1 ULB ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ। BSB BSB: Better a poor man who walks with integrity than a fool whose lips are perverse.
2 ULB ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ। BSB BSB: Even zeal is no good without knowledge, and he who hurries his footsteps misses the mark.
3 ULB ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ। BSB BSB: A man’s own folly subverts his way, yet his heart rages against the LORD.
4 ULB ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ। BSB BSB: Wealth attracts many friends, but a poor man is deserted by his friend.
5 ULB ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ। BSB BSB: A false witness will not go unpunished, and one who utters lies will not escape.
6 ULB ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି। BSB BSB: Many seek the favor of the prince, and everyone is a friend of the gift giver.
7 ULB ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି। BSB BSB: All the brothers of a poor man hate him—how much more do his friends avoid him! He may pursue them with pleading, but they are nowhere to be found.
8 ULB ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ। BSB BSB: He who acquires wisdom loves himself; one who safeguards understanding will find success.
9 ULB ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ। BSB BSB: A false witness will not go unpunished, and one who pours out lies will perish.
10 ULB ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ୱ ତତୋଧିକ ଅନୁପଯୁକ୍ତ। BSB BSB: Luxury is unseemly for a fool—how much worse for a slave to rule over princes!
11 ULB ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ। BSB BSB: A man’s insight gives him patience, and his virtue is to overlook an offense.
12 ULB ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ। BSB BSB: A king’s rage is like the roar of a lion, but his favor is like dew on the grass.
13 ULB ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି। BSB BSB: A foolish son is his father’s ruin, and a quarrelsome wife is like a constant dripping.
14 ULB ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ। BSB BSB: Houses and wealth are inherited from fathers, but a prudent wife is from the LORD.
15 ULB ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ। BSB BSB: Laziness brings on deep sleep, and an idle soul will suffer hunger.
16 ULB ପରମେଶ୍ଵରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ। BSB BSB: He who keeps a commandment preserves his soul, but he who is careless in his ways will die.
17 ULB ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ। BSB BSB: Kindness to the poor is a loan to the LORD, and He will repay the lender.
18 ULB ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ। BSB BSB: Discipline your son, for in that there is hope; do not be party to his death.
19 ULB ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ। BSB BSB: A man of great anger must pay the penalty; if you rescue him, you will have to do so again.
20 ULB ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର। BSB BSB: Listen to counsel and accept discipline, that you may be wise the rest of your days.
21 ULB ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ। BSB BSB: Many plans are in a man’s heart, but the purpose of the LORD will prevail.
22 ULB ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ। BSB BSB: The desire of a man is loving devotion; better to be poor than a liar.
23 ULB ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ। BSB BSB: The fear of the LORD leads to life, that one may rest content, without visitation from harm.
24 ULB ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ। BSB BSB: The slacker buries his hand in the dish; he will not even bring it back to his mouth.
25 ULB ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନକୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ। BSB BSB: Strike a mocker, and the simple will beware; rebuke the discerning man, and he will gain knowledge.
26 ULB ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ। BSB BSB: He who assaults his father or evicts his mother is a son who brings shame and disgrace.
27 ULB ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ। BSB BSB: If you cease to hear instruction, my son, you will stray from the words of knowledge.
28 ULB ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ। BSB BSB: A corrupt witness mocks justice, and a wicked mouth swallows iniquity.
29 ULB ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି। BSB BSB: Judgments are prepared for mockers, and beatings for the backs of fools.
Select verses for actions: Enter goes to them and Escape comes back.