1 ULB କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ। BSB BSB: A gentle answer turns away wrath, but a harsh word stirs up anger.
2 ULB ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ। BSB BSB: The tongue of the wise commends knowledge, but the mouth of the fool spouts folly.
3 ULB ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ। BSB BSB: The eyes of the LORD are in every place, observing the evil and the good.
4 ULB ଶାନ୍ତ ଜିହ୍ୱା ଜୀବନ-ବୃକ୍ଷ ସ୍ୱରୂପ; ପୁଣି, କୁଟିଳ ଜିହ୍ୱା ଆତ୍ମା ଭଙ୍ଗ କରେ। BSB BSB: A soothing tongue is a tree of life, but a perverse tongue crushes the spirit.
5 ULB ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ। BSB BSB: A fool rejects his father’s discipline, but whoever heeds correction is prudent.
6 ULB ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ; ପୁଣି, ଦୁଷ୍ଟର ଆୟରେ କ୍ଳେଶ ଥାଏ। BSB BSB: The house of the righteous has great treasure, but the income of the wicked is trouble.
7 ULB ଜ୍ଞାନବାନର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ। BSB BSB: The lips of the wise spread knowledge, but not so the hearts of fools.
8 ULB ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର। BSB BSB: The sacrifice of the wicked is detestable to the LORD, but the prayer of the upright is His delight.
9 ULB ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣାର ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକୁ ସେ ପ୍ରେମ କରନ୍ତି। BSB BSB: The LORD detests the way of the wicked, but He loves those who pursue righteousness.
10 ULB ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ। BSB BSB: Discipline is harsh for him who leaves the path; he who hates correction will die.
11 ULB ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ? BSB BSB: Sheol and Abaddon lie open before the LORD—how much more the hearts of men!
12 ULB ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ। BSB BSB: A mocker does not love to be reproved, nor will he consult the wise.
13 ULB ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ। BSB BSB: A joyful heart makes a cheerful countenance, but sorrow of the heart crushes the spirit.
14 ULB ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ। BSB BSB: A discerning heart seeks knowledge, but the mouth of a fool feeds on folly.
15 ULB ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ; ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ। BSB BSB: All the days of the oppressed are bad, but a cheerful heart has a continual feast.
16 ULB ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ। BSB BSB: Better a little with the fear of the LORD than great treasure with turmoil.
17 ULB ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ। BSB BSB: Better a dish of vegetables where there is love than a fattened ox with hatred.
18 ULB କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ। BSB BSB: A hot-tempered man stirs up strife, but he who is slow to anger calms dispute.
19 ULB ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ଡ ତୁଲ୍ୟ କରାଯାଏ। BSB BSB: The way of the slacker is like a hedge of thorns, but the path of the upright is a highway.
20 ULB ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ; ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ। BSB BSB: A wise son brings joy to his father, but a foolish man despises his mother.
21 ULB ନିର୍ବୋଧ ପ୍ରତି ଅଜ୍ଞାନତା ଆନନ୍ଦଜନକ; ମାତ୍ର ବୁଦ୍ଧିମାନ ଲୋକ ଆପଣା ଗତି ସରଳ କରେ। BSB BSB: Folly is joy to one who lacks judgment, but a man of understanding walks a straight path.
22 ULB ମନ୍ତ୍ରଣା ଅଭାବରେ ସଂକଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ। BSB BSB: Plans fail for lack of counsel, but with many advisers they succeed.
23 ULB ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ! BSB BSB: A man takes joy in a fitting reply—and how good is a timely word!
24 ULB ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ। BSB BSB: The path of life leads upward for the wise, that he may avoid going down to Sheol.
25 ULB ଗର୍ବୀ ଲୋକର ଗୃହ ସଦାପ୍ରଭୁ ଓପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ; BSB BSB: The LORD tears down the house of the proud, but He protects the boundaries of the widow.
26 ULB କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି। BSB BSB: The LORD detests the thoughts of the wicked, but the words of the pure are pleasant to Him.
27 ULB ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ। BSB BSB: He who is greedy for unjust gain brings trouble on his household, but he who hates bribes will live.
28 ULB ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ। BSB BSB: The heart of the righteous ponders how to answer, but the mouth of the wicked blurts out evil.
29 ULB ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି। BSB BSB: The LORD is far from the wicked, but He hears the prayer of the righteous.
30 ULB ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ। BSB BSB: The light of the eyes cheers the heart, and good news nourishes the bones.
31 ULB ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ। BSB BSB: He who listens to life-giving reproof will dwell among the wise.
32 ULB ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ। BSB BSB: He who ignores discipline despises himself, but whoever heeds correction gains understanding.
33 ULB ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ। BSB BSB: The fear of the LORD is the instruction of wisdom, and humility comes before honor.
Select verses for actions: Enter goes to them and Escape comes back.