1 ULB ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ। BSB BSB: He who isolates himself pursues selfish desires; he rebels against all sound judgment.
2 ULB ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ। BSB BSB: A fool does not delight in understanding, but only in airing his opinions.
3 ULB ଦୁଷ୍ଟ ଆସିଲେ ଅବଜ୍ଞା ଆସେ, ପୁଣି, ଅପମାନ ସଙ୍ଗେ ଦୁର୍ନାମ ଆସେ। BSB BSB: With a wicked man comes contempt as well, and shame is accompanied by disgrace.
4 ULB ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି, ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ। BSB BSB: The words of a man’s mouth are deep waters; the fountain of wisdom is a bubbling brook.
5 ULB ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ। BSB BSB: Showing partiality to the wicked is not good, nor is depriving the innocent of justice.
6 ULB ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ। BSB BSB: A fool’s lips bring him strife, and his mouth invites a beating.
7 ULB ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ। BSB BSB: A fool’s mouth is his ruin, and his lips are a snare to his soul.
8 ULB କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ। BSB BSB: The words of a gossip are like choice morsels that go down into the inmost being.
9 ULB ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ। BSB BSB: Whoever is slothful in his work is brother to him who destroys.
10 ULB ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ। BSB BSB: The name of the LORD is a strong tower; the righteous run to it and are safe.
11 ULB ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ। BSB BSB: A rich man’s wealth is his fortified city; it is like a high wall in his imagination.
12 ULB ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ। BSB BSB: Before his downfall a man’s heart is proud, but humility comes before honor.
13 ULB ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା। BSB BSB: He who answers a matter before he hears it—this is folly and disgrace to him.
14 ULB ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ? BSB BSB: The spirit of a man can endure his sickness, but who can survive a broken spirit?
15 ULB ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ। BSB BSB: The heart of the discerning acquires knowledge, and the ear of the wise seeks it out.
16 ULB ମନୁଷ୍ୟର ଭେଟୀ ତାହା ପାଇଁ ପଥ ପରିଷ୍କାର କରେ, ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ। BSB BSB: A man’s gift opens doors for him, and brings him before great men.
17 ULB ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ। BSB BSB: The first to state his case seems right until another comes and cross-examines him.
18 ULB ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନମାନଙ୍କୁ ପୃଥକ କରେ। BSB BSB: Casting the lot ends quarrels and separates strong opponents.
19 ULB ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ। BSB BSB: An offended brother is harder to win than a fortified city, and disputes are like the bars of a castle.
20 ULB ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି, ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ। BSB BSB: From the fruit of his mouth a man’s belly is filled; with the harvest from his lips he is satisfied.
21 ULB ମରଣ ଓ ଜୀବନ ଜିହ୍ୱାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ। BSB BSB: Life and death are in the power of the tongue, and those who love it will eat its fruit.
22 ULB ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ। BSB BSB: He who finds a wife finds a good thing and obtains favor from the LORD.
23 ULB ଦରିଦ୍ର ଲୋକ ବିନୟ କରେ; ମାତ୍ର ଧନବାନ କଠିନ ଉତ୍ତର ଦିଏ। BSB BSB: The poor man pleads for mercy, but the rich man answers harshly.
24 ULB ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି। BSB BSB: A man of many companions may come to ruin, but there is a friend who stays closer than a brother.
Select verses for actions: Enter goes to them and Escape comes back.