of death.
15 ULB ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ। BSB BSB: Good understanding wins favor, but the way of the faithless is difficult.
16 ULB ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ। BSB BSB: Every prudent man acts with knowledge, but a fool displays his folly.
17 ULB ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ୱସ୍ତ ଦୂତ ସ୍ୱାସ୍ଥ୍ୟଜନକ। BSB BSB: A wicked messenger falls into trouble, but a faithful envoy brings healing.
18 ULB ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ। BSB BSB: Poverty and shame come to him who ignores discipline, but whoever heeds correction is honored.
19 ULB ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ। BSB BSB: Desire fulfilled is sweet to the soul, but turning from evil is detestable to fools.
20 ULB ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ। BSB BSB: He who walks with the wise will become wise, but the companion of fools will be destroyed.
21 ULB ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ। BSB BSB: Disaster pursues sinners, but prosperity is the reward of the righteous.
22 ULB ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ। BSB BSB: A good man leaves an inheritance to his children’s children, but the sinner’s wealth is passed to the righteous.
23 ULB ଦରିଦ୍ରର ଚାଷ ଦ୍ୱାରା ଖାଦ୍ୟର ବାହୁଲ୍ୟ ହୁଏ; ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ। BSB BSB: Abundant food is in the fallow ground of the poor, but without justice it is swept away.
24 ULB ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ। BSB BSB: He who spares the rod hates his son, but he who loves him disciplines him diligently.
25 ULB ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ, ମାତ୍ର ପାପୀର ଉଦର ଅତୃପ୍ତ ଥାଏ। BSB BSB: A righteous man eats to his heart’s content, but the stomach of the wicked is empty.
Select verses for actions: Enter goes to them and Escape comes back.